Posted inଖେଳ

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: ଶୀର୍ଷରେ କୋହଲି, ଚତୁର୍ଥ ସ୍ଥାନକୁ ଖସିଲେ ବୁମ୍‌ରା

ଦୁବାଇ,୧।୪(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଅନ୍ୟପଟେ ବୋଲିଂ ତାଲିକାରେ ଯଶପ୍ରୀତ ବୁମ୍‌ରା ଚତୁର୍ଥ ସ୍ଥାନକୁ ଖସିଛନ୍ତି। ବୁଧବାର ପ୍ରକାଶିତ ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ କୋହଲି ୮୭୦ ପଏଣ୍ଟ ପାଇଛନ୍ତି। ଇଂଲଣ୍ଡ ବିପକ୍ଷ ପ୍ରଥମ ଓ ଦ୍ୱିତୀୟ ଦିନିକିଆରେ ସେ ଯଥାକ୍ରମେ ୫୬ ଓ ୬୬ ରନ ସଂଗ୍ରହ କରି ର଼୍ୟାଙ୍କିଙ୍ଗ୍‌ରେ ନିଜର ପ୍ରଭୁତ୍ୱ ଜାରି ରଖିଛନ୍ତି।
ଇଂଲଣ୍ଡ ବିପକ୍ଷ ହ୍ବାଇଟ୍‌ ବଲ୍‌ ସିରିଜରେ ବୁମ୍‌ରାଙ୍କୁ ବିଶ୍ରାମ ଦିଆଯାଇଥିଲା। ଫଳରେ ୬୯୦ ପଏଣ୍ଟ ସହ ସେ ଚତୁର୍ଥ ସ୍ଥାନରେ ରହିଛନ୍ତି। ସେହିପରି ସୀମିତ ଓଭର ଉପଅଧିନାୟକ ରୋହିତ ଶର୍ମା ବ୍ୟାଟିଂ ତାଲିକାର ତୃତୀୟ ସ୍ଥାନରେ ରହିଥିବା ବେଳେ ପାକିସ୍ତାନର ବାବର ଆଜମ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି ଲୋକେଶ ରାହୁଲ ୩୧ରୁ ୨୭ତମ ସ୍ଥାନକୁ ଉନ୍ନତି କରିଛନ୍ତି। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟାଟିଂ ତାଲିକାରେ କ୍ୟାରିୟର ଶ୍ରେଷ୍ଠ ୪୨ତମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଶ୍ରେଷ୍ଠ ୧୦୦ରେ ପ୍ରବେଶ କରିଛନ୍ତି।
ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଅନ୍ତିମ ମ୍ୟାଚ୍‌ରେ ୪୨ ରନ ଦେଇ ୩ ଉଇକେଟ ନେବା ସହ ୯ଟି ସ୍ଥାନ ଉପରକୁ ଉଠି ୧୧ତମ ସ୍ଥାନ ଅଧିକାର କରିଛନ୍ତି। ତେବେ ସେ ୨୦୧୭ ସେପ୍ଟେମ୍ବରରେ କ୍ୟାରିୟର ଶ୍ରେଷ୍ଠ ଦଶମ ସ୍ଥାନ ଅଧିକାର କରିଥିଲେ। ସେହିପରି ଅନ୍ତିମ ଦିନିକିଆରେ ଶାର୍ଦ୍ଦୁଳ ଠାକୁର ୬୭ ରନ ବ୍ୟୟ କରି ୪ ଉଇକେଟ ନେବା ସହ ୯୩ରୁ ୮୦ତମ ସ୍ଥାନକୁ ଉଠିଛନ୍ତି।
ଅପରପକ୍ଷରେ ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ୪ଟି ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ୨୪ତମ ସ୍ଥାନ ଅଧିକାର କରିଛନ୍ତି। ଦ୍ୱିତୀୟ ଦିନିକିଆରେ ସେ ୫୨ବଲରୁ ୯୯ ରନ କରିଥିଲେ। ତେବେ ଅଲରାଣ୍ଡର ତାଲିକାରେ ସେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ସେହିପରି ଜନି ବେୟାରଷ୍ଟୋ ଦ୍ୱିତୀୟ ଦିନିକିଆରେ ୧୨୪ ରନର ଶତକୀୟ ପାଳି ଖେଳି ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହେବା ସହ ୭୯୬ ପଏଣ୍ଟ ହାସଲ କରି ସପ୍ତମ ସ୍ଥାନ ବଜାୟ ରଖିଛନ୍ତି। ମୋଇନ ଅଲି ୯ଟି ସ୍ଥାନ ଉପରକୁ ଉଠି ବୋଲିଂ ତାଲିକାର ୪୬ତମ ସ୍ଥାନ ଅଧିକାର କରିଛନ୍ତି।
ଟି୨୦: ରାହୁଲ, କୋହଲି ଖସିଲେ
ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଉଭୟ ରାହୁଲ ଓ କୋହଲିଙ୍କ ଅବନତି ଘଟିଛି। ଉଭୟେ ଗୋଟିଏ ସ୍ଥାନ ତଳକୁ ଖସି ଯଥାକ୍ରମେ ପଞ୍ଚମ ଓ ଷଷ୍ଠ ସ୍ଥାନରେ ରହିଛନ୍ତି। ସେହିପରି ବୋଲିଂ ଓ ଅଲରାଉଣ୍ଡର ତାଲିକାରେ କୌଣସି ଭାରତୀୟ ଶ୍ରେଷ୍ଠ-୧୦ରେ ସ୍ଥାନ ପାଇନାହାନ୍ତି।
ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଦ୍ୱିତୀୟ ସ୍ଥାନ ବଜାୟ ରଖିଲେ ଅଶ୍ୱିନ
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ବୋଲିଂ ତାଲିକାର ଦ୍ୱିତୀୟ ସ୍ଥାନ ବଜାୟ ରଖିଛନ୍ତି। ଅଷ୍ଟ୍ରେଲିଆ ଦ୍ରୁତ ବୋଲର ପ୍ୟାଟ କୁମିନ୍ସ ଶୀର୍ଷରେ ରହିଛନ୍ତି। ଅଲରାଉଣ୍ଡର ତାଲିକାରେ ରବୀନ୍ଦ୍ର ଜାଡେଜା ତୃତୀୟ ସ୍ଥାନରେ ରହିଥିବା ବେଳେ ଅଶ୍ୱିନ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି। ବ୍ୟାଟିଂ ତାଲିକାରେ କୋହଲି ପୂର୍ବପରି ପଞ୍ଚମ ସ୍ଥାନରେ ରହିଛନ୍ତି। ସେହିପରି ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଓ ରୋହିତ ଯୁଗ୍ମଭାବେ ସପ୍ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri