Posted inଖେଳ

ICC Champions Trophy ପୂର୍ବରୁ ଭାରତକୁ ଲାଗିଲା ବଡ଼ ଝଟ୍‌କା, ହଠାତ୍‌ ସ୍ବଦେଶ ଫେରିଲେ…

ଦୁବାଇ,୧୮।୨: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଖେଳିବାକୁ ଦୁବାଇରେ ପହଞ୍ଚି ସାରିଛି ଟିମ୍‌ ଇଣ୍ଡିଆ। ହେଲେ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଦଳକୁ ଲାଗିଛି ବଡ଼ ଝଟ୍‌କା। ଭାରତର ବୋଲିଂ ପ୍ରଶିକ୍ଷକ ମୋର୍ନେ ମୋର୍କେଲ ହଠାତ ଦକ୍ଷିଣ ଆଫ୍ରିକା ଫେରିଯାଇଛନ୍ତି। ସେ ଶନିବାର ଭାରତୀୟ ଦଳ ସହିତ ଦୁବାଇରେ ପହଞ୍ଚିଥିଲେ। ବୁଧବାରଠାରୁ ଆରମ୍ଭ ହେଉଥିବା Champions Trophy ପୂର୍ବରୁ ପ୍ରାରମ୍ଭିକ ଅଭ୍ୟାସ ଅଧିବେଶନରେ ମଧ୍ୟ ଉପସ୍ଥିତ ଥିଲେ। ହେଲେ ସୋମବାର ଦ୍ୱିତୀୟ ଅଭ୍ୟାସ ଅଧିବେଶନରେ ମୋର୍କେଲ ଦଳ ସହିତ ନ ଥିଲେ। ଜସପ୍ରିତ ବୁମ୍‌ରାଙ୍କ ଅନୁପସ୍ଥିତିରେ ଟିମ୍‌ ଇଣ୍ଡିଆର ବୋଲିଂକୁ ମଜବୁତ କରିବାର ଦାୟିତ୍ୱ ତାଙ୍କ କାନ୍ଧରେ ଥିଲା। ଏପରି ପରିସ୍ଥିତିରେ ପାରିବାରିକ କାରଣରୁ ତାଙ୍କର ହଠାତ୍‌ ସ୍ବଦେଶକୁ ଫେରିଯିବା ଟିମ୍‌ ଇଣ୍ଡିଆ ପାଇଁ ଏକ ବଡ଼ ଝଟ୍‌କା ପାଲଟିଛି।

ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ମୋର୍କେଲଙ୍କ ବାପାଙ୍କ ଦେହାନ୍ତ ହୋଇଯାଇଛି। ଏହି କାରଣରୁ ତାଙ୍କୁ ଶୀଘ୍ର ଦୁବାଇରୁ ଦକ୍ଷିଣ ଆଫ୍ରିକା ଫେରିବାକୁ ପଡିଛି। ଗତ ବର୍ଷ ସେପ୍ଟେମ୍ବରରେ ପୂର୍ବତନ ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର ମୋର୍କେଲଙ୍କୁ ଟିମ ଇଣ୍ଡିଆର ବୋଲିଂ ପ୍ରଶିକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା। ଗତ ଛଅ ମାସ ଧରି ସେ ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲରମାନଙ୍କ ସହିତ କାମ କରୁଛନ୍ତି। ଭାରତର ପ୍ରମୁଖ ପେସର ଜସପ୍ରିତ ବୁମ୍‌ରା ଆଘାତ ଯୋଗୁ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି। ଫଳରେ ମହମ୍ମଦ ଶାମି, ଅର୍ଶଦୀପ ସିଂହ ଏବଂ ହର୍ଷିତ ରାଣାଙ୍କ କାନ୍ଧରେ ପେସ ଆକ୍ରମଣର ଦାୟିତ୍ୱ ରହିଛି। ସେହିଭଳି ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ଦଳର ଚତୁର୍ଥ ବିକଳ୍ପ ଅଟନ୍ତି।

କହିରଖୁଛୁ, ଭାରତୀୟ ଦଳ ଗ୍ରୁପ A ରେ ସ୍ଥାନ ପାଇଛି। ଯେଉଁଥିରେ ତାଙ୍କ ସହିତ ପାକିସ୍ତାନ, ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ଦଳ ଅଛନ୍ତି। ଭାରତକୁ ଫେବୃଆରୀ ୨୦ ତାରିଖରେ ବାଂଲାଦେଶ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ ପଡିବ। ଦ୍ୱିତୀୟ ମ୍ୟାଚ୍‌ ୨୩ ଫେବୃଆରୀରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଟିମ ଇଣ୍ଡିଆ ମାର୍ଚ୍ଚ ୨ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଶେଷ ଗ୍ରୁପ୍‌ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri