Posted inଖେଳ

ଆଇସିସି ସିଇଓ ମନୁ ସାହାନେଙ୍କ ଇସ୍ତଫା

ଦୁବାଇ, ୯ା୭ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ମନୁ ସାହାନେ ଗୁରୁବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ସହକର୍ମୀମାନଙ୍କୁ ଖରାପ ବ୍ୟବହାର କରୁଥିବା ଅଭିଯୋଗ ହୋଇଥିଲା। ଅଭିଯୋଗର ତଦନ୍ତ ଚାଲିଥିବାରୁ ତାଙ୍କୁ ମାର୍ଚ୍ଚ ମାସରେ ଛୁଟିରେ ଯିବା ଲାଗି କୁହାଯାଇଥିଲା। ସାହାନେଙ୍କ ସ୍ଥାନରେ ଜେଫ୍‌ ଆଲାରଡିସ୍‌ ପୂର୍ବଭଳି କାମଚଳା ସିଇଓ ଭାବେ ତାଙ୍କ ଦାୟିତ୍ୱ ତୁଲାଇବେ। ସୂଚନାଯୋଗ୍ୟ, ୨୦୧୯ ଆଇସିସି ବିଶ୍ୱକପ୍‌ ପରେ ଡେଭ୍‌ ରିଚାର୍ଡସନଙ୍କ ସ୍ଥାନରେ ସାହାନେ ନିଯୁକ୍ତି ପାଇଥିଲେ। ତାଙ୍କ କାର୍ଯ୍ୟକାଳ ୨୦୨୨ ପର୍ଯ୍ୟନ୍ତ ରହିଥିଲା। ମାତ୍ର ବିଭିନ୍ନ ନୀତି ନିର୍ଦ୍ଧାରଣ ବେଳେ ସେ କେତେକ ପ୍ରଭାବଶାଳୀ କ୍ରିକେଟ ବୋର୍ଡର ମତାମତକୁ ଗୁରୁତ୍ୱ ଦେଉ ନ ଥିଲେ। ୫୬ବର୍ଷୀୟ ସାହାନେ ଗତବର୍ଷ ନୂଆ ଚେୟାରମ୍ୟାନ ପାଇଁ ନିର୍ବାଚନ ପ୍ରକ୍ରିୟା ଚାଲିଥିବାବେଳେ ଖୁବ୍‌ ଚାପରେ ରହିଥିଲେ। ନଭେମ୍ବରରେ ଗ୍ରେଗ୍‌ ବାର୍କଲେ ଏହି ପଦବୀ ଅଳଙ୍କୃତ କରିଥିଲେ। ସାହାନେଙ୍କ ଏକଚ୍ଛତ୍ରବାଦ କାର୍ଯ୍ୟଶୈଳୀ ଯୋଗୁ ସହକର୍ମୀମାନଙ୍କ ସହ ତାଙ୍କର ସମ୍ପର୍କ ଭଲ ସମ୍ପର୍କ ନ ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri