Posted inଜାତୀୟ

ମାଆ ହେବାକୁ ଯାଉଛନ୍ତି ଜୈସଲମେର କଲେକ୍ଟର ଟିନା ଡାବି, ପତ୍ର ଲେଖି ମାଗିଲେ ଛୁଟି

ଜୈଲସମେର,୩୦।୬: ଜୈସଲମେର କଲେକ୍ଟର ତଥା ଆଇଏଏସ ଟିନା ଡାବି ଏବେ ଗର୍ଭବତୀ। ସେ ଖୁବଶୀଘ୍ର ମାଆ ହେବାକୁ ଯାଉଛନ୍ତି। ଏଥିପାଇଁ ସେ ସରକାରଙ୍କୁ ପତ୍ର ଲେଖି ମ୍ୟାଟରନିଟି ଲିଭ ମାଗିଛନ୍ତି। ଏହାପରେ ଜଣାପଡିଛି ଯେ ସେ ଗର୍ଭବତୀ ଅଛନ୍ତି। କିଛିଦିନ ହେବ ସେ କଷ୍ଟ ଅନୁଭବ କରୁଥିଲେ ବି କାମରେ କେବେହେଲେ ହେଳା କରି ନ ଥିଲେ। ସୂଚନାଯୋଗ୍ୟ, ଆଇଏଏସ ଟିନା ଡାବି ୨୦ ଏପ୍ରିଲ ୨୦୨୨ରେ ଆଇଏଏସ ଡା. ପ୍ରଦିପ ଗାଓ୍ବଡେଙ୍କ ସହ ଦ୍ୱିତୀୟ ବିବାହ କରିଥିଲେ।

ସୂଚନାଯୋଗ୍ୟ, ୨୦୧୫ ବ୍ୟାଚ ଟପ୍ପର ଆଇଏଏସ ଟିନା ଡାବି ଦ୍ୱିତୀୟ ଥର ଆଇଏଏସ ପ୍ରଦିପ ଗାୱାଡେଙ୍କୁ ବିବାହ କରିଥିଲେ । ୨୦ ଏପ୍ରିଲ ୨୦୨୨ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ପୂର୍ବରୁ ଟିନା ଆଇଏଏସ ଅଥାର ଆମୀର ଖାନଙ୍କୁ ବିବାହ କରିଥିଲେ, କିନ୍ତୁ ପରେ ସେମାନେ ଅଲଗା ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri