Posted inଖେଳ

ଆଙ୍ଗୁଠିରେ କ୍ରିମ ଲଗାଇ ଫସିଲେ, ଜାଡେଜାଙ୍କ ଉପରେ ଜରିମାନା ଲଗାଇଲା ଆଇସିସି

ନାଗପୁର,୧୧।୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ହିରୋ ପାଲଟିଥିବା ରବିନ୍ଦ୍ର ଜାଡେଜାଙ୍କର ଅଡୁଆ ବଢ଼ିଛି। ତାଙ୍କ ଉପରେ ଆଇସିସି ଜରିମାନା ଲଗାଇଛି। ବିନା ଅନୁମତିରେ ଆଙ୍ଗୁଠିରେ ଯନ୍ତ୍ରଣା ଉପଶମକାରୀ କ୍ରିମ୍‌ ଲଗାଇଥିବାରୁ ତାଙ୍କ ଉପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଟେଷ୍ଟ ଶେଷ ହେବା ପରେ ଆଇସିସି ପକ୍ଷରୁ ଏନେଇ ବିବୃତ୍ତି ଜାରି କରାଯିବା ସହ ତାଙ୍କ ଆକାଉଣ୍ଟରେ ଏକ ଡିମେରିଟ୍‌ ପଏଣ୍ଟ ମଧ୍ୟ ଯୋଡ଼ା ଯାଇଛି।

ଜାଡେଜା ଆଇସିସି ଆଚରଣ ବିଧି ମଧ୍ୟରୁ ଗୋଟିଏ ସ୍ତର ଉଲ୍ଲଂଘନ କରି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଥିଲାଗି ତାଙ୍କୁ ମ୍ୟାଚ୍‌ ଫି’ର ୨୫% ଜରିମାନା କରାଯାଇଛି। ଏହାଛଡ଼ା ଜାଡେଜା ଆଚରଣ ସଂହିତାର ଧାରା ୨.୨୦ ଉଲ୍ଲଂଘନ କରି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହା ଖେଳର ସ୍ପିରିଟ୍‌ ସହ ଜଡ଼ିତ। ଗତ ୨୪ ମାସ ମଧ୍ୟରେ ଏହା ହେଉଛି ତାଙ୍କର ପ୍ରଥମ ଅପରାଧ।

ଟେଷ୍ଟର ପ୍ରଥମ ଇନିଂସର ୪୬ତମ ଓଭରରେ ଜାଡ଼େଜା ତାଙ୍କ ବିଶି ଆଙ୍ଗୁଠିରେ ଯନ୍ତ୍ରଣା ଉପଶମକାରୀ କ୍ରିମ ଲଗାଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ଅଧିନାୟକ ରୋହିତ ଶର୍ମା, ରବିନ୍ଦ୍ର ଜାଡେଜା ଏବଂ ଟିମ୍‌ ମ୍ୟାନେଜର ରେଫରିଙ୍କୁ ଭେଟି ସେମାନଙ୍କ ପକ୍ଷ ରଖିଥିଲେ। ଜାଡେଜା ତାଙ୍କ ଉପରେ ଲଗାଯାଇଥିବା ଅଭିଯୋଗକୁ ଗ୍ରହଣ କରିଥିବା ଯୋଗୁ ଏହି ମାମଲାରେ ଆନୁଷ୍ଠାନିକ ଶୁଣାଣି କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri