Posted inଖେଳ

ନେଦରଲାଣ୍ଡ୍ସକୁ ୧୮୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ସିଡନୀ,୨୭।୧୦: ଟି-୨୦ ବିଶ୍ୱକପରେ ଦ୍ୱିତୀୟ ମ୍ୟାଚରେ ନେଦରଲାଣ୍ଡ୍ସ ବିପକ୍ଷରେ ଜିତିବା ପାଇଁ ଟିମ ଇଣ୍ଡିଆ ୧୮୦ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ବ୍ୟତୀତ ବିରାଟ କୋହଲି ଏବଂ ସୂର୍ଯ୍ୟକୁମାର ଯାଦବ ଭାରତ ପାଇଁ ଅପରାଜିତ ଅର୍ଦ୍ଧଶତକ ହାସଲ କରିଥିଲେ। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆର ଭଲ ଆରମ୍ଭ ହୋଇ ନ ଥିଲା। ଉପ-ଅଧିନାୟକ କେ.ଏଲ ରାହୁଲ ତୃତୀୟ ଓଭରରେ ମାତ୍ର ୯ ରନ ସ୍କୋର କରି ପାଭିଲିୟନକୁ ଫେରିଥିଲେ। ଏହି ସମୟ ମଧ୍ୟରେ ରୋହିତ ଏବଂ କୋହଲିଙ୍କ ମଧ୍ୟରେ ଅର୍ଦ୍ଧଶତକୀୟ ଭାଗିଦାରୀ ହୋଇଥିଲା। ରୋହିତ ୩୫ ବଲରୁ ୨୯ ତମ ଅର୍ଦ୍ଧଶତକ ହାସଲ କରିଥିଲେ, କିନ୍ତୁ ସେ ୫୩ ରନ ସ୍କୋର କରି କ୍ଲାସେନଙ୍କ ଶିକାର ହୋଇଥିଲେ। ଏହା ପରେ କୋହଲିଙ୍କୁ ସମର୍ଥନ କରିବାକୁ ଆସିଥିବା ସୂର୍ଯ୍ୟକୁମାର ଯାଦବ ଦଳକୁ ଏକ ବଡ଼ ସ୍କୋରକୁ ନେବା ପାଇଁ ଚେଷ୍ଟା କରିଥିଲେ। ଉଭୟଙ୍କ ମଧ୍ୟରେ ୯୫ ରନର ଭାଗିଦାରୀ ହୋଇଥିଲା। ବିରାଟ କୋହଲି ୩୭ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। ଏହି ଇନିଂସ ଆଧାରରେ ସେ ଟି-୨୦ ବିଶ୍ୱକପରେ ସର୍ବାଧିକ ରନ ସ୍କୋରର ତାଲିକାରେ କ୍ରିସ ଗେଲଙ୍କୁ ପଛରେ ପକାଇ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଇନିଂସର ଶେଷ ବଲରେ ସୂର୍ଯ୍ୟକୁମାର ଯାଦବ ଗୋଟିଏ ଛକା ମାରି ୨୫ ବଲରେ ୫୧ ରନ ସଂଗ୍ରହ କରିଥିଲେ। କୋହଲି ୬୨ର ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri