Posted inଖେଳ

ଆସିଲା ଆଇସିସି ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଙ୍ଗ ଆସିଲା: ଜାଣନ୍ତୁ ଭାରତର କେଉଁ ଖେଳାଳି କେଉଁ ସ୍ଥାନରେ..

ଦୁବାଇ,୧୩ା୫: ଭାରତର ଷ୍ଟାଇଲିସ ଓପନର ସ୍ମୃତି ମନ୍ଧାନା ଆଇସିସି ମହିଳା ଅନ୍ତର୍ଜାତୀୟ ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ବିଶ୍ୱର ନମ୍ବର-୧ ସ୍ଥାନ ନିକଟତର ହୋଇଛନ୍ତି। ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଭାରତର ସଫଳତାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ସେ ଗୋଟିଏ ସ୍ଥାନ ପଦୋନ୍ନତି ପାଇ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି।

ମନ୍ଧାନା ଏହା ପୂର୍ବରୁ ଗତଥର ୨୦୧୯ରେ ଅନ୍ତର୍ଜାତୀୟ ଦିନିକିଆ ବ୍ୟାଟର ତାଲିକାରେ ଶୀର୍ଷ ସ୍ଥାନ ଅଧିକାର କରିଥିଲେ। ନିକଟରେ ସେ ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିଥିବା ମୋଟ ୫ଟି ଇନିଂସରେ ୨୬୪ରନ ସଂଗ୍ରହ କରି ଟୁର୍ନାମେଣ୍ଟର ଦ୍ୱିତୀୟ ଅଗ୍ରଣୀ ରନ ସ୍କୋରର ବିବେଚିତ ହୋଇଥିଲେ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୦୧ ବଲ୍‌ରୁ ୧୧୬ ରନ କରିଥିବା ମନ୍ଧାନା ବର୍ତ୍ତମାନ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଦକ୍ଷିଣ ଆଫ୍ରିକା ଅଧିନାୟିକା ଲାଉରା ଓଭାର୍ଡଟଙ୍କଠାରୁ ୧୧ ରେଟିଂ ପଏଣ୍ଟ ପଛରେ ରହିଛନ୍ତି, ଯିଏକି ତ୍ରିରାଷ୍ଟ୍ରୀୟ ସିରିଜରେ ମାତ୍ର ୮୬ରନ କରିଥିଲେ। ଟୁର୍ନାମେଣ୍ଟରେ ୧୩୯ ରନ କରିଥିବା ଶ୍ରୀଲଙ୍କା ଅଧିନାୟକ ଚାମରୀ ଆଥାପାଥଥୁଙ୍କର ଟପ୍‌ ୧୦ରେ ପଦୋନ୍ନତି ଘଟିଛି। ସେ ୨ ସ୍ଥାନ ପଦୋନ୍ନତି ପାଇ ୭ମକୁ ଉନ୍ନୀତ ହୋଇଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଜେମିମା ରୋଡ୍ରିଗୁଏଜ୍‌ (୫ ପଦୋନ୍ନତି ସହ ୧୫ତମ ସ୍ଥାନ) ଓ ଦକ୍ଷିଣ ଆଫ୍ରିକାର ଚ୍ଲୋ ଟ୍ରାୟନ (୧୮ତମ ସ୍ଥାନରୁ ୯ମ)ଙ୍କ ମଧ୍ୟ ପଦୋନ୍ନତି ଘଟିଛି। ବୋଲର ତାଲିକାରେ ପଦୋନ୍ନତି ପାଇଥିବା ଖେଳାଳିମାନଙ୍କ ମଧ୍ୟରେ ପ୍ଲେୟର ଅଫ୍‌ ଦି ମ୍ୟାଚ ଭାରତୀୟ ସ୍ପିନର ସ୍ନେହ ରାଣା ରହିଛନ୍ତି। ସେ ୪ ସ୍ଥାନ ଉପରକୁ ଉଠି ୩୪ତମ ସ୍ଥାନରେ ଅଛନ୍ତି। ଇଂଲଣ୍ଡର ସୋଫି ଏକ୍ଲେଷ୍ଟୋନ ନମ୍ବର ୧ ସ୍ଥାନରେ ରହିଛନ୍ତି। ଟପ୍‌ ୧୦ରେ ଭାରତର ଜଣେ ମାତ୍ର ଖେଳାଳି ଦୀପ୍ତି ଶର୍ମା ୪ର୍ଥ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri