Posted inଖେଳ

ICC Champions Trophy ପୂର୍ବରୁ ଭାରତକୁ ଲାଗିଲା ବଡ଼ ଝଟ୍‌କା, ହଠାତ୍‌ ସ୍ବଦେଶ ଫେରିଲେ…

ଦୁବାଇ,୧୮।୨: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଖେଳିବାକୁ ଦୁବାଇରେ ପହଞ୍ଚି ସାରିଛି ଟିମ୍‌ ଇଣ୍ଡିଆ। ହେଲେ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଦଳକୁ ଲାଗିଛି ବଡ଼ ଝଟ୍‌କା। ଭାରତର ବୋଲିଂ ପ୍ରଶିକ୍ଷକ ମୋର୍ନେ ମୋର୍କେଲ ହଠାତ ଦକ୍ଷିଣ ଆଫ୍ରିକା ଫେରିଯାଇଛନ୍ତି। ସେ ଶନିବାର ଭାରତୀୟ ଦଳ ସହିତ ଦୁବାଇରେ ପହଞ୍ଚିଥିଲେ। ବୁଧବାରଠାରୁ ଆରମ୍ଭ ହେଉଥିବା Champions Trophy ପୂର୍ବରୁ ପ୍ରାରମ୍ଭିକ ଅଭ୍ୟାସ ଅଧିବେଶନରେ ମଧ୍ୟ ଉପସ୍ଥିତ ଥିଲେ। ହେଲେ ସୋମବାର ଦ୍ୱିତୀୟ ଅଭ୍ୟାସ ଅଧିବେଶନରେ ମୋର୍କେଲ ଦଳ ସହିତ ନ ଥିଲେ। ଜସପ୍ରିତ ବୁମ୍‌ରାଙ୍କ ଅନୁପସ୍ଥିତିରେ ଟିମ୍‌ ଇଣ୍ଡିଆର ବୋଲିଂକୁ ମଜବୁତ କରିବାର ଦାୟିତ୍ୱ ତାଙ୍କ କାନ୍ଧରେ ଥିଲା। ଏପରି ପରିସ୍ଥିତିରେ ପାରିବାରିକ କାରଣରୁ ତାଙ୍କର ହଠାତ୍‌ ସ୍ବଦେଶକୁ ଫେରିଯିବା ଟିମ୍‌ ଇଣ୍ଡିଆ ପାଇଁ ଏକ ବଡ଼ ଝଟ୍‌କା ପାଲଟିଛି।

ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ମୋର୍କେଲଙ୍କ ବାପାଙ୍କ ଦେହାନ୍ତ ହୋଇଯାଇଛି। ଏହି କାରଣରୁ ତାଙ୍କୁ ଶୀଘ୍ର ଦୁବାଇରୁ ଦକ୍ଷିଣ ଆଫ୍ରିକା ଫେରିବାକୁ ପଡିଛି। ଗତ ବର୍ଷ ସେପ୍ଟେମ୍ବରରେ ପୂର୍ବତନ ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର ମୋର୍କେଲଙ୍କୁ ଟିମ ଇଣ୍ଡିଆର ବୋଲିଂ ପ୍ରଶିକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା। ଗତ ଛଅ ମାସ ଧରି ସେ ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲରମାନଙ୍କ ସହିତ କାମ କରୁଛନ୍ତି। ଭାରତର ପ୍ରମୁଖ ପେସର ଜସପ୍ରିତ ବୁମ୍‌ରା ଆଘାତ ଯୋଗୁ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି। ଫଳରେ ମହମ୍ମଦ ଶାମି, ଅର୍ଶଦୀପ ସିଂହ ଏବଂ ହର୍ଷିତ ରାଣାଙ୍କ କାନ୍ଧରେ ପେସ ଆକ୍ରମଣର ଦାୟିତ୍ୱ ରହିଛି। ସେହିଭଳି ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ଦଳର ଚତୁର୍ଥ ବିକଳ୍ପ ଅଟନ୍ତି।

କହିରଖୁଛୁ, ଭାରତୀୟ ଦଳ ଗ୍ରୁପ A ରେ ସ୍ଥାନ ପାଇଛି। ଯେଉଁଥିରେ ତାଙ୍କ ସହିତ ପାକିସ୍ତାନ, ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ଦଳ ଅଛନ୍ତି। ଭାରତକୁ ଫେବୃଆରୀ ୨୦ ତାରିଖରେ ବାଂଲାଦେଶ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ ପଡିବ। ଦ୍ୱିତୀୟ ମ୍ୟାଚ୍‌ ୨୩ ଫେବୃଆରୀରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଟିମ ଇଣ୍ଡିଆ ମାର୍ଚ୍ଚ ୨ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଶେଷ ଗ୍ରୁପ୍‌ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri