Posted inଖେଳ

ଉପରକୁ ଉଠିଲେ କୋହଲି

ନୂଆଦିଲ୍ଲୀ,୧୮।୧: ଶ୍ରୀଲଙ୍କା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଦୁଇ ଶତକ ସହ ୨୮୩ ରନ ସ୍କୋର କରିଥିବା ବିରାଟ କୋହଲି ସର୍ବଶେଷ ଆଇସିସି ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ଉପରକୁ ଉଠିଛନ୍ତି। ସେ ଅଷ୍ଟମରୁ ଚତୁର୍ଥ ସ୍ଥାନରେ ପହଞ୍ଚିଛନ୍ତି। ସେହିପରି ବୋଲିଂ ର଼୍ୟାଙ୍କିଙ୍ଗରେ ମହମ୍ମଦ ସିରାଜ ୧୫ଟି ସ୍ଥାନ ଉପରକୁ ଉଠି ୩ ନମ୍ବର ସ୍ଥାନରେ ରହିଛନ୍ତି।
ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ପାକିସ୍ତାନର ବାବର ଆଜମ (୮୮୭) ଶୀର୍ଷରେ ଅଛନ୍ତି। ଦ୍ୱିତୀୟରେ ଦକ୍ଷିଣ ଆଫ୍ରିକାର ରସି ଭାନ ଡେର୍‌ ଡୁସେନ (୭୬୬) ଦ୍ୱିତୀୟ ସ୍ଥାନରେ ଏବଂ କ୍ୱିଣ୍ଟନ ଡିକକ (୭୫୯) ତୃତୀୟ ସ୍ଥାନରେ ଅଛନ୍ତ। ଚତୁର୍ଥ ସ୍ଥାନରେ ଅଛନ୍ତି ବିରାଟ କୋହଲି (୭୫୦), ଡେଭିଡ ୱାର୍ନର (୭୪୭), ଇମାମ-ଉଲ-ହକ (୭୪୦), କେନ ୱିଲିୟମସନ (୭୨୧), ଷ୍ଟିଭ ସ୍ମିଥ (୭୧୯), ଜନି ବେୟାରଷ୍ଟୋ (୭୧୦) ଏବଂ ରୋହିତ ଶର୍ମା (୭୦୧) ଅଛନ୍ତି।
ଶ୍ରୀଲଙ୍କା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ମହମ୍ମଦ ସିରାଜ ୯ଟି ଉଇକେଟ ନେଇଥିଲେ। ସେ ନିଜ କ୍ୟାରିୟରର ଶ୍ରେଷ୍ଠ ମୂଲ୍ୟାୟନ ପଏଣ୍ଟ (୬୮୫) ସହିତ ତୃତୀୟ ସ୍ଥାନରେ ପହଞ୍ଚିଛନ୍ତି। ପୂର୍ବରୁ ସେ ୧୮ତମ ସ୍ଥାନରେ ରହିଥିଲେ। ବୋଲରମାନଙ୍କ ମଧ୍ୟରେ ଟ୍ରେଣ୍ଟ ବୋଲ୍ଟ (୭୩୦) ଏକ ନମ୍ବରରେ ଅଛନ୍ତି। ଅଷ୍ଟ୍ରେଲିଆର ଜୋସେ ହେଜଲଉଡ (୭୨୭) ଦ୍ୱିତୀୟ, ମହମ୍ମଦ ସିରାଜ (୬୮୫) ତୃତୀୟ, ମିଚେଲ ଷ୍ଟାର୍କ (୬୬୫) ଚତୁର୍ଥ, ରସିଦ ଖାନ (୬୫୯), ଆଦାମ ଜାମ୍ପା (୬୫୫), ଶାକିବ ଅଲ ହାସନ (୬୫୨), ମ୍ୟାଟ ହେନେରୀ (୬୪୩) ଏବଂ ଶାହିନ ଆଫ୍ରିଦି (୬୪୧) ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?