Posted inଖେଳ

ଆଇସିସି ର଼୍ୟାଙ୍କିଙ୍ଗ୍‌: ଦିନିକିଆରେ ଶ୍ରେଷ୍ଠ ଦୁଇ ସ୍ଥାନରେ କୋହଲି, ରୋହିତ୍‌

ଦୁବାଇ,୨୭।୮(ପି.ଟି.): ବୁଧବାର ପ୍ରକାଶିତ ହୋଇଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ଡେପୁଟି ରୋହିତ ଶର୍ମା ସେମାନଙ୍କ ପ୍ରଭୁତ୍ୱ ଜାରି ରଖିଛନ୍ତି। କୋହଲି ଓ ରୋହିତ ବ୍ୟାଟ୍ସମ୍ୟାନଙ୍କ ତାଲିକାର ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ବଜାୟ ରଖିଛନ୍ତି। ତେବେ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଅଷ୍ଟ୍ରେଲୀୟ ରନ୍‌ ମେଶିନ୍‌ କୁହାଯାଉଥିବା ଷ୍ଟିଭ୍‌ ସ୍ମିଥ୍‌ ବ୍ୟାଟ୍ସମ୍ୟାନ ତାଲିକାରେ ପୂର୍ବପରି ଶୀର୍ଷ ସ୍ଥାନରେ ରହିଛନ୍ତି। କୋହଲି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଅନ୍ୟତମ ଅଷ୍ଟ୍ରେଲୀୟ ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ୍‌ ତୃତୀୟ ସ୍ଥାନରେ ରହିଛନ୍ତି।
ଅନ୍ୟପେଟ ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ବ୍ୟାଟ୍ସମ୍ୟାନ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ପାକିସ୍ତାନ ତାରକା ବ୍ୟାଟ୍ସମ୍ୟାନ ବାବର ଆଜମ ଶୀର୍ଷ ସ୍ଥାନରେ ରହିଥିବା ବେଳେ ଅଷ୍ଟ୍ରେଲିଆ ସୀମିତ ଓଭର ଅଧିନାୟକ ଆରୋନ ଫଞ୍ଚ୍‌ ତୃତୀୟ ସ୍ଥାନରେ ରହିଛନ୍ତି।
ଦିନିକିଆ ବୋଲିଂ ତାଲିକାରେ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଶୀର୍ଷ ସ୍ଥାନରେ ରହିଛନ୍ତି। ସେହିପରି ଟେଷ୍ଟ ବୋଲିଂ ତାଲିକାରେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ପ୍ୟାଟ୍‌ କୁମିନ୍ସ ଶୀର୍ଷ ସ୍ଥାନରେ ରହିଥିବା ବେଳେ ଆଫଗାନିସ୍ତାନ ତାରକା ସ୍ପିନର ରସିଦ୍‌ ଖାନ୍‌ ଟି୨୦ ଫର୍ମାଟ୍‌ର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ଦଳୀୟ ତାଲିକାରେ ଭାରତ ଦିନିକିଆରେ ଶୀର୍ଷ ସ୍ଥାନରେ ରହିଛି। ତେବେ ଟେଷ୍ଟ ଓ ଟି୨୦ ଫର୍ମାଟ୍‌ରେ ଭାରତ ତୃତୀୟ ସ୍ଥାନରେ ରହିଛି।
ସାଉଥାମ୍ପଟନରେ ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ୨୬୭ ରନର ଦ୍ୱିଶତକୀୟ ପାଳି ଖେଳିଥିବା ଇଂଲଣ୍ଡ ଯୁବ ବ୍ୟାଟ୍ସମ୍ୟାନ ଜ୍ୟାକ କ୍ରଲି ଓ ୭ ଉଇକେଟ ହାସଲ କରିଥିବା ଜେମ୍ସ ଆଣ୍ଡରସନ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଲଙ୍ଗ୍‌ଜମ୍ପ ମାରିଛନ୍ତି। କ୍ରଲି ୫୩ଟି ସ୍ଥାନ ଉପରକୁ ଉଠି କ୍ୟାରିୟର ଶ୍ରେଷ୍ଠ ୨୮ତମ ସ୍ଥାନ ଅଧିକାର କରିଛନ୍ତି। ଏହି ଟେଷ୍ଟ ସିରିଜ ପୂର୍ବରୁ ସେ ୯୫ତମ ସ୍ଥାନରେ ରହିଥିଲେ। ସିରିଜରେ ମୋଟ ଉପରେ ୩୨୦ ରନ ସଂଗ୍ରହ କରି ସେ ଇଂଲଣ୍ଡ ପାଇଁ ଶ୍ରେଷ୍ଠ ଚତୁର୍ଥ ର଼୍ୟାଙ୍କ୍‌ର ବ୍ୟାଟ୍ସମ୍ୟାନ ସାବ୍ୟସ୍ତ ହୋଇଛନ୍ତି। ବୋଲିଂରେ ଆଣ୍ଡରଶନ ୬ଟି ସ୍ଥାନ ଉପରକୁ ଉଠି ଟପ୍‌-୧୦କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତୃତୀୟ ଟେଷ୍ଟରେ ସେ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ହିସାବରେ ୬୦୦ ଉଇକେଟ ହାସଲ କରିବାର ରେକର୍ଡ କରିଛନ୍ତି। ସେହିପର ୧୫୨ ରନର ଶତକୀୟ ପାଳି ଖେଳିଥିବା ଜୋସ୍‌ ବଟଲର ୬୩୭ ପଏଣ୍ଟ ହାସଲ କରି କ୍ୟାରିୟର ଶ୍ରେଷ୍ଠ ୨୧ତମ ସ୍ଥାନ ଅଧିକାର କରିଛନ୍ତି। ଅଲରାଉଣ୍ଡର ତାଲିକାରେ ବେନ୍‌ ଷ୍ଟୋକ୍ସ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡର ଶୀର୍ଷରେ ରହିଛନ୍ତି। ପାକିସ୍ତାନ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ୧୪୧ ରନର ଶତକୀୟ ଇନିଂସ ଖେଳିଥିବା ଅଧିନାୟକ ଅଝାର ଅଲୀ ୧୧ଟି ସ୍ଥାନ ଉପରକୁ ଉଠି ୨୩ତମ ସ୍ଥାନରେ ରହିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୩ଟି ସ୍ଥାନ ଉପରକୁ ଉଠି ୭୨ତମ ସ୍ଥାନ ଅଧିକାର କରିଛନ୍ତି। ପାର୍ଟ ଟାଇମ୍‌ ସ୍ପିନର ଫଓ୍ବାଦ ଆଲାମ ଓ ଆସଦ ସାଫିକ ଯଥାକ୍ରମେ ୨୨ ଓ ୯ଟି ସ୍ଥାନ ଉପରକୁ ଉଠି ୯୪ ଓ ୧୦୦ତମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri