Posted inଖେଳ

ବର୍ଣ୍ଣବୈଷମ୍ୟ ଆକ୍ଷେପକୁ ଆଇସିସିର ନିନ୍ଦା: କାର୍ଯ୍ୟାନୁଷ୍ଠାନ ନେଇ ସିଏଠାରୁ ରିପୋର୍ଟ ମାଗିଲା

ଦୁବାଇ,୧୧।୧(ପି.ଟି.): ଚଳିତ ତୃତୀୟ ଟେଷ୍ଟର ଚତୁର୍ଥ ଦିବସରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କୁ କେତେକ ଦର୍ଶକ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିଲେ। ଏ ନେଇ ପଡିଆରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା ଓ ଖେଳ କିଛି ସମୟ ବନ୍ଦ ରହିଥିଲା। ଫଳରେ କେତେଜଣ ଦର୍ଶକଙ୍କୁ ଷ୍ଟାଡିୟମରୁ ବାହାର କରି ଦିଆଯାଇଥିଲା। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମଧ୍ୟ ଏ ନେଇ କ୍ଷମା ମାଗିଥିଲା। ତେବେ ରବିବାର ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଏହି ଘଟଣାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ମାମଲାରେ ଆଇସିସି ସିଏଠାରୁ ରିପୋର୍ଟ ମାଗିଛି। ଏଥିରେ କ’ଣ ସବୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେ ନେଇ ଆଇସିସି ସ୍ପଷ୍ଟୀକରଣ ମାଗିଛି। ଏହାକୁ ଆଇସିସି ଦୃଢ଼ ଭାବେ ନିନ୍ଦା କରିଛି। ଏହି ଘଟଣାର ତଦନ୍ତ ପାଇଁ ଆଇସିସି ସିଏକୁ ସବୁପ୍ରକାର ସହାୟତା ପ୍ରଦାନ କରିବାକୁ ରାଜି ଅଛି ବୋଲି କହିଛି।
କ୍ରିକେଟରେ ବର୍ଣ୍ଣବୈଷମ୍ୟ ଆକ୍ଷେପ ଓ ଏହି ଭଳି ଘଟଣାକୁ ଆଦୌ ବରାଦସ୍ତ କରାଯିବ ନାହିଁ ବୋଲି ଆଇସିସି ମୁଖ୍ୟ କାର୍ଯନିର୍ବାହୀ ମନୁ ସନେ କହିଛନ୍ତି। ଭେଦଭାବ ଓ ବର୍ଣ୍ଣବୈଷମ୍ୟ ଆକ୍ଷେପ ଆଦୌ ଗ୍ରହଣୀୟ ନୁହେଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏ ସଂକ୍ରାନ୍ତରେ ସିଏ ଓ ଗ୍ରାଉଣ୍ଡ କର୍ତ୍ତୃପକ୍ଷ ଯେଉଁ ନିଷ୍ପତ୍ତି ନେଇଛନ୍ତି ଆଇସିସି ତାହାକୁ ସ୍ବାଗତ କରିଛି।
ଉଲ୍ଲେଖଥାଉ କି, ଶନିବାର ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଜଣେ ମଦ୍ୟପ ଦର୍ଶକ ସିରାଜ ଓ ଯଶପ୍ରୀତ୍‌ ବୁମ୍‌ରାଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିଲେ। ଆଇସିସି ଭେଦଭାବ ନିରୋଧ ନିୟମ ଅନୁଯାୟୀ ସିଏକୁ ଏହି ମାମଲାରେ ତଦନ୍ତ କରିବା ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହେବ। ଉଲ୍ଲେଖଥାଉ କି, ସିରାଜଙ୍କୁ ସମ୍ପୃକ୍ତ ଉଚ୍ଛୃଙ୍ଖଳ ଦର୍ଶକମାନେ ମଙ୍କି (ମାଙ୍କଡ) ଓ ବ୍ରାଉନ୍‌ ଡଗ୍‌ (ବାଦାମୀ ରଙ୍ଗର କୁକୁର) ବୋଲି କହିଥିଲେ। ଏହି ଘଟଣା ୨୦୦୭-୦୮ରେ ଭାରତର ଅଷ୍ଟେଲିଆ ଗସ୍ତ ଅବସରରେ ହୋଇଥିବା ବହୁ ଚର୍ଚ୍ଚିତ ମଙ୍କିଗେଟ୍‌ ମାମଲାକୁ ମନେ ପକାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri