Posted inଖେଳ

ଟି୨୦ ବିଶ୍ୱକପ୍‌: ଆଇସିସିକୁ ଏକ ମାସ ସମୟ ମାଗିବ ବିସିସିଆଇ

ନୂଆଦିଲ୍ଲୀ, ୩୧।୫: ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଆଇସିସିକୁ ଅଧିକ ଏକ ମାସ ସମୟ ମାଗିବ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମଙ୍ଗଳବାର ହେବାକୁ ଥିବା ଆଇସିସି ବୋର୍ଡ ମିଟିଂରେ ଏହି ବିଶ୍ୱ ସ୍ଥରୀୟ ଇଭେଣ୍ଟର ଭେନ୍ୟୁ ସମ୍ପର୍କରେ ଆଲୋଚନା କରାଯିବ। ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲି ଏହି ବୈଠକରେ ଯୋଗଦେବା ପରେ ବୁଧବାର ୟୁଏଇ ଗସ୍ତ କରିବେ। ସେଠାରେ ଆଇପିଏଲ ଆୟୋଜକଙ୍କ ସହ ଆଲୋଚନା କରାଯିବ।

ଆଇସିସିର ବୋର୍ଡ ମିଟିଂରେ ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ କୌଣସି ସ୍ପଷ୍ଟ ନିଷ୍ପତ୍ତି ହୋଇପାରିବନାହିଁ ବୋଲି ଆଶା କରାଯାଉଛି। ଜୁଲାଇ ୧ ତାରିଖରେ ବିସିସିଆଇ ଆଉ ଥରେ ଏସ୍‌ଜିଏମ୍‌ ଡକାଇବ। ସେଥିରେ ଟି୨୦ ବିଶ୍ୱକପ୍‌ ଭାରତରେ ହେବ କି ନାହିଁ ତାହା ସ୍ପଷ୍ଟ ହେବ। ଏ ସମ୍ପର୍କରେ ଆଇସିସି ଜୁଲାଇ ୧୮ରେ ହେବାକୁ ଥିବା ବାର୍ଷିକ ବୈଠକରେ ବିଧିବଦ୍ଧ ଘୋଷଣା କରିବ।

ଆଇପିଏଲର ବଳକା ମ୍ୟାଚ୍‌ ୟୁଏଇରେ ହେବାକୁ ଥିବାରୁ ବିସିସିଆଇ ଟି୨୦ ବିଶ୍ୱକପ୍‌ ଆୟୋଜନ ଅଧିକାର ଛାଡ଼ିବାକୁ ଚାହୁଁନାହିଁ। ଏହି ଆଇସିସିି ଇଭେଣ୍ଟ ଲାଗି ୟୁଏଇକୁ ବ୍ୟାକ ଅଫ୍‌ ଭେନ୍ୟୁ ଭାବେ ରଖାଯାଇଛି। ଭାରତରେ କୋଭିଡ୍‌-୧୯ ସ୍ଥିତିରେ ସୁଧାର ଆସିଛି। ପ୍ରାୟ ରାଜ୍ୟରେ ଜାରି ରହିଛି ଲକଡାଉନ। କେବେ ପୁଣି ଥରେ ସଂଖ୍ୟା ବଢ଼ିବ, ତାହା କୁହାଯାଇପାରିବ ନାହିଁ। ଏଣୁ ଟି୨୦ ବିଶ୍ୱକପ୍‌ ଆୟୋଜନ କଲା ଭଳି ସ୍ଥିତି ଆସିନାହିଁ। ଗାଙ୍ଗୁଲି ଓ ସାଧାରଣ ସମ୍ପାଦକ ଜୟ ଶାହ ଆଇସିସିକୁ ଅନ୍ତିମ ନିଷ୍ପତ୍ତି ପାଇଁ ଏକ ମାସର ସମୟ ମାଗିବେ ବୋଲି ବିସିସିଆଇ ସୂତ୍ରରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri