ଆଇବିସି ପିଙ୍କ ପାୱାର -୨୦୨୫: ର଼୍ୟାମ୍ପରେ ଚାଲିଲେ ଦିବ୍ୟାଙ୍ଗ ଛାତ୍ରୀ

ବରଗଡ଼,୨୨।୩(ପ୍ରେମାନନ୍ଦ ଖମାରୀ) :ଇଣ୍ଡିଆନ ବିୟୁଟି କାଉନସିଲ(ଆଇବିସି), ବରଗଡ଼ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଫ୍ୟାଶନ ଶୋ, ରିଲସ, ନୃତ୍ୟ ଏବଂ ପାରମ୍ପରିକ ଖାଦ୍ୟ ଉପରେ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଇଆଇଏମ, ସମ୍ବଲପୁରର ନିର୍ଦ୍ଦେଶକ ମହାଦେବ ଜୈସ୍ୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବରଗଡ଼ ଜିଲା ଉପନିବନ୍ଧକ ସମୀକ୍ଷା ନାୟକ ସମ୍ମାନିତ ଅତିଥିଭାବେ ଯୋଗଦାନ କରିଥିଲେ । ବରଗଡ଼ର ମହିଳା ତଥା ଗୃହିଣୀମାନଙ୍କୁ ସ୍ୱାବଲମ୍ବୀ ତଥା ସେମାନଙ୍କ ମଧ୍ୟରେ ରହିଥିବା ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଏପରି କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ବେଳେ ଚଳିତ ବର୍ଷ ମହିଳାଙ୍କ ମଧ୍ୟରେ ରିଲସ, ,ନୃତ୍ୟ, ଫ୍ୟାଶନ ଶୋ ଆଦି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ ସୁଚିସ୍ମିତା ଷଡ଼ଙ୍ଗୀ ପରିଚାଳନା କରିଥିଲେ । ଏହି ଅବସରରେ ବରଗଡ଼ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀମାନଙ୍କ ର଼୍ୟାମ୍ପ ଶୋରେ ଚାଲିବା ବେଶ ଆକର୍ଷଣୀୟ ହୋଇଥିଲା। ଆଇବିସି ପିଙ୍କ ପାୱାର-୨୦୨୫ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ସୌଗାତ ଷଡ଼ଙ୍ଗୀ, ନୁରା ବିବିଙ୍କୁ ଆଇବିସି ତରଫରୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା। ଆଇବିସିର ସଭାପତି ମିନତୀ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱ।ବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡିଶାର ବିଶିଷ୍ଟ ସେପ୍ ସଂଗୀତା ଦାସ, ନୃତ୍ୟାଞ୍ଜଳୀ ଡ୍ୟାନ୍ସ ଏକାଡେମୀର ନିର୍ଦ୍ଦେଶିକା ଅଙ୍କିତା ଷଡ଼ଙ୍ଗୀ, ଯାଜ୍ଞସେନୀ ମହାପାତ୍ର ପ୍ରମୁଖ ବିଚାରକ ଭାବେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସରିତା ସାହୁ, ପ୍ରଜ୍ଞା ଉତ୍କଳିକା ମିଶ୍ର, ପ୍ରତିଭା ମହାନ୍ତି ପ୍ରମୁଖ ସହଯୋଗ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri