Posted inଖେଳ

ICC Champions Trophy : ଦୁବାଇରେ ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୨୩।୨: ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଭାରତ ଦମ୍‌ଦାର ପ୍ରଦର୍ଶନ କରିଛି। ବିରାଟ କୋହଲିଙ୍କ ଚମତ୍କାର ଅପରାଜିତ ଶତକ ବଳରେ ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ରବିବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଛି। ୨ଟି ମ୍ୟାଚରୁ ଦ୍ୱିତୀୟ ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିଛି ଭାରତ।

ଭାରତୀୟ ବୋଲରଙ୍କୁ ମୁକାବିଲା କରି ନ ପାରି ପାକିସ୍ତାନ ୪୯.୪ ଓଭରରେ ୨୪୧ ରନ କରି ଅଲ୍‌ଆଉଟ ହୋଇଯାଇଥିଲା। ଜବାବରେ ବିରାଟ କୋହଲିଙ୍କ କିର୍ତ୍ତୀମାନ ଶତକ ଏବଂ ଶ୍ରେୟସ ଆୟରଙ୍କ ସହ ଶତକୀୟ ଭାଗୀଦାରି ବଳରେ ଭାରତ ୪୨.୩ ଓଭରରେ ୪ ଉଇକେଟ ହରାଇ ୨୪୪ ରନ ସଂଗ୍ରହ କରି ନେଇଥିଲା। ଏଥିସହ ପୂର୍ବ ସଂସ୍କରଣ ଫାଇନାଲ ପରାଜୟର ମଧୁର ପ୍ରତିଶୋଧ ନେଇଛି ଟିମ୍‌ ଇଣ୍ଡିଆ।

ଭାରତ-ପାକିସ୍ତାନ ମହାମୁକାବିଲାରେ ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଭାରତର ଦମ୍‌ଦାର ବୋଲିଂ ଯୋଗୁ ପାକିସ୍ତାନ ୪୯.୪ ଓଭରରେ ସମସ୍ତ ଉଇକେଟ ହରାଇ ୨୪୧ ରନ୍‌ କରିଥିଲା। ଫଳରେ ଭାରତ ଆଗରେ ୨୪୨ ରନ୍‌ର ବିଜୟ ଟାର୍ଗେଟ ରଖିଥିଲା ପାକିସ୍ତାନ।

ଟାର୍ଗେଟ ବଡ଼ ନ ଥିବାରୁ ଭାରତ ସତର୍କତାର ସହ ଇନିଂସ ଆରମ୍ଭ କରିଥିଲା। ଅଧିନାୟକ ରୋହିତ ଶର୍ମା ୨୦ ରନକରି ଆଉଟ ହୋଇ ଯାଇଥିଲେ ହେଁ ଶୁବମନ ଗିଲ୍‌ ଓ ବିରାଟ କୋହଲି ଦ୍ୱିତୀୟ ଉଇକେଟରେ ୬୯ ରନ ଯୋଡ଼ି ଇନିଂସ ସମ୍ଭାଳି ଥିଲେ। ଗିଲ୍‌ ୪୬ ରନ୍‌ କରି ଆଉଟ ହୋଇ ଯାଇଥିଲେ। ତେବେ ଚମତ୍କାର ବ୍ୟାଟିଂ କରିଥିଲେ କିଙ୍ଗ୍‌ କୋହଲି। ସେ ଦ୍ୱିତୀୟ ଭାରତୀୟ ଭାବେ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ୧୪,୦୦୦ ରନ୍‌ ପୂରଣ କରିଥିବା ବେଳେ କ୍ୟାଚ ନେବାରେ ମଧ୍ୟ ମହମ୍ମଦ ଆଝାରୁଦ୍ଦିନଙ୍କୁ ପଛରେ ପକାଇ ଦେଇଥିଲେ।

କେବଳ ସେତିକି ନୁହେଁ ସେ ଶ୍ରେୟସ ଆୟରଙ୍କ ସହ ତୃତୀୟ ଉଇକେଟରେ ୧୧୪ ରନ୍‌ ଯୋଡ଼ି ଭାରତର ବିଜୟକୁ ସହଜ କରି ଦେଇଥିଲେ। ଆୟର ୬୭ ବଲ୍‌ରୁ ୫ ଚୌକା ଓ ୧ ଛକା ସହାୟତାରେ ୫୬ ରନକରି ଆଉଟ ହୋଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ମାତ୍ର ୮ ରନରେ ଆଉଟ ହୋଇଥିଲେ ହେଁ କୋହଲି ଅପରାଜେୟ ରହି ଭାରତକୁ ବିଜୟୀ କରିଥିଲେ। ଅନ୍ତିମ ବଲ୍‌ରେ ଚୌକା ମାରି ଶତକ ପୂରଣ କରିଥିବା କିଙ୍ଗ୍‌ କୋହଲି ୧୧୧ଟି ବଲ୍‌ର ସମ୍ମୁଖୀନ ହୋଇ ୭ ଚୌକା ସହାୟତାରେ ୧୦୦ ରନରେ ଅପରାଜିତ ରହିଥିଲେ। ଦିନିକିଆ କ୍ରିକେଟରେ ଏହାଥିଲା ତାଙ୍କର ୫୧ତମ ଶତକ। ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦୀ ୨ଟି ଏବଂ ଆବ୍ରାର ଅହମଦ ଓ ଖୁସଦିଲ ଶାହା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri