Posted inଖେଳ

ନେଦରଲାଣ୍ଡ୍ସକୁ ୧୮୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ସିଡନୀ,୨୭।୧୦: ଟି-୨୦ ବିଶ୍ୱକପରେ ଦ୍ୱିତୀୟ ମ୍ୟାଚରେ ନେଦରଲାଣ୍ଡ୍ସ ବିପକ୍ଷରେ ଜିତିବା ପାଇଁ ଟିମ ଇଣ୍ଡିଆ ୧୮୦ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ବ୍ୟତୀତ ବିରାଟ କୋହଲି ଏବଂ ସୂର୍ଯ୍ୟକୁମାର ଯାଦବ ଭାରତ ପାଇଁ ଅପରାଜିତ ଅର୍ଦ୍ଧଶତକ ହାସଲ କରିଥିଲେ। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆର ଭଲ ଆରମ୍ଭ ହୋଇ ନ ଥିଲା। ଉପ-ଅଧିନାୟକ କେ.ଏଲ ରାହୁଲ ତୃତୀୟ ଓଭରରେ ମାତ୍ର ୯ ରନ ସ୍କୋର କରି ପାଭିଲିୟନକୁ ଫେରିଥିଲେ। ଏହି ସମୟ ମଧ୍ୟରେ ରୋହିତ ଏବଂ କୋହଲିଙ୍କ ମଧ୍ୟରେ ଅର୍ଦ୍ଧଶତକୀୟ ଭାଗିଦାରୀ ହୋଇଥିଲା। ରୋହିତ ୩୫ ବଲରୁ ୨୯ ତମ ଅର୍ଦ୍ଧଶତକ ହାସଲ କରିଥିଲେ, କିନ୍ତୁ ସେ ୫୩ ରନ ସ୍କୋର କରି କ୍ଲାସେନଙ୍କ ଶିକାର ହୋଇଥିଲେ। ଏହା ପରେ କୋହଲିଙ୍କୁ ସମର୍ଥନ କରିବାକୁ ଆସିଥିବା ସୂର୍ଯ୍ୟକୁମାର ଯାଦବ ଦଳକୁ ଏକ ବଡ଼ ସ୍କୋରକୁ ନେବା ପାଇଁ ଚେଷ୍ଟା କରିଥିଲେ। ଉଭୟଙ୍କ ମଧ୍ୟରେ ୯୫ ରନର ଭାଗିଦାରୀ ହୋଇଥିଲା। ବିରାଟ କୋହଲି ୩୭ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। ଏହି ଇନିଂସ ଆଧାରରେ ସେ ଟି-୨୦ ବିଶ୍ୱକପରେ ସର୍ବାଧିକ ରନ ସ୍କୋରର ତାଲିକାରେ କ୍ରିସ ଗେଲଙ୍କୁ ପଛରେ ପକାଇ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଇନିଂସର ଶେଷ ବଲରେ ସୂର୍ଯ୍ୟକୁମାର ଯାଦବ ଗୋଟିଏ ଛକା ମାରି ୨୫ ବଲରେ ୫୧ ରନ ସଂଗ୍ରହ କରିଥିଲେ। କୋହଲି ୬୨ର ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?