Posted inଖେଳ

ଶିଖର ଧାଓ୍ବନଙ୍କୁ ବଡ଼ ଦାୟିତ୍ୱ ଦେଲା ICC: ଏବେ କରିବେ ଏହି କାମ

ନୂଆଦିଲ୍ଲୀ,୧୩।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଚାରି ଜଣ କ୍ରିକେଟର୍‌ଙ୍କୁ ବ୍ରାଣ୍ଡ ଆମ୍ବାସାଡରଙ୍କୁ ନିଯୁକ୍ତ କରିଛି। ଏଥିରେ ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନଙ୍କ ନାମ ମଧ୍ୟ ସାମିଲ ହୋଇଛି। ଫେବୃଆରୀ ୧୯ରୁ ମାର୍ଚ୍ଚ ୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ଟୁର୍ନାମେଣ୍ଟ ପାଇଁ ଶିଖର ଧାୱନ (ଭାରତ), ସରଫରାଜ ଅହମ୍ମଦ (ପାକିସ୍ତାନ), ଶେନ ୱାଟସନ (ଅଷ୍ଟ୍ରେଲିଆ) ଏବଂ ଟିମ ସାଉଦି (ନ୍ୟୁଜିଲାଣ୍ଡ)ଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବରେ ଘୋଷଣା କରାଯାଇଛି। ସରଫରାଜ ଅହମ୍ମଦଙ୍କ ଅଧିନାୟକତ୍ୱରେ ପାକିସ୍ତାନ ୨୦୧୭ରେ ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଥିଲା। ଏହି ଚାରି ଜଣ ବ୍ରାଣ୍ଡ ଆମ୍ବାସାଡର ଚାମ୍ପିଅନ୍ସ ଟ୍ରଫି ସମ୍ପର୍କରେ ସ୍ତମ୍ଭ ଲେଖିବେ ଏବଂ ମ୍ୟାଚ ଦେଖିବାକୁ ଆସି ସେମାନଙ୍କର ମତାମତ ରଖିବେ।

ଚାମ୍ପିଅନ୍ସ ଟ୍ରଫିର ବ୍ରାଣ୍ଡ ଆମ୍ବାସାଡର ଭାବରେ ଘୋଷଣା କରାଯିବା ପରେ ନିଜର ଖୁସି ପ୍ରକାଶ କରି ଶିଖର ଧାୱନ କହିଛନ୍ତି, ଚାମ୍ପିଅନ୍ସ ଟ୍ରଫିର ଏକ ଅଂଶ ହେବା ନିଜ ପାଇଁ ବହୁତ ସ୍ବତନ୍ତ୍ର। ଆଗାମୀ ଟୁର୍ନାମେଣ୍ଟରେ ବ୍ରାଣ୍ଡ ଆମ୍ବାସାଡର ଭାବରେ ଯୋଗଦେବା ଏକ ସମ୍ମାନର କଥା।
ଶିଖର ଧାୱନ ତାଙ୍କ କ୍ୟାରିୟରରେ ମୋଟ ଦୁଇଥର ଚାମ୍ପିଅନ୍ସ ଟ୍ରଫିରେ ଅଂଶଗ୍ରହଣ କରିଥିଲେ। ୨୦୧୩ ଏବଂ ୨୦୧୭ ଚାମ୍ପିଅନ୍ସ ଟ୍ରଫି ଟୁର୍ନାମେଣ୍ଟରେ ଖେଳି ସେ ମୋଟ ୧୦ଟି ମ୍ୟାଚ ଖେଳିଥିଲେ, ଯେଉଁଥିରେ ସେ ୭୦୧ ରନ କରିଥିଲେ। ଚାମ୍ପିଅନ୍ସ ଟ୍ରଫିରେ ଭାରତ ପାଇଁ ସର୍ବାଧିକ ରନ କରିବାର ରେକର୍ଡ ଏବେ ବି ଧାୱନଙ୍କ ନାମରେ ରହିଛି। ଏହି ଟୁର୍ନାମେଣ୍ଟର ଇତିହାସରେ, ସେ ୩ଟି ଶତକ ଏବଂ ୩ଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ଧାୱନ ୨୦୧୩ ସଂସ୍କରଣରେ ମୋଟ ୩୬୩ ରନ କରିଥିଲେ, ଯାହା ପାଇଁ ତାଙ୍କୁ ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ମଧ୍ୟ ଘୋଷଣା କରାଯାଇଥିଲା। ୨୦୧୭ ଚାମ୍ପିଅନ୍ସ ଟ୍ରଫିରେ ତାଙ୍କ ବ୍ୟାଟ ୩୩୮ ରନ କରିଥିଲା।
ସରଫରାଜ ଅହମ୍ମଦ ତାଙ୍କ ଅଧିନାୟକତ୍ୱରେ ପାକିସ୍ତାନକୁ ଚାମ୍ପିଅନ କରିଥିଲେ।
୨୦୧୭ ଚାମ୍ପିଅନ୍ସ ଟ୍ରଫି, ଯେଉଁଥିରେ ପାକିସ୍ତାନ ଦଳକୁ ଭାରତ, ଦକ୍ଷିଣ ଆଫ୍ରିକା ଏବଂ ଶ୍ରୀଲଙ୍କା ସହିତ ଗ୍ରୁପ ବିରେ ରଖାଯାଇଥିଲା। ଗ୍ରୁପ ପର୍ଯ୍ୟାୟରେ ତିନୋଟି ମ୍ୟାଚରୁ ଦୁଇଟି ଜିତି ପାକିସ୍ତାନ ସେମିଫାଇନାଲରେ ପହଞ୍ଚିଥିଲା। ଏହି ସମୟରେ, ଭାରତ ଏବଂ ପାକିସ୍ତାନ ସେମାନଙ୍କର ସେମିଫାଇନାଲ ମ୍ୟାଚ ଜିତି ଟାଇଟଲ ମୁକାବିଲାରେ ପ୍ରବେଶ କରିଥିଲା। ଫାଇନାଲରେ ପ୍ରଥମେ ବ୍ୟାଟିଂ କରି, ସରଫରାଜ ଅହମ୍ମଦଙ୍କ ନେତୃତ୍ୱାଧୀନ ପାକିସ୍ତାନ ୩୩୮ ରନର ବିଶାଳ ସ୍କୋର କରିଥିଲା; ଜବାବରେ, ଟିମ ଇଣ୍ଡିଆ ମାତ୍ର ୧୫୮ ରନରେ ଅଲଆଉଟ ହୋଇଯାଇଥିଲା। ସେହି ମ୍ୟାଚ୍‌ରେ ଭାରତକୁ ୧୮୦ ରନ୍‌ର ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri