Posted inଖେଳ

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲି, ରୋହିତ ଟପ୍‌-୨ରେ ଅପରିବର୍ତ୍ତିତ

ଦୁବାଇ, ୫।୮(ପି.ଟି.)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବୁଧବାର ପ୍ରକାଶିତ ଆଇସିସି ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟ୍ସମ୍ୟାନ ତାଲିକାର ଶୀର୍ଷ ୨ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ବୋଲିଂ ବିଭାଗରେ ଯଶପ୍ରୀତ ବୁମ୍‌ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। କୋହଲି ୮୭୧ ପଏଣ୍ଟ ସହିତ ପ୍ରଥମ ଓ ରୋହିତ ୮୫୫ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପାକିସ୍ତାନର ବାବର ଆଜମ (୮୨୯), ନ୍ୟୁଜିଲାଣ୍ଡର ରସ୍‌ ଟେଲର(୮୧୮) ଓ ଦକ୍ଷିଣ ଆଫ୍ରିକାର ଫାଫ୍‌ ଡୁପ୍ଲେସି(୭୯୦) ପରବର୍ତ୍ତୀ ୩ ସ୍ଥାନରେ ରହିଛନ୍ତି। ବୋଲିଂ ର଼୍ୟାଙ୍କିଙ୍ଗ୍‌ରେ ବୁମ୍‌ରା ୭୧୯ ପଏଣ୍ଟ ସହିତ ଦ୍ୱିତୀୟରେ ରହିଥିବାବେଳେ ନ୍ୟୁଜିଲାଣ୍ଡର ଟ୍ରେଣ୍ଟ ବୋଲ୍ଟ ୭୨୨ ପଏଣ୍ଟ ସହିତ ଶୀର୍ଷସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଆଫଗାନିସ୍ତାନର ମୁଜିବୁର ରହମନ(୭୦୧), ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ(୬୮୯) ଓ ଦକ୍ଷିଣ ଆଫ୍ରିକାର କାଗିଶୋ ରାବାଡ଼ା(୬୬୫) ୩ୟରୁ ୫ମ ସ୍ଥାନରେ ରହିଛନ୍ତି।
ଇଂଲଣ୍ଡ ବିପକ୍ଷ ତୃତୀୟ ଦିନିକିଆରେ ଶତକୀୟ ଇନିଂସ ଖେଳିଥିବା ଆୟର୍ଲାଣ୍ଡ ଅଧିନାୟକ ଆଣ୍ଡ୍ର୍ୟୁ ବାଲବିର୍ନି ୪ଟି ସ୍ଥାନ ଉପରକୁ ଉଠି ୪୨ରେ ପହଞ୍ଚତ୍ଥିବାବେଳେ ତାଙ୍କ ଡେପୁଟି ପଲ୍‌ ଷ୍ଟିର୍ଲିଂ ଗୋଟିଏ ସ୍ଥାନ ଉଠି ୨୬ତମ ସ୍ଥାନରେ ରହିଛନ୍ତି। ଶତକ ହାସଲକାରୀ ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଗୋଟିଏ ସ୍ଥାନ ଉପରକୁ ଉଠି ୨୨ ଓ ସେହି ଦଳର ଜନି ବେୟାରଷ୍ଟୋ ୧୩ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri