ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ସମ୍ପତ୍ତି ସଂକ୍ରାନ୍ତୀୟ ମିଥ୍ୟା ତଥ୍ୟ ଦେବେ ଅଥବା ବିଳମ୍ବ କରିବେ ତାଙ୍କୁ ଦଣ୍ଡିତ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଓଡ଼ିଶା ସରକାରୀ କର୍ମଚାରୀଙ୍କ ଆଚରଣ ନିୟମାବଳୀ-୧୯୫୯ର ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ କହିଛନ୍ତି, ଓଡ଼ିଶା ସରକାରୀ କର୍ମଚାରୀଙ୍କ ଆଚରଣ (ସଂଶୋଧନ) ନିୟମାବଳୀ-୨୦୨୧ର ନିୟମ ୨୧(୪) ଅନୁଯାୟୀ, ସମସ୍ତ ସରକାରୀ କର୍ମଚାରୀ ପ୍ରତିବର୍ଷ ଜାନୁଆରୀ ୩୧ ସୁଦ୍ଧା ରାଜ୍ୟ ସରକାରଙ୍କ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲ ମାଧ୍ୟମରେ ବାର୍ଷିକ ସମ୍ପତ୍ତି ବିବରଣୀ (ଏପିଆର୍‌) ଦାଖଲ କରିବା ବାଧ୍ୟତାମୂଳକ। କିନ୍ତୁ ଅନ୍‌ଲାଇନ ବ୍ୟବସ୍ଥା ଥିବା ସତ୍ତ୍ବେ ବହୁସଂଖ୍ୟକ କର୍ମଚାରୀ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏପିଆର୍‌ ଦାଖଲ କରୁନାହାନ୍ତ। ଏପିଆର୍‌ ବିଳମ୍ବରେ କିମ୍ବା ଦାଖଲ ନ କରିବା ପାଇଁ ଉକ୍ତ ନିୟମାବଳୀରେ କୌଣସି ସ୍ପଷ୍ଟ ଦଣ୍ଡବିଧାନ ନାହିଁ। ଉପରୋକ୍ତ ବିଷୟକୁ ଦୃଷ୍ଟିରେ ରଖି ନିର୍ଦ୍ଧାରିତ ସମୟ ମଧ୍ୟରେ ଏପିଆର୍‌ ଦାଖଲ ନ କଲେ ନିୟମ ଅନୁଯାୟୀ ଲଘୁଦଣ୍ଡ ବ୍ୟବସ୍ଥା କରାଯିବ। ଏତଦ୍ୱରା କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ତୁରନ୍ତ ଏବଂ ବ୍ୟବହାରିକ ହୋଇପାରିବ। ଅସମ୍ପୂର୍ଣ, ବିଭ୍ରାନ୍ତିକର କିମ୍ବା ମିଥ୍ୟା ସମ୍ପତ୍ତି ବିବରଣୀ ଦାଖଲ କରିବା କ୍ଷେତ୍ରରେ ନିୟମ-୧୫ ଅନୁଯାୟୀ ଗୁରୁତର ଦଣ୍ଡରେ ଦଣ୍ଡିତ ଲାଗି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଜାରି ହେବ ବୋଲି ମୁଖ୍ୟ ସଚିବ କହିଛନ୍ତି।
ମୁଖ୍ୟ ସଚିବ କହିଛନ୍ତି, ଏହି ଅବସରରେ ଓଡ଼ିଶା ରାଜ୍ୟ ବିଧି ଆୟୋଗର ଅଣ-ସରକାରୀ ପୂର୍ଣ୍ଣକାଳୀନ ସଦସ୍ୟଙ୍କ ପାରିତୋଷିକ ବୃଦ୍ଧି ସମ୍ପର୍କିତ ୨୦୧୬ ସଂକଳ୍ପରେ ସଂଶୋଧନ ଅଣାଯାଇଛି। ଆୟୋଗର ଅଣ-ସରକାରୀ ପୂର୍ଣ୍ଣକାଳୀନ ସଦସ୍ୟମାନେ ଆଇନଗତ ଗବେଷଣା, ନୀତି ବିଶ୍ଳେଷଣ ଏବଂ ଆଇନ ସଂସ୍କାରରେ ଅବଦାନ ରଖନ୍ତି। ପ୍ରାୟ ଏକ ଦଶନ୍ଧି ଧରି ପ୍ରତି ମାସରେ ପ୍ରଚଳିତ ୭୫,୦୦୦ଟଙ୍କା ପାରିଶ୍ରମିକ ଅପରିବର୍ତ୍ତିତ ଥିବାରୁ ସରକାର ଏହାକୁ ସଂଶୋଧନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଅନୁସାରେ, ‘ବେତନ’ଶବ୍ଦକୁ ‘ପାରିତୋଷିକ’ ସହିତ ପ୍ରତିସ୍ଥାପିତ କରିବା ଏବଂ ମାସିକ ପାରିତୋଷିକ ବାବଦକୁ ୭୫,୦୦୦ଟଙ୍କାରୁ ୧ଲକ୍ଷ ୨୦,୦୦୦ ଟଙ୍କାକୁ ବୃଦ୍ଧି କରି ସଂଶୋଧନ କରିବାକୁ ପ୍ରସ୍ତାବ ଦିଆଯାଇଛି। ଅବସରପ୍ରାପ୍ତ ସଦସ୍ୟମାନେ ପେନ୍‌ସନ ଏବଂ ଅବସରକାଳୀନ ସୁବିଧା ସହିତ ସଂଶୋଧିତ ପାରିତୋଷିକ ପାଇବେ, ମାତ୍ର ଯାତ୍ରା ଭତ୍ତା ଏବଂ ଅନ୍ୟାନ୍ୟ ଗ୍ରହଣୀୟ ସୁବିଧା ଅପରିବର୍ତ୍ତିତ ରହିବ ବୋଲି ମୁଖ୍ୟ ସଚିବ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?