ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି। ନିର୍ଦ୍ଦିଷ୍ଟ ଭାବେ କୌଣସି ଦେଶର ନାଁ ନ ନେଇ ସେ ପ୍ରକାଶ କରିଛନ୍ତି ଯେ କୌଣସି ଦେଶ ଅନୁଷ୍ଠାନଠାରୁ ବଡ଼ ନୁହେଁ।

ବିଶ୍ୱକପ୍‌ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ ଥିଲା। କାରଣ ଟୁର୍ନାମେଣ୍ଟ ଆରମ୍ଭ ପୂର୍ୱରୁ କିଛି ନିର୍ଦ୍ଦିଷ୍ଟ ଦଳ ଅଂଶଗ୍ରହଣ କରିବେ କି ନାହିଁ ଏବଂ ଯେଉଁଭଳି ଟୁର୍ନାମେଣ୍ଟ ଘଟିଲା, ସେନେଇ ଅନେକ ଚର୍ଚ୍ଚା ହୋଇଥିଲା। ଆଇସିସି ଚେୟାରମ୍ୟାନ୍‌ ଭାବେ ମୁଁ କହିପାରିବି ଯେ, କୌଣସି ଦଳ ଅନୁଷ୍ଠାନଠାରୁ ବଡ଼ ନୁହେଁ।

କୌଣସି ନିର୍ଦ୍ଦିଷ୍ଟ ଦଳ ଏକ ଅନୁଷ୍ଠାନ ଗଠନ କରିପାରିବ ନାହିଁ। ଏକ ଅନୁଷ୍ଠାନ ହେଉଛି ସମସ୍ତ ଦଳର ମିଶ୍ରଣ’ ବୋଲି ଶାହା ବିସିସିଆଇର ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ଯୋଗଦେବା ଅବସରରେ କହିଛନ୍ତି।

ଟି୨୦ ବିଶ୍ୱକପ୍‌ର ସଫଳତା ସମ୍ପର୍କରେ ସେ ପ୍ରକାଶ କରିଛନ୍ତି ଯେ, ଏହି ବିଶ୍ୱକପ୍‌ ସମସ୍ତ ଭିଓରଶିପ ରେକଡର୍‌ସ ଭଙ୍ଗ କରିଛି। ଇତିହାସରେ ପ୍ରଥମଥର ପାଇଁ କନ୍‌କରେଣ୍ଟ ଭ୍ୟୁଅର୍ସ ସଂଖ୍ୟା ୭.୨ ନିୟୁତରେ ପହଞ୍ଚିଛି। ଟୁର୍ନାମେଣ୍ଟରେ ଆମେରିକା ଭାରତକୁ ଏବଂ ନେପାଳ ଇଂଲଣ୍ଡକୁ କଡ଼ା ଟକ୍କର ଦେଇଥିବା ବେଳେ ନେଦରଲାଣ୍ଡ୍ସ ପାକିସ୍ତାନକୁ ସମସ୍ୟାରେ ପକାଇଥିଲା। ଅଷ୍ଟ୍ରେଲିଆକୁ ଜିମ୍ୱାଓ୍ୱେ ହରାଇଥିଲା। ପୂର୍ଣ୍ଣ ସଦସ୍ୟ ଦଳଗୁଡ଼ିକ ବିପକ୍ଷରେ ଏଭଳି ପ୍ରଦର୍ଶନ ପାଇଁ ମୁଁ ସମସ୍ତ ଆସୋସିଏଟ୍‌ ଦେଶକୁ ଅଭିନନ୍ଦନ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri