ଜୁଲାଇ ୨୭ରେ ଆଇସିସିର ମେଗା ନିଯୁକ୍ତି ମେଳା

ଭୁବନେଶ୍ୱର,୨୫।୬ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମେଗା ନିଯୁକ୍ତି ମେଳା’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି କାର୍ଯ୍ୟକ୍ରମ ୨୦୨୪ ଜୁଲାଇ ୨୭ ଓ ୨୮ ରେ ଭୁବନେଶ୍ୱରର ଲୁମ୍ବିନି କନ୍‌ଭେନ୍ସନଠାରେ ଅନୁଷ୍ଠିତ ହେବ ବୋଲି ଆଇସିସି ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଆଇସିସି ଓଡ଼ିଶା ରାଜ୍ୟ ପରିଷଦ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଭୁବନେଶ୍ୱରର ବୁଦ୍ଧ ମନ୍ଦିର ପରିସରରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଆଇସିସି ଓଡ଼ିଶା ରାଜ୍ୟ ପରିଷଦର ଅଧ୍ୟକ୍ଷ ଜେ.ବି ପାଣିଙ୍କ ସମେତ ସିକତା ଦାସ, ଆର.କେ ଦାସ, ଜେ.ଡି. ପାଲ, ରାଜୀବ ସାହୁ ଏବଂ ବି.ଏନ. ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ସମ୍ମିଳନୀର ଆଭିମୁଖ୍ୟ ଓ ମେଳା ସମ୍ପର୍କିତ ସମସ୍ତ ସୂଚନା ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ, ମେଡିକାଲ, ବ୍ୟାଙ୍କ, ହସ୍ପିଟାଲିଟି, ଆଇଟି, ଶିକ୍ଷା, ଖଣି, ଅଟୋମୋବାଇଲ୍‌ ଏବଂ ଏଚ୍‌ଆର୍‌ କନସଲଟାନ୍ସ ଭଳି ବିଭିନ୍ନ କ୍ଷେତ୍ରରେ ଚାକିରି ଖୋଜୁଥିବା ଆଶାୟୀ ଏବଂ ଶୀର୍ଷ ନିଯୁକ୍ତିଦାତାମାନେ ଅଂଶଗ୍ରହଣ କରିପାରିବେ।
ସେହିଭଳି ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ୪୦୦୦ରୁ ୫୦୦୦ ଅଂଶଗ୍ରହଣକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଚାକିରି ଖୋଜୁଥିବା ଏବଂ ନିଯୁକ୍ତିଦାତାଙ୍କ ମଧ୍ୟରେ ସିଧାସଳଖ କଥାବାର୍ତ୍ତା ଏବଂ ଯୋଗଦାନ ପାଇଁ ଆଇସିସି ନିଯୁକ୍ତି ମେଳା ୨୦୨୪ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାର୍ଟଫର୍ମ ହେବ।
ସେହିପରି ବିଭିନ୍ନ କମ୍ପାନୀ ଏବଂ ଚାକିରି ଖୋଜୁଥିବା ଲୋକଙ୍କୁ ଏକତ୍ର କରିବା ସହିତ ପ୍ରାର୍ଥୀଙ୍କ ଦକ୍ଷତା ଏବଂ ଯୋଗ୍ୟତାର ବାସ୍ତବ ମୂଲ୍ୟାଙ୍କନକୁ ଏହା ସୁଗମ କରିବ ବୋଲି ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ମତପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri