ଆଇସିଏଓ-ଆଇଏସଏ ଚୁକ୍ତି…

ନୂଆଦିଲ୍ଲୀ, ୨୭।୯ : ଅନ୍ତର୍ଜାତୀୟ ବେସାମରିକ ବିମାନ ଚଳାଚଳ ସଂଗଠନ (ଆଇସିଏଓ) ଏବଂ ଅନ୍ତର୍ଜାତୀୟ ସୌର ଆଲାଇନ୍ସ (ଆଇଏସଏ) ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷରିତ ହୋଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ଅନ୍ତର୍ଜାତୀୟ ବିମାନ ଚଳାଚଳ କ୍ଷେତ୍ରରେ କାର୍ବନ ଡାଇଅକ୍ସାଇଡ ନିର୍ଗମନ ବୃଦ୍ଧି ଯାଞ୍ଚ କରିବା ଏହି ଚୁକ୍ତିନାମାର ଉଦ୍ଦେଶ୍ୟ।

ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏହି ବିଷୟରେ ଟୁଇଟ କରିଛନ୍ତି। ସେ ଲେଖିଛନ୍ତି ଯେ ଭାରତ ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ। ଅନ୍ତର୍ଜାତୀୟ ବିମାନ ଚଳାଚଳ ଗୋଷ୍ଠୀ ଅନ୍ତର୍ଜାତୀୟ ସୌର ଆଲାଇନ୍ସ ସହିତ ମିଳିତ ହେବା ଖୁସିୀର କଥା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପ୍ରସ୍ତାବିତ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଭାରତ ଏବଂ ଫ୍ରାନ୍ସ ମିଳିତ ଭାବେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶ୍ୱ ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ସୌର ଶକ୍ତି ବ୍ୟବହାର ପାଇଁ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ।

ଅନ୍ତର୍ଜାତୀୟ ବେସାମରିକ ବିମାନ ଚଳାଚଳ ସଂଗଠନ ଚୁକ୍ତି ସ୍ବାକ୍ଷର ପରେ ଟୁଇଟ କରିଛି। ଏଥିରେ ଉଲ୍ଲେଖ୍‌ କରାଯାଇଛି ଯେ ବେସାମରିକ ବିମାନ ଚଳାଚଳ ପ୍ରସଙ୍ଗରେ ସହଯୋଗକୁ ମଜବୁତ କରିବା ପାଇଁ ଆଇସିଏଓ ପରିଷଦକୁ ୬ଟି ଦକ୍ଷିଣ ପୂର୍ବ ଏସୀୟ ଦେଶର ପ୍ରତିନିଧୀ ମୁଖ୍ୟମାନେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସମସ୍ତଙ୍କୁ ଆସନ୍ତା ବର୍ଷ ଆରମ୍ଭରେ ଭାରତ ଦ୍ୱାରା ଆୟୋଜିତ ହେବାକୁ ଥିବା ଆପେକ(ଏପିଏସି) ମନ୍ତ୍ରୀ ସମ୍ମିଳନୀକୁ ନିମନ୍ତ୍ରଣ କରାଯାଇଥିଲା।

ସୂଚନାଯୋଗ୍ୟ ଅନ୍ତର୍ଜାତୀୟ ବେସାମରିକ ବିମାନ ଚଳାଚଳ ସଂଗଠନ ହେଉଛି ମିଳିତ ଜାତିସଂଘର ଏକ ବିଶେଷ ଏଜେନ୍ସି। ଅନ୍ତର୍ଜାତୀୟ ବିମାନ ଚଳାଚଳ ପାଇଁ ଏହା ନିରାପତ୍ତା, ନିର୍ଗମନ, ନାଭିଗେଶନ ଏବଂ ସୁବିଧା ମାନ ସ୍ଥିର ତଥା ଅଡିଟ କରିବା ଲାଗି ଏହା ଏହାର ୧୯୩ ସଦସ୍ୟ ରାଷ୍ଟ୍ରଙ୍କ ସହିତ କାର୍ଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri