Posted inଖେଳ

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ କରିଛି। ଏହିସହିତ ବହୁ ପ୍ରତିକ୍ଷିତ ଭାରତ ଏବଂ ପାକିସ୍ତାନ ମଧ୍ୟରେ କେଉଁଦିନ ମ୍ୟାଚ୍ ଖେଳାଯିବ ତାହା ମଧ୍ୟ ସାମ୍ନାକୁ ଆସିଛି ।

ଆସନ୍ତା ବର୍ଷ ଫେବୃଆରୀରୁ ମାର୍ଚ୍ଚ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ଖେଳାଯିବ। ହାଇବ୍ରିଡ୍ ମଡେଲ୍ ଅଧୀନରେ ଏହି ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ ବୋଲି ଆଇସିସି ସ୍ପଷ୍ଟ କରିସାରିଛି। ପାକିସ୍ତାନ ଟୁର୍ନାମେଣ୍ଟ ଆୟୋଜନ କରୁଥିଲେ ମଧ୍ୟ ଭାରତ ଅନ୍ୟ କେତେକ ଦେଶରେ ମ୍ୟାଚ୍ ଖେଳିବ।

ଚାମ୍ପିଅନ୍ସ ଟ୍ରଫି ୨୦୨୫ ରେ ୮ ଟି ଦଳ ମଧ୍ୟରେ ମୋଟ ୧୫ ଟି ମ୍ୟାଚ୍ ହେବ। ସମସ୍ତ ଦଳକୁ ୨ ଟି ଦଳରେ ବିଭକ୍ତ କରାଯାଇଛି। ଭାରତ ଏବଂ ପାକିସ୍ତାନ ସମାନ ଗ୍ରୁପ୍-ଏ’ରେ ଅଛନ୍ତି। ସେମାନଙ୍କ ସହିତ ଅବଶିଷ୍ଟ ଦୁଇଟି ଦଳ ହେଉଛି ନ୍ୟୁଜିଲ୍ୟାଣ୍ଡ ଏବଂ ବାଂଲାଦେଶ। ଯେଉଁଠାରେ ଦକ୍ଷିଣ ଆଫ୍ରିକା, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ ଏବଂ ଇଂଲଣ୍ଡକୁ ଗ୍ରୁପ୍-ବିରେ ରଖାଯାଇଛି। ସମସ୍ତ ମ୍ୟାଚ୍ ଦିନ ଏବଂ ରାତିରେ ଖେଳାଯିବ।

କାର୍ଯ୍ୟସୂଚୀ:
୧୯ ଫେବୃଆରୀ, ପାକିସ୍ତାନ ବନାମ ନ୍ୟୁଜିଲ୍ୟାଣ୍ଡ, କରାଚି, ପାକିସ୍ଥାନ।

୨୦ ଫେବୃଆରୀ, ବାଂଲାଦେଶ ବନାମ ଭାରତ, ଦୁବାଇ।

୨୧ ଫେବୃଆରୀ, ଆଫଗାନିସ୍ତାନ ବନାମ ଦକ୍ଷିଣ ଆଫ୍ରିକା, କରାଚି, ପାକିସ୍ଥାନ।

୨୨ ଫେବୃଆରୀ, ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ, ଲାହୋର, ପାକିସ୍ଥାନ।

୨୩ ଫେବୃଆରୀ, ପାକିସ୍ତାନ ବନାମ ଭାରତ, ଦୁବାଇ।

୨୪ ଫେବୃଆରୀ, ବାଂଲାଦେଶ ବନାମ ନ୍ୟୁଜିଲ୍ୟାଣ୍ଡ, ରାୱଲପିଣ୍ଡି, ପାକିସ୍ଥାନ।

୨୫ ଫେବୃଆରୀ, ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା, ରାୱଲପିଣ୍ଡି, ପାକିସ୍ଥାନ।

୨୬ ଫେବୃଆରୀ, ଆଫଗାନିସ୍ତାନ ବନାମ ଇଂଲଣ୍ଡ, ଲାହୋର, ପାକିସ୍ଥାନ।

୨୭ ଫେବୃଆରୀ, ପାକିସ୍ତାନ ବନାମ ବାଂଲାଦେଶ, ରାୱଲପିଣ୍ଡି, ପାକିସ୍ଥାନ।

୨୮ ଫେବୃଆରୀ, ଆଫଗାନିସ୍ତାନ ବନାମ ଅଷ୍ଟ୍ରେଲିଆ, ଲାହୋର, ପାକିସ୍ଥାନ।

୧ ମାର୍ଚ୍ଚ, ଦକ୍ଷିଣ ଆଫ୍ରିକା ବନାମ ଇଂଲଣ୍ଡ, କରାଚି, ପାକିସ୍ଥାନ।

୨ ମାର୍ଚ୍ଚ, ନ୍ୟୁଜିଲ୍ୟାଣ୍ଡ ବନାମ ଭାରତ, ଦୁବାଇ।

୪ ମାର୍ଚ୍ଚ, ସେମିଫାଇନାଲ୍ ୧, ନିରପେକ୍ଷ ସ୍ଥାନ (ଯଦି ଭାରତ ଯୋଗ୍ୟତା ହାସଲ କରେ)

୫ ମାର୍ଚ୍ଚ, ସେମିଫାଇନାଲ ୨, ଲାହୋର, ପାକିସ୍ଥା।

୯ ମାର୍ଚ୍ଚ, ଫାଇନାଲ୍, ଲାହୋର (ଯଦି ଭାରତ ଫାଇନାଲକୁ ଉନ୍ନୀତ ହୋଇ ନ ଥାଏ, ଅଥବା ଏହା ଏକ ନିରପେକ୍ଷ ସ୍ଥାନରେ ଖେଳାଯିବ)।

୧୦ ମାର୍ଚ୍ଚ, ରିଜର୍ଭ ଦିବସ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri