Posted inଖେଳ

ଆଇସିସି ଦିନିକିଆ ଟିମ ଅଫ ଦି ଇୟର ଘୋଷଣା: ଦଳରେ ସ୍ଥାନ ପାଇଲେ ୬ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨୩।୧: ଆଇସିସି  ଦିନିକିଆ ଟିମ ଅଫ ଦି ଇୟର ଘୋଷଣା କରିଛି। ଏଥିରେ ରୋହିତ ଶର୍ମାଙ୍କୁ ଅଧିନାୟକ କରାଯାଇଛି। ଏହି ସ୍ବତନ୍ତ୍ର ଦଳରେ ଭାରତର ୬ ଜଣ ଖେଳାଳି ନିଜ ସ୍ଥାନ ହାସଲ କରିବାରେ ସଫଳ ହୋଇଥିବାବେଳେ ୨ ଜଣ ଖେଳାଳି ଅଷ୍ଟ୍ରେଲିଆରୁ ଆସିଛନ୍ତି। ଏହା ବ୍ୟତୀତ ଦକ୍ଷିଣ ଆଫ୍ରିକାର ଦୁଇ ଖେଳାଳି ମଧ୍ୟ ବର୍ଷର ଦିନିକିଆ ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। ଏହି ଦଳରେ ନ୍ୟୁଜିଲାଣ୍ଡର ଜଣେ ଖେଳାଳି ସ୍ଥାନ ପାଇଛନ୍ତି। ଆଇସିସି ରୋହିତଙ୍କୁ ଅଧିନାୟକ ତଥା ଓପନର୍‌ ଭାବରେ ଚୟନ କରିଥିବାବେଳେ ଶୁଭମନ ଗିଲ ମଧ୍ୟ ଓପନର୍‌ ଭାବରେ ଏହି ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। ଦିନିକିଆ ବିଶ୍ୱକପ ଫାଇନାଲରେ ଚମତ୍କାର ଶତକ ସ୍କୋର କରି ଅଷ୍ଟ୍ରେଲିଆକୁ ବିଶ୍ୱ ଚାମ୍ପିୟନ କରିଥିବା ଟ୍ରାଭିସ ହେଡ ମଧ୍ୟ ଏହି ଦଳରେ ଅନ୍ତର୍ଭୁକ୍ତ ହୋଇଛନ୍ତି।
ବିରାଟ କୋହଲି ୪ ନମ୍ବରରେ ଥିବାବେଳେ ନ୍ୟୁଜିଲାଣ୍ଡର ଡାରିଲ ମିଚେଲ ଏହି ଦଳରେ ୫ ନମ୍ବରରେ ଅଛନ୍ତି। ଦିନିକିଆ ବିଶ୍ୱକପ୍‌ରେ କୋହଲି ନିଜର ଜବରଦସ୍ତ ପ୍ରଦର୍ଶନ ସହିତ ପ୍ଲେୟାର ଅଫ ସିରିଜ ଟାଇଟଲ ଜିତିବାରେ ସଫଳ ହୋଇଥିଲେ। ୨୦୨୩ ଦିନିକିଆ ବିଶ୍ୱକପରେ ଡାରିଲ ମିଚେଲଙ୍କ ପ୍ରଦର୍ଶନ ମଧ୍ୟ ଭଲ ଥିଲା।
ଏସବୁ ବ୍ୟତୀତ ଆଇସିସି ଦକ୍ଷିଣ ଆଫ୍ରିକାର ହେନରିଚ କ୍ଲାସେନଙ୍କୁ ଉଇକେଟ କିପର ବ୍ୟାଟ୍ସମ୍ୟାନ ଭାବରେ ଦଳରେ ସାମିଲ କରିଛି। ଏଥି ସହିତ ମାର୍କୋ ଜାନସେନ ମଧ୍ୟ ଦ୍ରୁତ ବୋଲର ଭାବରେ ଦଳରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଆଇସିସି ଆଡାମ ଜାମ୍ପା ଏବଂ କୁଲଦୀପ ଯାଦବଙ୍କୁ ଦିନିକିଆ ଟିମ ଅଫ ଦି ଇୟରରେ ସ୍ପିନର ଭାବେ ସାମିଲ କରିଛନ୍ତି । ଏଥି ସହିତ ମହମ୍ମଦ ସିରାଜ ଏବଂ ମହମ୍ମଦ ଶାମି ମଧ୍ୟ ଏହି ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି।
ଦିନିକିଆ ଟିମ ଅଫ ଦି ଇୟର
ରୋହିତ ଶର୍ମା (କ୍ୟାପଟେନ) ଭାରତ, ଶୁବମାନ ଗିଲ (ଭାରତ), ଟ୍ରାଭିସ ହେଡ (ଅଷ୍ଟ୍ରେଲିଆ), ବିରାଟ କୋହଲି (ଭାରତ), ଡାରିଲ ମିଚେଲ (ନ୍ୟୁଜିଲାଣ୍ଡ), ହେନ୍ରିଚ କ୍ଲାସେନ (ଦକ୍ଷିଣ ଆଫ୍ରିକା), ମାର୍କୋ ଜନସେନ (ଦକ୍ଷିଣ ଆଫ୍ରିକା), ଆଡାମ ଜାମ୍ପା (ଅଷ୍ଟ୍ରେଲିଆ) ), ମହମ୍ମଦ ସିରାଜ (ଭାରତ), କୁଲଦୀପ ଯାଦବ, (ଭାରତ), ମହମ୍ମଦ ଶାମି (ଭାରତ)


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?