Posted inଖେଳ

ଆଇସିସି ଦିନିକିଆ ରାଙ୍କିଙ୍ଗ୍: ବାବରଙ୍କ ପାଇଁ ଗିଲ୍ ବିପଦ, ପାଣ୍ଡ୍ୟା-ଈଶାନ ଚମକିଲେ

ନୂଆଦିଲ୍ଲୀ, ୯। ୮: ଆଇସିସି ପକ୍ଷରୁ ବୁଧବାର ଦିନିକିଆ କ୍ରିକେଟରଙ୍କ ତାଜା ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଖେଳାଳିଙ୍କୁ ସୁଯୋଗ ମିଳିଛି। ବିଶ୍ବକପ୍ ପୂର୍ବରୁ ଦଳ ପାଇଁ ଏହା ଭଲ ଖବର ବୋଲି କୁହାଯାଉଛି।

ତାଜା ରାଙ୍କିଙ୍ଗ ଅନୁଯାୟୀ, ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଈଶାନ କିଶନ ୯ ସ୍ଥାନ ଉପରକୁ ଉଠିଛନ୍ତି। ସେହିଭଳି ଷ୍ଟାର ଓପନର୍ ଶୁଭମନ ଗିଲ ୨ ସ୍ଥାନ ଉପରକୁ ଉଠି ୫ମ ସ୍ଥାନରେ ପହଞ୍ଚିଛନ୍ତି। ତାଙ୍କର ଏବେ ୭୪୩ ପଏଣ୍ଟ ରହିଛି।

ବ୍ୟାଟିଂରେ ପାକିସ୍ତାନ ଅଧିନାୟକ ବାବର ଆଜମ ଶୀର୍ଷରେ ଅଛନ୍ତି। ତାଙ୍କର ୮୮୬ ପଏଣ୍ଟ ରହିଛି। ତେବେ ରାଙ୍କିଙ୍ଗର ଶୀର୍ଷ ୧୦ରେ ୨ଜଣ ଭାରତୀୟ ଅଛନ୍ତି। ଗିଲଙ୍କ ବ୍ୟତୀତ ବିରାଟ କୋହଲି ୯ମ ସ୍ଥାନରେ ଅଛନ୍ତି। ତେବେ ଗିଲ୍ ଯଦି ନିଜର ଜବରଦସ୍ତ ବ୍ୟାଟିଂ ଜାରି ରଖନ୍ତି ତେବେ ଖୁବଶୀଘ୍ର ବାବରଙ୍କ ସ୍ଥାନ ଛଡାଇ ଆଣି ପାରନ୍ତି ବୋଲି କୁହାଯାଉଛି।

ବ୍ୟାଟିଂ ରାଙ୍କିଙ୍ଗରେ ୧୦ ସ୍ଥାନ ଉପରକୁ ଉଠି ୭୧ନଂ ରେ ପହଞ୍ଚି ଛନ୍ତି ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ବୋଲିଂ ରେ କୁଳଦୀପ ୧୦ନଂ ଏବଂ ଶାର୍ଦ୍ଦୁଳ ଠାକୁର ୪ ପଏଣ୍ଟ ଉଠି ୩୦ନଂରେ ପହଞ୍ଚି ଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?