Posted inଖେଳ

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧ ହେବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଟପ-୪ ଜଣଙ୍କ ମଧ୍ୟରେ ୩ ଜଣ ଭାରତୀୟ ଖେଳାଳି ସାମିଲ ଅଛନ୍ତି, ଯେଉଁଥିରେ କ୍ୟାପଟେନ ଗିଲ୍‌ଙ୍କ ସହିତ ରୋହିତ ଶର୍ମା ଏବଂ ବିରାଟ କୋହଲି ଅଛନ୍ତି। ଟପ-୧୦ କଥା କହିବାକୁ ଗଲେ ୩ଟି ପରିବର୍ତ୍ତନ ଘଟିଛି। ଟିମ ଇଣ୍ଡିଆ ବିରୁଦ୍ଧରେ ନିକଟରେ ଶେଷ ହୋଇଥିବା ଦିନିକିଆ ସିରିଜରେ ଚମତ୍କାର ପ୍ରଦର୍ଶନ କରିଥିବା ଜୋ ରୁଟ ୪ଟି ସ୍ଥାନ ଉପରକୁ ଉଠିଛନ୍ତି।

ନ୍ୟୁଜିଲାଣ୍ଡର ଡେରିଲ ମିଚେଲ ଆଇସିସି ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ର ପ୍ରଥମ ସ୍ଥାନରେ ଅଛନ୍ତି। ତାଙ୍କର ୮୦୨ ରେଟିଂ ରହିଥିବାବେଳେ ୮୦୧ ରେଟିଂ ସହିତ ଭାରତୀୟ କ୍ୟାପଟେନ ଶୁବମନ ଗିଲ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବିରାଟ କୋହଲି ଏହି ତାଲିକାର ତୃତୀୟ ସ୍ଥାନରେ ଥିବାବେଳେ ସେ ଇଂଲଣ୍ଡ ବିରୁଦ୍ଧରେ ଦ୍ୱିତୀୟ ଦିନିକିଆରେ ୬୫ ଏବଂ ତୃତୀୟ ଦିନିକିଆରେ ୭୪ ରନର ଚମତ୍କାର ଇନିଂସ ଖେଳିଥିଲେ। ରୋହିତ ଶର୍ମା ଚତୁର୍ଥ ସ୍ଥାନରେ ଥିବାବେଳେ ସେ ଇଂଲଣ୍ଡ ବିରୁଦ୍ଧରେ ତୃତୀୟ ଦିନିକିଆରେ ୧୩୮ ରନର ଏକ ଐତିହାସିକ ଇନିଂସ ଖେଳିଥିଲେ। ସେ ହେଉଛନ୍ତି ଲଡର୍‌ସରେ ଦିନିକିଆ ଶତକ ହାସଲ କରିଥିବା ଏକମାତ୍ର ଭାରତୀୟ ବ୍ୟାଟ୍ସମ୍ୟାନ। ରୋହିତଙ୍କର ୭୫୮ ରେଟିଂ ପଏଣ୍ଟ ରହିଛି।

ODI ପାଇଁ ଆଇସିସି ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ର ଶୀର୍ଷ ୧୦ ଜଣ ଖେଳାଳିଙ୍କ ତାଲିକା:

୧. ଡେରିଲ ମିଚେଲ (ନ୍ୟୁଜିଲାଣ୍ଡ)
୨. ଶୁବମନ ଗିଲ (ଭାରତ)
୩. ବିରାଟ କୋହଲି (ଭାରତ)
୪. ରୋହିତ ଶର୍ମା (ଭାରତ)
୫. ଇବ୍ରାହିମ ଜାଦ୍ରାନ (ଆଫଗାନିସ୍ତାନ)
୬. ବାବର ଆଜମ (ପାକିସ୍ତାନ)
୭. ହ୍ୟାରି ଟ୍ରେକ୍ଟର (ଆୟର୍ଲ୍ୟାଣ୍ଡ)
୮. ଜୋ ରୁଟ (ଇଂଲଣ୍ଡ)
୯. ଶାଇ ହୋପ (ୱେଷ୍ଟଇଣ୍ଡିଜ)
୧୦. ଚରିଥ ଅସଲଙ୍କା (ଶ୍ରୀଲଙ୍କା)

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri