Posted inଖେଳ

ଆଇସିସିର ଐତିହାସିକ ନିଷ୍ପତ୍ତି: ପୁରୁଷଙ୍କ ଭଳି ମହିଳାଙ୍କୁ ମିଳିବ ସମାନ ପୁରସ୍କାର

ନୂଆଦିଲ୍ଲୀ,୧୩।୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଡରବନରେ ଚାଲିଥିବା ଆଇସିସି ବାର୍ଷିକ ସମ୍ମିଳନୀରେ ମହିଳା ଏବଂ ପୁରୁଷ ଆଇସିସି ଇଭେଣ୍ଟକୁ ନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ମହିଳା କ୍ରିକେଟକୁ ନୂତନ ଗତି ଦେବା ପାଇଁ ଆଇସିସି ବର୍ତ୍ତମାନ ପୁରୁଷ ଇଭେଣ୍ଟରେ ମିଳୁଥିବା ପୁରସ୍କାର ରାଶିକୁ ସମାନ ଭାବେ ମହିଳା ଇଭେଣ୍ଟରେ ଦେବାକୁ ନିଷ୍ପତ୍ତି ନେଇଛି। ଆଇସିସିର ଏହି ନିଷ୍ପତ୍ତି ସମ୍ପର୍କରେ ଟୁଇଟ କରି ବିସିସିଆଇର ସଚିବ ଜୟ ଶାହା ଖୁସି ବ୍ୟକ୍ତ କରିଛନ୍ତି।

ଆଇସିସି ଇଭେଣ୍ଟରେ ପୁରୁଷଙ୍କ ତୁଳନାରେ ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାମାନେ ସମାନ ପୁରସ୍କାର ରାଶି ପାଇନାହାଁନ୍ତି। ବର୍ତ୍ତମାନ ୨୦୨୩ ସୁଦ୍ଧା ସବୁ ସମାନ ହୋଇଯିବ। ବର୍ତ୍ତମାନ ଦିନିକିଆ, ଟି-୨୦ ଏବଂ ଅନ୍ୟାନ୍ୟ ଆଇସିସି ଟୁର୍ନାମେଣ୍ଟ ଯାହା ପୁରୁଷ ଏବଂ ମହିଳାମାନଙ୍କ ମଧ୍ୟରେ ଖେଳାଯାଏ, ସେଥିରେ ସମାନ ପୁରସ୍କାର ରାଶି ଦେଖିବାକୁ ମିଳିବ।

ଏହି ନିଷ୍ପତ୍ତି ସମ୍ପର୍କରେ ଆଇସିସି ଚେୟାରମ୍ୟାନ ଗ୍ରେଗ ବାର୍କେଲ କହିଛନ୍ତି ଯେ ଏହା ଆମ ପାଇଁ ଏକ ବଡ଼ ଏବଂ ଐତିହାସିକ ନିଷ୍ପତ୍ତି ଏବଂ ମୁଁ ଖୁସି ଯେ ବର୍ତ୍ତମାନ ପୁରୁଷ ଏବଂ ମହିଳା ଖେଳାଳିମାନେ ଆଇସିସି ଇଭେଣ୍ଟରେ ସମାନ ପୁରସ୍କାର ରାଶି ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri