Posted inଜାତୀୟ

ଆଇଏଏସ୍‌ ପୂଜା ଖେଡ୍‌କରଙ୍କ କୌଣସି ଅକ୍ଷମତା ନାହିଁ

ପୁଣେ, ୧୬।୭:କ୍ଷମତାର ଅପବ୍ୟବହାର ସହ ୟୁପିଏସ୍‌ସି ନିଯୁକ୍ତି ନିୟମର ଉଲ୍ଲଂଘନ ମାମଲାକୁ ନେଇ ବିବାଦରେ ଘେରି ହୋଇ ରହିଥିବା ଟ୍ରେନି ଆଇଏଏସ୍‌ ଅଫିସର ପୂଜା ଖେଡ୍‌କରଙ୍କ ସମସ୍ୟା କମ୍‌ ହେବାର ନାଁ ନେଉନାହିଁ। ସୋମବାର ପୂଜାଙ୍କୁ ନେଇ ଏକ ନୂଆ ତଥ୍ୟ ସାମ୍‌ନାକୁ ଆସିଛି। ୨୦୦୭ରେ ସେ ପୁଣେର କାଶିବାଇ ନବ୍‌ଲେ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ଆଡ୍‌ମିଶନ କରିଥିଲେ। ଏହି ନାମଲେଖା ବେଳେ ପୂଜା ଦାଖଲ କରିଥିବା ଡାକ୍ତରୀ ପ୍ରମାଣପତ୍ରରେ ତାଙ୍କର ଶାରୀରିକ ଅକ୍ଷମତା ଥିବା ନେଇ କୌଣସି ତଥ୍ୟ ଉଲ୍ଲେଖ କରି ନ ଥିଲେ। ଓବିସି(ନନ୍‌ କ୍ରିମି ଲେୟାର) କୋଟା ବ୍ୟବହାର କରି ସେ ନାମ ଲେଖାଇଥିବା କାଶିବାଇ ନବ୍‌ଲେ ମେଡିକାଲ କଲେଜର ନିର୍ଦ୍ଦେଶକ ଅରବିନ୍ଦ ଭୋରେ କହିଛନ୍ତି। ତେବେ ୟୁପିଏସ୍‌ସି ଦ୍ୱାରା ପରିଚାଳିତ ପ୍ରକ୍ରିୟା ସମୟରେ ତାଙ୍କର ଅନେକ ଅକ୍ଷମତା ଥିବା ପୂଜା ଦର୍ଶାଇଥିଲେ, ଯାହାକୁ ନେଇ ବିବାଦ ଜାରି ରହିଛି।
ଅନ୍ୟପକ୍ଷରେ ବିଭିନ୍ନ ବିବାଦରେ ଘେରି ହୋଇ ରହିଥିବା ଏହି ଟ୍ରେନି ଆଇଏଏସ୍‌ ଅଫିସର ସୋମବାର ମୁହଁ ଖୋଲିଛନ୍ତି। ମିଡିଆ ଟ୍ରାଏଲ କରାଯାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରିବାକୁ ଉଦ୍ୟମ ହେଉଛି। ସେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ଓ ଦିନେ ନା ଦିନେ ସତ୍ୟ ସାମ୍‌ନାକୁ ଆସିବ ବୋଲି ପୂଜା ଦ୍ରୁଢ଼ୋକ୍ତି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ପୂଜା ପୁଣେର ଆସିଷ୍ଟାଣ୍ଟ କଲେକ୍ଟର ଭାବେ ଯୋଗଦେବା ପୂର୍ବରୁ ସରକାରୀ ଗାଡ଼ି, ଭିଆଇପି ନମ୍ବର ପ୍ଲେଟ୍‌, ରହିବା ପାଇଁ ଘର, ପର୍ଯ୍ୟାପ୍ତ ଷ୍ଟାଫ୍‌ ଓ ଜଣେ କନ୍‌ଷ୍ଟେବଳ ଦାବି କରି ବିବାଦ ଘେରକୁ ଆସିଥିଲେ। କ୍ଷମତାର ଏପରି ଅପବ୍ୟବହାର ଯୋଗୁ ତାଙ୍କୁ ଓ୍ବାଶିମ୍‌ ଜିଲାର ଆସିଷ୍ଟାଣ୍ଟ କଲେକ୍ଟର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri