Posted inଖେଳ

ଟ୍ରାନ୍ସଜେଣ୍ଡର ଖେଳାଳିଙ୍କୁ ବ୍ୟାନ୍‌ କଲା ଆଇସିସି

ଅହମଦାବାଦ,୨୨ା୧୧(ପି.ଟି.): ଟ୍ରାନ୍ସଜେଣ୍ଡର ଖେଳାଳି ମାନଙ୍କୁ ମହିଳା କ୍ରିକେଟରୁ ବ୍ୟାନ୍‌ କରିଛି ଆଇସିସି। ମଙ୍ଗଳବାର ଆଇସିସିର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଯେଉଁ ଖେଳାଳି ମାନେ ପୁରୁଷ ଭାବେ ଯୌବନ ହାସଲ କରି ସାରିଥିବେ ସେମାନେ ମହିଳା ବର୍ଗରେ କ୍ରିକେଟ ଖେଳି ପାରିବେ ନାହିଁ ବୋଲି ଆଇସିସି ସ୍ପଷ୍ଟ କରିଛି। ଲିଙ୍ଗ ନିରୂପଣ ପାଇଁ ମଙ୍ଗଳବାର ଆଇସିସି ପକ୍ଷରୁ ନୂତନ ନିୟମ ଲାଗୁ କରାଯାଇଛି। ୯ ମାସ ଧରି ଏହି ନିୟମର ସମୀକ୍ଷା କରାଯିବା ପରେ ଆଇସିସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଦୀର୍ଘ ବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ ଲିଙ୍ଗ ନିରୂପଣକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। କ୍ରିକେଟରେ ଏହାକୁ ନେଇ କୌଣସି ସ୍ପଷ୍ଟ ନିୟମ ରହି ନ ଥିବା ବେଳେ ୨୦୨୮ରେ କ୍ରିକେଟ ଅଲିମ୍ପିକ୍ସରେ ସାମିଲ ହେଉଥିବାରୁ ଏଭଳି ନଷ୍ପତ୍ତି ନିଆଯାଇଛି। ଏହା ସହିତ ବିଶ୍ୱର ପ୍ରଥମ ଟ୍ରାନ୍ସଜେଣ୍ଡର ଖେଳାଳି ଡାନିଏଲ ମ୍ୟାକଗାହେଙ୍କୁ ବ୍ୟାନ୍‌ କରାଯାଇଛି। ପୂର୍ବରୁ ଆଇସିସିର ରହିଥିବା ଆଇସିସିର ନିୟମ ମେଲ୍‌ ଟୁ ଫିମେଲ ନିୟମ ଅନୁସାରେ ଡାନିଏଲଙ୍କୁ ଖେଳିବାକୁ ସୁଯୋଗ ମିଳିଥିଲା। ଜନ୍ମରୁ ପୁରୁଷ ରହିଥିବା ଡାନିଏଲ ଅସ୍ତ୍ରୋପଚାର ପରେ ମହିଳା ହୋଇଥିଲେ। ଅଷ୍ଟ୍ରେଲିଆର ମୂଳ ନିବାସୀ ଡାନିଏଲ ୨୦୨୦ରେ କାନାଡାକୁ ଯାଇ ପୁରୁଷରୁ ମହିଳା ହେବାର ଚିକିତ୍ସା କରାଇଥିଲେ।
କାନାଡା ପକ୍ଷରୁ ଆସନ୍ତା ୨୦୨୪ ମହିଳା ଟି୨୦ ବିଶ୍ୱକପର ଯୋଗ୍ୟତା ପର୍ଯ୍ୟାୟ ଖେଳି ଡାନିଏଲ ମ୍ୟାକଗାହେ ଇତିହାସ ରଚିଥିଲେ। ୨୯ ବର୍ଷୀୟ ଡାନିଏଲ ଜଣେ ଓପନିଙ୍ଗ ବ୍ୟାଟର। ଲସଏଞ୍ଜେଲସରେ ସେପ୍ଟେମ୍ବର ୪ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି ଟୁର୍ନାମେଣ୍ଟ ଖେଳାଯାଇଥିଲା। ଟି୨୦ ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିବା ପାଇଁ ଆର୍ଜେଣ୍ଟିନା, ବ୍ରାଜିଲ ଓ ଯୁକ୍ତରାଷ୍ଟ୍ର ଆମେରିକା ସହିତ ଗୋଟିଏ ଗ୍ରୁପ୍‌ରେ ଖେଳିଥିଲା କାନାଡା। ବିଶ୍ୱରେ ଆଥଲେଟିକ୍ସ ଓ ସନ୍ତରଣ ପରି ଇଭେଣ୍ଟରେ ଉଭୟ ପୁରୁଷ ଓ ମହିଳା ଖେଳାଳିଙ୍କୁ ମିକ୍ସଡ ଇଭେଣ୍ଟରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଥାଏ। ତେବେ ମହିଳା ଆଥଲେଟଙ୍କ ଟେଷ୍ଟୋଷ୍ଟେରନ ସ୍ତର ୨.୫ ନାନୋ ମୋଲ ପ୍ରତି ଲିଟର ରହିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri