Posted inଖେଳ

ଆଇସିସି ବୋର୍ଡ ବୈଠକ ଆଜି: ଟି୨୦ ବିଶ୍ୱକପ୍‌ ନେଇ ନିଷ୍ପତ୍ତି ନିଆଯିବ

ଦୁବାଇ,୧୯।୭(ପି.ଟି.): ସୋମବାର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଭର୍ଚୁଆଲ ବୋର୍ଡ ବୈଠକ ବସିବ। ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ନେଇ ଗତ ଦୁଇମାସ ହେବ କୌଣସି ନିଷ୍ପତ୍ତି ନିଆଯାଇପାରି ନାହିଁ। ଏହି ବୈଠକରେ ବିଶ୍ୱକପ୍‌ ନେଇ ନିର୍ଣ୍ଣାୟକ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି। ଟି୨୦ ବିଶ୍ୱକପ୍‌ ବାତିଲ ହେବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଶା ରଖିଛି। ଏପରି ହେଲେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଆୟୋଜନ ହେବା ପାଇଁ ବାଟ ଫିଟିବ।
ଟି୨୦ ବଶ୍ୱକପ୍‌ ଅକ୍ଟୋବର ୧୮ରୁ ଆରମ୍ଭ ହୋଇ ନଭେମ୍ବର ୧୫ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଦେଶରେ କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ ଅଷ୍ଟ୍ରେଲିଆ ଏହି ମେଗା ଇଭେଣ୍ଟ ଆୟୋଜନ କରିବାକୁ ଅକ୍ଷମତା ପ୍ରକାଶ କରିଛି। ପଳରେ ବିଶ୍ୱକପ୍‌ ଘୁଞ୍ଚାଯିବା ନିଶ୍ଚିତ ମନେ ହେଉଛି। ଏପଟେ ଭାରତରେ ମଧ୍ୟ ଏହି ମହାମାରୀ ଉଗ୍ର ରୂପ ଧାରଣ କରିଛି। ତେଣୁ ଯଦି ସରକାର ଅନୁମତି ଦିଅନ୍ତି ତା’ହେଲେ ୟୁନାଇଟେଡ ଆରବ ଏମିରାଟ୍ସ (ୟୁଏଇ)ରେ ଆଇପିଏଲ ଆୟୋଜନ ହେବାର ଯଥେଷ୍ଟ ସମ୍ଭାବାନ ରହିଛି।
ପୂର୍ବରୁ ଏସିଆ କପ୍‌ ଭଳି ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ ମଧ୍ୟ ସମକାରଣ ଯୋଗୁ ଘୁଞ୍ଚାଇ ଦିଆଯାଇଛି। ଆଇସିସି ବିଶ୍ୱକପ୍‌ ଘୁଞ୍ଚିବା ନେଇ ଘୋଷଣା କରିବା ପରେ ବିସିସିଆଇ ତା’ର ପ୍ରସ୍ତୁତି ଆରମ୍ଭ କରିବ। ଏହି ଟି୨୦ ବିଶ୍ୱକପ୍‌ ୨୦୨୨ରେ ଆୟୋଜନ ହୋଇପାରେ। କାରଣ ଭାରତ ତା’ର ୨୦୨୧ ଆୟୋଜନ ଅଧିକାରକୁ ବଦଳ କରିବାକୁ ଚାହୁଁନାହିଁ। ଅନ୍ୟପେଟ ନିଷ୍ପତ୍ତି ନେବା ପୂର୍ବରୁ ଆଇସିସି ସବୁ ପ୍ରକାର ବିକଳ୍ପ ନେଇ ଆଲୋଚନ କରିବ।
ଇତିମଧ୍ୟରେ ଶଶାଙ୍କ ମନୋହର ଆଇସିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ବୈଠକରେ ପରବର୍ତ୍ତୀ ଆଇସିସି ଅଧ୍ୟକ୍ଷ ପଦ ନିର୍ବାଚନ ଓ ନାମାଙ୍କନ ପ୍ରକ୍ରିୟା ନେଇ ଆଲୋଚନା ହେବ ବୋଲି ଆଶା କରାଯାଉଛି। ଅଧ୍ୟକ୍ଷ ପଦ ଦୌଡ଼ରେ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ମୁଖ୍ୟ କଲିନ ଗ୍ରେଭ୍ସ ସବୁଠାରୁ ଆଗରେ ରହିଛନ୍ତି। ସେହିପରି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି, ନ୍ୟୁଜିଲାଣ୍ଡର ଗ୍ରେଗର ବାରକ୍ଲେ ଓ ହଂକଂର ଇମ୍ରାନ ଖ୍ବାଜା ମଧ୍ୟ ଏହି ଦୌଡ଼ରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri