Posted inଖେଳ

ଏସିଆ କପ୍‌ରେ ଜିତିବା ପରେ ଭାରତକୁ ଝଟକା, ଦିନିକିଆ ର଼୍ୟାଙ୍କିଙ୍ଗରେ ପାକିସ୍ତାନ ପ୍ରଥମ

ନୂଆଦିଲ୍ଲୀ,୧୮।୯: ରୋହିତ ଶର୍ମାଙ୍କ ଅଧିନାୟିକତ୍ୱ ଭାରତୀୟ କ୍ରିକେଟ ଦଳ ଏସିଆ କପ୍‌ ୨୦୨୩ ଟାଇଟଲ ଜିତିବାରେ ସଫଳ ହୋଇଛି। ଟାଇଟଲ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୧୦ ଉଇକେଟ୍‌ରେ ପରାସ୍ତ କରିଛି, କିନ୍ତୁ ଏହି ବିଜୟ ପରେ ମଧ୍ୟ ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ଭାରତକୁ ବଡ ଝଟକା ଲାଗିଛି। ପାକିସ୍ତାନ କ୍ରିକେଟ ଦଳ ପୁଣି ଥରେ ଦିନିକିଆରେ ନମ୍ବର ଓ୍ବାନ ଦଳ ହୋଇଛି।

ଏସିଆ କପ୍‌ର ସୁପର ଫୋର୍‌ରେ ତଳେ ଥିବା ପାକିସ୍ତାନ ଆଇସିସି ର଼୍ୟାଙ୍କିଙ୍ଗରେ ବଡ ରେକର୍ଡ ହାସଲ କରିଛି। ଦକ୍ଷିଣ ଆଫ୍ରିକାର ବିଜୟରୁ ପାକିସ୍ତାନ ବହୁତ ଲାଭ କରିଛି। ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଦିନିକିଆ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚରେ ଆଫ୍ରିକା ୧୨୨ ରନ୍‌ରେ ଚମତ୍କାର ବିଜୟ ପଞ୍ଜିକରଣ କରି ଦିନିକିଆ ର଼୍ୟାଙ୍କିଙ୍ଗରେ ପ୍ରଥମ ସ୍ଥାନରେ ଥିବା ଅଷ୍ଟ୍ରେଲିଆକୁ ତୃତୀୟ ସ୍ଥାନକୁ ଠେଲି ଦେଇଛି ଏବଂ ପାକିସ୍ତାନ ପୁଣିଥରେ ଦିନିକିଆରେ ନମ୍ବର ଓ୍ବାନ ଦଳ ହେବାରେ ସଫଳ ହୋଇଛି।

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ଟିମ ଇଣ୍ଡିଆ ଦ୍ୱିତୀୟ ସ୍ଥାନରେ ରହିଛି। ଭାରତର ୧୧୪.୬୫୯ ରେଟିଂ ରହିଥିବା ବେଳେ ଏକ ନମ୍ବର ସ୍ଥାନରେ ଥିବା ପାକିସ୍ତାନ ଦଳର ୧୧୪.୮୮୯ ରେଟିଂ ରହିଛି। ଏସିଆ କପ୍‌ ପରେ ଟିମ ଇଣ୍ଡିଆ ୨୨ ସେପ୍ଟେମ୍ବରରୁ ଅଷ୍ଟ୍ରେଲିଆ ବିପକ୍ଷରେ ତିନୋଟି ଦିନିକିଆ ମ୍ୟାଚ ଖେଳିବ। ଏହି ସିରିଜ ମାଧ୍ୟମରେ ଭାରତୀୟ ଦଳ ଏକ ନମ୍ବର ସ୍ଥାନ ହାସଲ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri