Posted inଖେଳ

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି । ତାଙ୍କ କାର୍ଯ୍ୟକାଳ ୧୪ ମାସ ରହିବ ଏବଂ ସେ ନଭେମ୍ବର ୨୦୨୭ ପର୍ଯ୍ୟନ୍ତ ଏହି ପଦରେ ରହିବେ ।

ମୁକୁହଲାନି ବର୍ତ୍ତମାନ ଜିମ୍ବାୱେ କ୍ରିକେଟ୍‌ର ଚେୟାରମ୍ୟାନ୍‌ ଅଛନ୍ତି । ଏଥିସହ ସେ ଆଇସିସି ବୋର୍ଡରେ ଜିମ୍ବାୱେର ପ୍ରତିନିଧିତ୍ୱ କରୁଛନ୍ତି । ତାଙ୍କ ନିଯୁକ୍ତି ଆଫ୍ରିକୀୟ କ୍ରିକେଟ୍‌ ପାଇଁ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ହୋଇଛି । ୨୦୨୭ କ୍ରିକେଟ୍‌ ବିଶ୍ୱକପ୍‌କୁ ଜିମ୍ବାୱେ, ଦକ୍ଷିଣ ଆଫ୍ରିକା ଓ ନାମିବିଆ ମିଳିତ ଭାବେ ଆୟୋଜନ କରିବେ।

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହା ମୁକୁହଲାନିଙ୍କୁ ନୂଆ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ଶାହା କହିଛନ୍ତି ଯେ, କ୍ରିକେଟ୍‌ ପ୍ରଶାସନରେ ମୁକୁହଲାନିଙ୍କ ଅଭିଜ୍ଞତା, ଖେଳର ବିଶ୍ୱସ୍ତରୀୟ ବୁଝାମଣା ଏବଂ କ୍ରିକେଟ୍‌ର ବିକାଶ ପ୍ରତି ତାଙ୍କ ପ୍ରତିବଦ୍ଧତା ଆଇସିସି ବୋର୍ଡ ପାଇଁ ମୂଲ୍ୟବାନ ହେବ ।ମୁକୁହଲାନି ତାଙ୍କ ସହକର୍ମୀ ଡାଇରେକ୍ଟରମାନଙ୍କ ବିଶ୍ୱାସ ହାସଲ କରିଛନ୍ତି । କ୍ରିକେଟ୍‌କୁ ଅଧିକ ଦେଶ ଓ ନୂଆ ଦର୍ଶକଙ୍କ ନିକଟରେ ପହଞ୍ଚାଇବା ସହ ଖେଳର ବିକାଶ ପାଇଁ ନୂଆ ସୁଯୋଗ ସୃଷ୍ଟି କରିବାରେ ତାଙ୍କ ସହ ମିଶି କାମ କରିବାକୁ ସେ ଆଗ୍ରହୀ ବୋଲି କହିଛନ୍ତି।

ତୱେଙ୍ଗୱା ମୁକୁହଲାନି ଆଇସିସିର ଡେପୁଟି ଚେୟାରମ୍ୟାନ୍‌ ପଦରେ ନିଯୁକ୍ତ ହେବାରେ ପ୍ରଥମ ଜିମ୍ବାୱେ ନାଗରିକ ହୋଇଛନ୍ତି । ଜୟ ଶାହା ମଧ୍ୟ ଏହାକୁ ଜିମ୍ବାୱେ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ବୋଲି କହିଛନ୍ତି । ନୂଆ ଦାୟିତ୍ୱ ନେଇ ମୁକୁହଲାନି କହିଛନ୍ତି ଯେ ଆଇସିସି ବୋର୍ଡର ଡାଇରେକ୍ଟରମାନେ ତାଙ୍କ ଉପରେ ଭରସା ରଖିଥିବାରୁ ସେ ସମ୍ମାନିତ ଅନୁଭବ କରୁଛନ୍ତି । ଡେପୁଟି ଚେୟାରମ୍ୟାନ୍‌ ଭାବେ ସେ ଜୟ ଶାହାଙ୍କ ସହ ମିଶି କାମ କରିବାକୁ ଆଗ୍ରହୀ ବୋଲି କହିଛନ୍ତି ।

କ୍ରିକେଟ୍‌କୁ ଅଧିକ ବ୍ୟାପକ କରିବା, ଆଇସିସି ସଦସ୍ୟଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିବା ଏବଂ ନୂଆ ଦର୍ଶକ ଓ ବଜାରରେ ଖେଳକୁ ପହଞ୍ଚାଇବା ଉପରେ ଧ୍ୟାନ ଦେଇ କାମ କରିବେ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ମୋଦିଙ୍କ ଜନ୍ମଦିନରେ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି: ଦାନ କଲେ ନିଜର ସମସ୍ତ ଅଙ୍ଗ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ‘ଷ୍ଟେଟ ଅର୍ଗାନ ଆଣ୍ଡ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ’ (SOTO) ନାମକ ଏକ ସରକାରୀ ପ୍ଲାଟଫର୍ମ ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?