Posted inଖେଳ

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲି, ରୋହିତ ଟପ୍‌-୨ରେ ଅପରିବର୍ତ୍ତିତ

ଦୁବାଇ, ୫।୮(ପି.ଟି.)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବୁଧବାର ପ୍ରକାଶିତ ଆଇସିସି ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟ୍ସମ୍ୟାନ ତାଲିକାର ଶୀର୍ଷ ୨ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ବୋଲିଂ ବିଭାଗରେ ଯଶପ୍ରୀତ ବୁମ୍‌ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। କୋହଲି ୮୭୧ ପଏଣ୍ଟ ସହିତ ପ୍ରଥମ ଓ ରୋହିତ ୮୫୫ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପାକିସ୍ତାନର ବାବର ଆଜମ (୮୨୯), ନ୍ୟୁଜିଲାଣ୍ଡର ରସ୍‌ ଟେଲର(୮୧୮) ଓ ଦକ୍ଷିଣ ଆଫ୍ରିକାର ଫାଫ୍‌ ଡୁପ୍ଲେସି(୭୯୦) ପରବର୍ତ୍ତୀ ୩ ସ୍ଥାନରେ ରହିଛନ୍ତି। ବୋଲିଂ ର଼୍ୟାଙ୍କିଙ୍ଗ୍‌ରେ ବୁମ୍‌ରା ୭୧୯ ପଏଣ୍ଟ ସହିତ ଦ୍ୱିତୀୟରେ ରହିଥିବାବେଳେ ନ୍ୟୁଜିଲାଣ୍ଡର ଟ୍ରେଣ୍ଟ ବୋଲ୍ଟ ୭୨୨ ପଏଣ୍ଟ ସହିତ ଶୀର୍ଷସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଆଫଗାନିସ୍ତାନର ମୁଜିବୁର ରହମନ(୭୦୧), ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ(୬୮୯) ଓ ଦକ୍ଷିଣ ଆଫ୍ରିକାର କାଗିଶୋ ରାବାଡ଼ା(୬୬୫) ୩ୟରୁ ୫ମ ସ୍ଥାନରେ ରହିଛନ୍ତି।
ଇଂଲଣ୍ଡ ବିପକ୍ଷ ତୃତୀୟ ଦିନିକିଆରେ ଶତକୀୟ ଇନିଂସ ଖେଳିଥିବା ଆୟର୍ଲାଣ୍ଡ ଅଧିନାୟକ ଆଣ୍ଡ୍ର୍ୟୁ ବାଲବିର୍ନି ୪ଟି ସ୍ଥାନ ଉପରକୁ ଉଠି ୪୨ରେ ପହଞ୍ଚତ୍ଥିବାବେଳେ ତାଙ୍କ ଡେପୁଟି ପଲ୍‌ ଷ୍ଟିର୍ଲିଂ ଗୋଟିଏ ସ୍ଥାନ ଉଠି ୨୬ତମ ସ୍ଥାନରେ ରହିଛନ୍ତି। ଶତକ ହାସଲକାରୀ ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଗୋଟିଏ ସ୍ଥାନ ଉପରକୁ ଉଠି ୨୨ ଓ ସେହି ଦଳର ଜନି ବେୟାରଷ୍ଟୋ ୧୩ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?