Posted inଖେଳ

ଅକ୍ଟୋବର ମାସର ଶ୍ରେଷ୍ଠ କ୍ରିକେଟର: ବାଜି ମାରିଲେ ଏହି ଦୁଇ ଖେଳାଳି

ଦୁବାଇ,୯।୧୧: ପାକିସ୍ତାନ ବ୍ୟାଟ୍ସମ୍ୟାନ ଆସିଫ ଅଲି ଏବଂ ଆୟର୍ଲାଣ୍ଡର ଅଲରାଉଣ୍ଡର ଲୌରା ଡେଲାନିଙ୍କୁ ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦର (ଆଇସିସି)ର ଯଥାକ୍ରମେ ଶ୍ରେଷ୍ଠ ପୁରୁଷ ଏବଂ ମହିଳା ଖେଳାଳି ଭାବେ ଚୟନ କରାଯାଇଛି। ପୁରୁଷ ବର୍ଗରେ ଆସିଫ ବାଂଲାଦେଶର ଶାକିବ ଅଲ ହାସନ ଏବଂ ନାମିବିଆର ଡେଭିଡ ୱିସେଙ୍କୁ ପଛରେ ପକାଇଛନ୍ତି। ସେହିଭଳି ମହିଳା ବିଭାଗରେ ଲୌରା ତାଙ୍କ ସାଥୀ ଗାବି ଲୁଇସ ଏବଂ ଜିମ୍ବାୱେର ମେରି ଆନ ମୁସୋଣ୍ଡାଙ୍କୁ ପରାସ୍ତ କରିଛନ୍ତି।

ପ୍ରକାଶ ଯେ, ଅକ୍ଟୋବରରେ ଚାଲିଥିବା ଆଇସିସି ଟି -୨୦ ପୁରୁଷ ବିଶ୍ୱକପ ସମୟରେ ଆସିଫ ୨୭୩.୬୮ ହାରରେ ପାକିସ୍ତାନ ପାଇଁ ତିନୋଟି ମ୍ୟାଚରେ ୫୨ ରନ ସଂଗ୍ରହ କରିଥିଲେ। ଆସିଫଙ୍କ ୧୨ ବଲରେ ଅପରାଜିତ ୨୭ ରନ ବଳରେ ପାକିସ୍ତାନ ନ୍ୟୁଜିଲ୍ୟାଣ୍ଡକୁ ହରାଇବାରେ ସଫଳ ହୋଇଥିଲା। କିନ୍ତୁ ପରବର୍ତ୍ତୀ ମ୍ୟାଚ ତାଙ୍କୁ ଚର୍ଚ୍ଚାକୁ ଆଣିଥିଲା। ଆଫଗାନିସ୍ତାନ ବିପକ୍ଷରେ ମ୍ୟାଚ୍‌ ଜିତିବା ଲାଗି ଦଳକୁ ଦୁଇ ଓଭରରେ ୨୪ ରନ ଆବଶ୍ୟକତା ଥିଲା। ଆସିଫ ୧୯ତମ ଓଭରରେ ଚାରୋଟି ଛକା ମାରି ଦଳକୁ ବିଜେତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri