Posted inଜାତୀୟ

ଆଇଏଏସ୍‌ ପୂଜା ଖେଡକରଙ୍କ ମା’ ଗିରଫ

ପୁଣେ ,୧୮।୭: ଆଇଏଏସ ଟ୍ରେନିଂ ଅଧିକାରୀ ପୂଜା ଖେଡକରଙ୍କ ମା’ ମନୋରାମା ଖେଡକରଙ୍କୁ ବେଆଇନ ବନ୍ଧୁକ ଥିବା ଅଭିଯୋଗରେ ପୁଣେ ପୋଲିସ ଗିରଫ କରାଯାଇଛି। ନିକଟରେ ମନୋରାମାଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ପୁଣେ ଜିଲାର ମୁଲସି ଗ୍ରାମରେ ଜମି ବିବାଦକୁ ନେଇ ସ୍ଥାନୀୟ ଚାଷୀଙ୍କ ସହ ମୁହାଁମୁହିଁ ହୋଇଥିବା ବେଳେ ସେ ପିସ୍ତଲ ହଲାଉଥିବାର ଦେଖାଯାଇଛି।
ଚାଷୀଙ୍କୁ ଧମକ ଦେବା ପରେ ପୂଜା ଖେଡକରଙ୍କ ମା’ଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ପୁଣେରେ ମେଟ୍ରୋ ରେଳ ନିର୍ମାଣ ଶ୍ରମିକଙ୍କ ସହ ପୂଜା ଖେଡକରଙ୍କ ମା’ଙ୍କ ଯୁକ୍ତିତର୍କ ହୋଇଥିବା ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କିଛି ଦିନ ପୂର୍ବରୁ ଖେଡକରଙ୍କ ମା’ଙ୍କ ଆଉ ଏକ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ ସେ ପିସ୍ତଲ ସାହାଯ୍ୟରେ ଲୋକଙ୍କୁ ଧମକ ଦେଉଥିଲେ। ଭିଡିଓରେ ଖେଡକରଙ୍କ ମାତା ମନୋରାମା ମେଟ୍ରୋ ରେଳ ନିର୍ମାଣ ଶ୍ରମିକଙ୍କ ସହ ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଛି। ଏଠାରେ କିଛି ପୋଲିସ କର୍ମଚାରୀ ମଧ୍ୟ ଉପସ୍ଥିତ ଅଛନ୍ତି।
ୱାଶିମ ଜିଲ୍ଲାରେ ପୋଷ୍ଟ ହୋଇଥିବା ୨୦୨୩ ବ୍ୟାଚ ଅଧିକାରୀ ପୂଜା ଖେଡକର (୩୪), କେନ୍ଦ୍ର ଜନସେବା ଆୟୋଗ (ୟୁପିଏସ୍‌ସି) ପରୀକ୍ଷାରେ ମନୋନୀତ ହେବା ପାଇଁ ଜାଲିଆତି କରିଥିବା ଅଭିଯୋଗର ସମ୍ମୁଖୀନ ହୋଇଛନ୍ତି। ସେ ନିଜକୁ ଶାରୀରିକ ଅକ୍ଷମ ଏବଂ ଅନ୍ୟ ପଛୁଆ ଶ୍ରେଣୀ (ଓବିସି) ସମ୍ପ୍ରଦାୟର ବୋଲି ବର୍ଣ୍ଣନା କରିଥିଲେ। ପୁଣେରେ ପୋଷ୍ଟ କରିବା ସମୟରେ ଖେଡକର ମଧ୍ୟ ଅଧିକାରର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri