ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲି, ରୋହିତ ଶୀର୍ଷରେ ଅପରିବର୍ତ୍ତିତ

ଦୁବାଇ, ୫।୧୧(ପି.ଟି.)- ସଦ୍ୟ ପ୍ରକାଶିତ ଆଇସିସି ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟ୍ସମ୍ୟାନ ବିଭାଗରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ତାଙ୍କ ଡେପୁଟି ରୋହିତ ଶର୍ମା ଶୀର୍ଷ ଦୁଇସ୍ଥାନ ଅଧିକାର କରିଛନ୍ତି। ବୋଲିଂ ବିଭାଗରେ ଯଶପ୍ରୀତ୍‌ ବୁମ୍‌ରା ମଧ୍ୟ ଦ୍ୱିତୀୟ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। କୋଭିଡ-୧୯ ମହାମାରୀ ଯୋଗୁ କ୍ରିକେଟ କାର୍ଯ୍ୟକଳାପ ବନ୍ଦ ପାଇଁ କୋହଲି ଓ ରୋହିତ ଦୀର୍ଘଦିନଧରି କୌଣସି ଦିନିକିଆ ମ୍ୟାଚ ଖେଳି ନାହାନ୍ତି। ଏହା ସତ୍ତ୍ୱେ କୋହଲି ୮୭୧ ଓ ରୋହିତ ୮୫୫ ପଏଣ୍ଟ ସହିତ ପ୍ରଥମ ଦୁଇସ୍ଥାନରେ ରହିଛନ୍ତି। ନିକଟରେ ଅନୁଷ୍ଠିତ ଜିମ୍ବାଓ୍ବେ ବିପକ୍ଷ ସିରିଜରେ ୧୨୫ ରନର ଇନିଂସ ଖେଳିଥିବା ପାକିସ୍ତାନ ଅଧିନାୟକ ବାବର ଆଜମ ୮ଟି ସ୍ଥାନ ଉପରକୁ ଉଠି ତୃତୀୟରେ ପହଞ୍ଚତ୍ଛନ୍ତି। ସେ ୮୩୭ ପଏଣ୍ଟ ପାଇଛନ୍ତି। ନ୍ୟୁଜିଲାଣ୍ଡର ରସ୍‌ ଟେଲର, ଦକ୍ଷିଣ ଆଫ୍ରିକାର ଫାଫ୍‌ ଡୁ’ପ୍ଲେସି, ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନ, ଅଷ୍ଟ୍ରେଲିଆର ଆରୋନ ଫିଞ୍ଚ୍‌, ଡେଭିଡ ଓ୍ବାର୍ନର, ଦକ୍ଷିଣ ଆଫ୍ରିକାର କ୍ୱିଣ୍ଟନ ଡି’କକ୍‌ ଓ ଇଂଲଣ୍ଡର ଜନି ବେୟାରଷ୍ଟୋ ଟପ୍‌-୧୦ରେ ରହିଛନ୍ତି। ବୋଲର ତାଲିକାରେ ନ୍ୟୁଜିଲାଣ୍ଡର ଟ୍ରେଣ୍ଟ ବୋଲ୍ଟ ୭୨୨ ପଏଣ୍ଟ ସହିତ ଶୀର୍ଷରେ ରହିଥିବାବେଳେ ବୁମ୍‌ରା ୭୧୯ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଆଫଗାନିସ୍ତାନର ମୁଜିବ ଉର୍‌ ରହମାନ, ଇଂଲଣ୍ଡର କ୍ରିସ ଓ୍ବକ୍ସ, ଦକ୍ଷିଣ ଆଫ୍ରିକାର କାଗିଶୋ ରାବାଡ଼ା, ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ, ଜୋଶ୍‌ ହାଜେଲଉଡ୍‌, ପାକିସ୍ତାନର ମହମ୍ମଦ ଅମିର, ନ୍ୟୁଜିଲାଣ୍ଡର ମ୍ୟାଟ୍‌ ହେନରି ଓ ଇଂଲଣ୍ଡର ଜୋଫ୍ରା ଆର୍ଚର ଟପ୍‌-୧୦ରେ ପଛକୁପଛ ରହିଛନ୍ତି। ଅଲରାଉଣ୍ଡର ତାଲିକାରେ ବାଂଲାଦେଶର ଶାକିବ-ଅଲ୍‌-ହାସନ ୩୭୩ ପଏଣ୍ଟ ସହିତ ପ୍ରଥମ ସ୍ଥାନରେ ରହିଛନ୍ତି। ଏହି ତାଲିକାରେ ଭାରତର ରବୀନ୍ଦ୍ର ଜାଡେଜା ୨୪୬ ପଏଣ୍ଟ ପାଇ ୯ମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?