Posted inଖେଳ

ହଟିଲା ସଫ୍ଟ ସିଗ୍‌ନାଲ: ଫ୍ରି ହିଟ୍‌ ପାଇଁ ଆସିଲା ନୂତନ ନିୟମ

ଦୁବାଇ,୧୫ା୫: ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ୍‌(ଆଇସିସି) ପକ୍ଷରୁ ସୋମବାର କେତେକ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏପରିକି ବିବାଦୀୟ ସଫ୍ଟ ସିଗ୍‌ନାଲ ନିୟମକୁ ଆଇସିସି ହଟାଇ ଦେଇଛି।

ପୂର୍ବରୁ କୌଣସି କ୍ୟାଚ୍‌ର ନିଷ୍ପତ୍ତି ଟିଭି ଅମ୍ପାୟରଙ୍କୁ ରେଫର କରିବା ପୂର୍ବରୁ ଅନ୍ୟ ଫିଲ୍ଡ ଅମ୍ପାୟର ଆଉଟ ବା ନଟ୍‌ ଆଉଟର ସଫ୍ଟ ସିଗ୍‌ନାଲ ଦେଇଥାନ୍ତି। ଯେତେବେଳେ ଫୁଟେଜ୍‌ରେ ସ୍ପଷ୍ଟ ପ୍ରମାଣ ମିଳି ନ ଥାଏ ସେ ସମୟରେ ସଫ୍ଟ ସିଗ୍‌ନାଲ ଆଧାରରେ ହିଁ ଟିଭି ଅମ୍ପାୟର ନିଷ୍ପତ୍ତି ନେଇଥାନ୍ତି। ଏପରିକି ଖେଳାଳିମାନେ ଭୁଲ୍‌ରେ ନିଜ ଉଇକେଟ ହରାଉଥିବା କାରଣରୁ ଏହି ନିୟମକୁ କ୍ରିକେଟ ବିଶେଷଜ୍ଞମାନେ ସମାଲୋଚନା କରୁଥିଲେ।

ଆଇସିସିର କ୍ରିକେଟ ଏକ୍ଜିକ୍ୟୁଟିଭ୍‌ କମିଟି(ସିଇସି) ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ଅନୁସାରେ ସଫ୍ଟ ସିଗ୍‌ନାଲକୁ ହଟାଇବାକୁ ନିଷ୍ପତ୍ତି ନିଆଯାଇଛି। ପୁରୁଷ ଓ ମହିଳା କ୍ରିକେଟ କମିଟି ମୁଖ୍ୟ ସୌରଭ ଗାଙ୍ଗୁଲିଙ୍କ ପରାମର୍ଶକୁ ସିଇସିର ମଞ୍ଜୁରୀ ମିଳିବା ପରେ ସଫ୍ଟ ସିଗ୍‌ନାଲ ନିୟମକୁ ହଟାଇ ଦିଆଯାଇଛି। ଏପରିକି ଫ୍ରି ହିଟ୍‌ ନିୟମରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଫ୍ରି ହିଟ୍‌ ବଲ୍‌ ଯଦି ଷ୍ଟମ୍ପରେ ବାଜୁଥିଲା ଏଥିରେ ରନ୍‌ ସଂଗ୍ରହ କରି ହେଉ ନ ଥିଲା। ତେବେ ଏହି ନିୟମକୁ ମଧ୍ୟ ପରିବର୍ତ୍ତନ କରାଯାଇଛି। ଏଣିକି ଫ୍ରି ହିଟ୍‌ ବଲରେ ଖେଳାଳି ବୋଲ୍ଡ ହୋଇଥିଲେ ମଧ୍ୟ ରନ୍‌ ସଂଗ୍ରହ କରିପାରିବେ। ଏହି ନିମୟ ଜୁନ୍‌ ୧ରୁ ଲାଗୁ କରାଯିବ। ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ମଧ୍ୟ ଏହି ନିୟମ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri