Posted inଖେଳ

ପ୍ରକାଶ ପାଇଲା ଆଇସିସି ଦିନିକିଆ ଖେଳାଳି ର଼୍ୟାଙ୍କିଙ୍ଗ୍‌

ଦୁବାଇ, ୭ା୧୨: ଆଇସିସିର ଦିନିକିଆ ଖେଳାଳି ର଼୍ୟାଙ୍କିଙ୍ଗ ତାଲିକା ବୁଧବାର ପ୍ରକାଶ ପାଇଛି। ଏଥିରେ ଭାରତ ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲି ଯଥାକ୍ରମେ ସେମାନଙ୍କ ୯ମ ଓ ୧୦ମ ସ୍ଥାନ ବଜାୟ ରଖିଛନ୍ତି। ଏଥିରେ କିନ୍ତୁ ଶ୍ରେୟସ ଆୟର ଓ କେ.ଏଲ୍‌ ରାହୁଲଙ୍କର ଉନ୍ନତି ଘଟିଛି। ବାଂଲାଦେଶ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆରେ ୨୪ରନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ଫାଇନାଲ ଗେମ୍‌ରେ ୪୯ ରନ ପାଇଁ ଆୟର ୭ ସ୍ଥାନ ପଦୋନ୍ନତି ପାଇ ମିଳିତ ୨୦ତମ ସ୍ଥାନରେ ଅଛନ୍ତି। ଅନ୍ୟପକ୍ଷରେ ମୀରପୁରରେ ୭୩ ରନ ସ୍କୋର କରିଥିବା ରାହୁଲ ୪ସ୍ଥାନ ଜମ୍ପ କରି ୩୫ତମ ସ୍ଥାନ ଅଧିକାର କରିଛନ୍ତି। ଟପ୍‌ ୧୦ରେ କେବଳ ଦୁଇ ଭାରତୀୟ ରୋହିତ ଓ କୋହଲି ରହିଛନ୍ତି। ବାଂଲାଦେଶ ବିପକ୍ଷ ଓପନିଂ ଗେମ୍‌ରେ ଭଲ ପ୍ରଦର୍ଶନ କରିଥିବାରୁ ଭାରତର ଦୁଇ ପେସର ମହମ୍ମଦ ସିରାଜ ଓ ଶାର୍ଦ୍ଦୂଳ ଠାକୁରଙ୍କର ମଧ୍ୟ ଉନ୍ନତି ଦେଖିବାକୁ ମିଳିଛି। ସିରାଜ ଶ୍ରୀଲଙ୍କା ଲେଗ୍‌ ସ୍ପିନର ଓ୍ବାନିନ୍ଦୁ ହସରଙ୍ଗାଙ୍କ ସହ ମିଳିତ ୨୬ତମ ସ୍ଥାନ ଅଧିକାର କରିଛନ୍ତି। ଠାକୁର ୯ ସ୍ଥାନ ଲମ୍ଫ କରି ୪୨ତମ ସ୍ଥାନରେ ଅଛନ୍ତି। ଅନ୍ୟପକ୍ଷରେ ଭାରତ ବିପକ୍ଷରେ ୫ ଉଇକେଟ ସଫଳତା ପାଇଁ ବାଂଲାଦେଶର ଷ୍ଟାର ଅଲରାଉଣ୍ଡର ଶକିବ ଅଲ୍‌ ହସନ ୭ ସ୍ଥାନ ପଦୋନ୍ନତି ପାଇ ବୋଲରମାନଙ୍କ ମଧ୍ୟରେ ୯ମ ସ୍ଥାନ ଅଧିକାର କରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri