Posted inରାଜ୍ୟ

IAS ଅଫିସର ନେବେ AI ତାଲିମ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ରାଜ୍ୟର ସରକାରୀ ଅଫିସରମାନଙ୍କୁ ‘କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ପ୍ରୟୋଗ ଉପରେ ବ୍ୟାବହାରିକ ତାଲିମ ନିମନ୍ତେ ବୁଧବାର ଲୋକସେବା ଭବନ ସ୍ଥିତ ରାଜ୍ୟ କନ୍‌ଭେନସନ୍‌ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ୱାଧ୍‌ୱାନି ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଏକ କର୍ମଶାଳାର ଆୟୋଜନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ରାଜ୍ୟର ସରକାରୀ ଅଫିସରମାନଙ୍କୁ ଏଆଇର ପ୍ରୟୋଗ ଉପରେ ତାଲିମ ସମ୍ବନ୍ଧିତ ଏହା ଥିଲା ପ୍ରଥମ କର୍ମଶାଳା। ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ଅଫିସରଙ୍କୁ ଏଆଇରେ ତାଲିମ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି। ଏଆଇକୁ ଡାଟା ସମର୍ଥିତ ଦୃଷ୍ଟିଭଙ୍ଗୀ ଆପଣାଇ ବିଭିନ୍ନ ସରକାରୀ ବିଭାଗ ଜନସେବା ବିତରଣ ବ୍ୟବସ୍ଥାକୁ କିଭଳି ପ୍ରଭାବୀ ଢଙ୍ଗରେ ପରିଚାଳିତ କରିବା ଏହି କର୍ମଶାଳାର ମୌଳିକ ଲକ୍ଷ୍ୟ। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ମାନସ ପଣ୍ଡା, ୱାଧ୍‌ୱାନି ଫାଉଣ୍ଡେଶନର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରକାଶ କୁମାର ଏବଂ ଓଡ଼ିଶା ଡିଜିଟାଲ ଗଭର୍ନାନ୍ସ ଇକୋସିଷ୍ଟମ୍‌ର ପ୍ରମୁଖ ହିତାଧିକାରୀଗଣ ଉକ୍ତ କର୍ମଶାଳାରେ ଅଂଶଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ୩ ମାସ ମଧ୍ୟରେ ଏଆଇର ବ୍ୟବହାର ଶିଖିବାକୁ ଅଫିସରମାନଙ୍କୁ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri