Posted inଖେଳ

ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଜୟସ୍ବାଲଙ୍କୁ ମିଳିଲା ପୁରସ୍କାର, ଏହି ଆଓ୍ବାର୍ଡରେ ସମ୍ମାନିତ କଲା ଆଇସିସି

ନୂଆଦିଲ୍ଲୀ,୧୨।୩: ନିକଟରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଯଶସ୍ବୀ ଜୟସ୍ବାଲ ବହୁ ରନ୍‌ ସଂଗ୍ରହ କରିଥିଲେ। ଏହି ଯୁବ ବ୍ୟାଟର୍‌ ୫ ଟେଷ୍ଟ ମ୍ୟାଚର ୯ ଇନିଂସରେ ୭୧୨ ରନ ସ୍କୋର କରିଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ୨ ଡବଲ ଶତକ ହାସଲ କରିଥିଲେ। ସେ ଏହି ସିରିଜରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟର୍‌ଙ୍କ ତାଲିକାରେ ଶୀର୍ଷରେ ରହିଛନ୍ତି। ଏଥି ସହିତ ବର୍ତ୍ତମାନ ଯୁବ ଓପନର୍‌ ତାଙ୍କର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ପୁରସ୍କାର ପାଇଛନ୍ତି । ବାସ୍ତବରେ ଜୟସ୍ବାଲଙ୍କୁ ଫେବୃଆରୀ ମାସ ପାଇଁ ଆଇସିସି ପ୍ଲେୟର ଅଫ ଦ ମନ୍ଥ ଭାବେ ମନୋନୀତ କରାଯାଇଛି।

ଏଥି ସହିତ ଅଷ୍ଟ୍ରେଲିଆର ଅଲରାଉଣ୍ଡର ଆନ୍ନାବେଲ ସଟରଲ୍ୟାଣ୍ଡଙ୍କୁ ମହିଳା ଖେଳାଳି ଅଫ ଦ ମାସ ପୁରସ୍କାର ପ୍ରଦାନ କରାଯାଇଛି। ନିକଟରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟରେ ବ୍ୟାଟିଂ ବ୍ୟତୀତ ଆନ୍ନାବେଲ ସଟରଲ୍ୟାଣ୍ଡ ମଧ୍ୟ ବୋଲିଂରେ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ।

ଫେବୃଆରୀରେ ଜୟସ୍ବାଲ ୧୧୨ ଆଭରେଜ୍‌ରେ ୫୬୦ରନ ସଂଗ୍ରହ କରିଥିଲେ। ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। କିନ୍ତୁ ଏହା ପରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରି ସିରିଜକୁ ୪-୧ରେ ଜିତି ନେଇଥିଲେ। ଟିମ ଇଣ୍ଡିଆର ସଫଳତାରେ ଜୟସ୍ବାଲଙ୍କର ଏକ ବଡ଼ ଅବଦାନ ଥିଲା। ଏହି ଓପନର୍‌ ବିଶାଖାପାଟନମ ଟେଷ୍ଟରେ ୨୦୯ ରନ୍‌ ସ୍କୋର ଏବଂ ରାଜକୋଟ ଟେଷ୍ଟରେ ୨୧୪ ରନ ସ୍କୋର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri