ଆଇସିଏଓ-ଆଇଏସଏ ଚୁକ୍ତି…

ନୂଆଦିଲ୍ଲୀ, ୨୭।୯ : ଅନ୍ତର୍ଜାତୀୟ ବେସାମରିକ ବିମାନ ଚଳାଚଳ ସଂଗଠନ (ଆଇସିଏଓ) ଏବଂ ଅନ୍ତର୍ଜାତୀୟ ସୌର ଆଲାଇନ୍ସ (ଆଇଏସଏ) ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷରିତ ହୋଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ଅନ୍ତର୍ଜାତୀୟ ବିମାନ ଚଳାଚଳ କ୍ଷେତ୍ରରେ କାର୍ବନ ଡାଇଅକ୍ସାଇଡ ନିର୍ଗମନ ବୃଦ୍ଧି ଯାଞ୍ଚ କରିବା ଏହି ଚୁକ୍ତିନାମାର ଉଦ୍ଦେଶ୍ୟ।

ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏହି ବିଷୟରେ ଟୁଇଟ କରିଛନ୍ତି। ସେ ଲେଖିଛନ୍ତି ଯେ ଭାରତ ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ। ଅନ୍ତର୍ଜାତୀୟ ବିମାନ ଚଳାଚଳ ଗୋଷ୍ଠୀ ଅନ୍ତର୍ଜାତୀୟ ସୌର ଆଲାଇନ୍ସ ସହିତ ମିଳିତ ହେବା ଖୁସିୀର କଥା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପ୍ରସ୍ତାବିତ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଭାରତ ଏବଂ ଫ୍ରାନ୍ସ ମିଳିତ ଭାବେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶ୍ୱ ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ସୌର ଶକ୍ତି ବ୍ୟବହାର ପାଇଁ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ।

ଅନ୍ତର୍ଜାତୀୟ ବେସାମରିକ ବିମାନ ଚଳାଚଳ ସଂଗଠନ ଚୁକ୍ତି ସ୍ବାକ୍ଷର ପରେ ଟୁଇଟ କରିଛି। ଏଥିରେ ଉଲ୍ଲେଖ୍‌ କରାଯାଇଛି ଯେ ବେସାମରିକ ବିମାନ ଚଳାଚଳ ପ୍ରସଙ୍ଗରେ ସହଯୋଗକୁ ମଜବୁତ କରିବା ପାଇଁ ଆଇସିଏଓ ପରିଷଦକୁ ୬ଟି ଦକ୍ଷିଣ ପୂର୍ବ ଏସୀୟ ଦେଶର ପ୍ରତିନିଧୀ ମୁଖ୍ୟମାନେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସମସ୍ତଙ୍କୁ ଆସନ୍ତା ବର୍ଷ ଆରମ୍ଭରେ ଭାରତ ଦ୍ୱାରା ଆୟୋଜିତ ହେବାକୁ ଥିବା ଆପେକ(ଏପିଏସି) ମନ୍ତ୍ରୀ ସମ୍ମିଳନୀକୁ ନିମନ୍ତ୍ରଣ କରାଯାଇଥିଲା।

ସୂଚନାଯୋଗ୍ୟ ଅନ୍ତର୍ଜାତୀୟ ବେସାମରିକ ବିମାନ ଚଳାଚଳ ସଂଗଠନ ହେଉଛି ମିଳିତ ଜାତିସଂଘର ଏକ ବିଶେଷ ଏଜେନ୍ସି। ଅନ୍ତର୍ଜାତୀୟ ବିମାନ ଚଳାଚଳ ପାଇଁ ଏହା ନିରାପତ୍ତା, ନିର୍ଗମନ, ନାଭିଗେଶନ ଏବଂ ସୁବିଧା ମାନ ସ୍ଥିର ତଥା ଅଡିଟ କରିବା ଲାଗି ଏହା ଏହାର ୧୯୩ ସଦସ୍ୟ ରାଷ୍ଟ୍ରଙ୍କ ସହିତ କାର୍ଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri