Odisha Elections 2024
Posted inଖେଳ

କୋହଲିଙ୍କୁ ଟପିଲେ ଗିଲ୍‌

ଦୁବାଇ,୨୨ା୩: ଆଇସିସି ଦିନିକିଆ ବୋଲର ର଼୍ୟାଙ୍କିଙ୍ଗ୍‌ରେ ପ୍ରଥମ ସ୍ଥାନରେ ରହିଥିବା ମହମ୍ମଦ ସିରାଜ ତୃତୀୟ ସ୍ଥାନକୁ ଖସିଛନ୍ତି। ଅଷ୍ଟ୍ରେଲିଆର ଜୋଶ ହେଜେଲଉଡ୍‌ ଆଇସିସି ର଼୍ୟାଙ୍କିଙ୍ଗ୍‌ରେ ପ୍ରଥମ ସ୍ଥାନକୁ ଉଠିଛନ୍ତି। ଅନ୍ୟତମ ଅଷ୍ଟ୍ରେଲୀୟ ବୋଲର ମିଚେଲ୍‌ ଷ୍ଟାର୍କ ପ୍ରଥମ ଦୁଇ ଦିନିକିଆରେ ୮ ଉଇକେଟ ଅକ୍ତିଆର କରିବା ସହିତ ଯୁଗ୍ମ ତୃତୀୟ ସ୍ଥାନ ହାସଲ କରିଛନ୍ତି। ପ୍ରଥମ ଦିନିକିଆରେ ସିରାଜ ୩/୨୯ର ଫିଗର ହାସଲ କରିଥିବା ବେଳେ ଦ୍ୱିତୀୟ ଦିନିକିଆରେ ୩ ଓଭରରେ ୩୭ ରନ୍‌ ବ୍ୟୟ କରିବା ସହ ପ୍ରଥମ ସ୍ଥାନ ହରାଇଥିଲେ। ଜାନୁୟାରୀ ମାସରେ ପ୍ରଥମ ଥର ପାଇଁ ସିରାଜ ଏକ ନମ୍ବର ବୋଲରର ମାନ୍ୟତା ହାସଲ କରିଥିଲେ। ଭାରତ ବିପକ୍ଷ ଦିନିକିଆ ସିରିଜରୁ ବାଦ୍‌ ପଡିଥିବା ହେଜେଲଉଡଙ୍କର ଏହା କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ। ଜୁନ୍‌ ୨୦୧୭ରେ ପ୍ରଥମ ଥର ପାଇଁ ଆଇସିସି ର଼୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନ ହାସଲ କରିଥିଲେ। ୨୦୨୨ ଯାଏ ସେ ଏହି ର଼୍ୟାଙ୍କିଙ୍ଗ ବଜାୟ ରଖିଥିବା ବେଳେ କ୍ୟାରିୟରରେ ପ୍ରଥମ ଥର ପାଇଁ ଏକ ନମ୍ବରରେ ପହଞ୍ଚିଛନ୍ତି। ଭାରତୀୟ ବୋଲର ମହମ୍ମଦ ଶାମି ୫ସ୍ଥାନ ଉପରକୁ ଉଠି ୨୮ତମ ସ୍ଥାନରେ ପହଞ୍ଚିଛନ୍ତି।
ପ୍ରଥମ ଦିନିକିଆରେ ଅପରାଜିତ ୭୫ ରନ୍‌ର ଇନିଂସ ଖେଳିଥିବା ଲୋକେଶ ରାହୁଲ ୩ ସ୍ଥାନ ଉପରକୁ ଉଠି ୩୯ ତମ ସ୍ଥାନରେ ପହଞ୍ଚିଛନ୍ତି। ଶୁବମାନ ଗିଲ୍‌ ଶ୍ରେଷ୍ଠ ଭାରତୀୟ ଭାବେ ପଞ୍ଚମ ସ୍ଥାନରେ ରହିଥିବା ବେଳେ ବିରାଟ କୋହଲି ସପ୍ତମ ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନ୍‌ ଟେଷ୍ଟ ବ୍ୟାଟରଙ୍କ ର଼୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷରେ ସେ ୧, ୧୨୧ ଓ ୨୧୫ ରନ୍‌ର ଇନିଂସ ଖେଳିଥିଲେ। ମାର୍ନସ ଲାବୁଶେନ୍‌ ପ୍ରଥମ ସ୍ଥାନ ବଜାୟ ରଖିଥିବା ବେଳେ ଷ୍ଟିଭ୍‌ ସ୍ମିଥ୍‌ ତୃତୀୟ ସ୍ଥାନକୁ ଖସିଛନ୍ତି। ଦ୍ୱିଶତକ ହାସଲ କରିଥିବା ହେନରୀ ନିକୋଲ୍ସ ୨୦ ସ୍ଥାନ ଉପରକୁ ଉଠି ୨୭ ତମ ସ୍ଥାନରେ ପହଞ୍ଚିଥିବା ବେଳେ ଶ୍ରୀଲଙ୍କା ଅଧିନାୟକ ଦିମୁଥ କରୁଣାରତ୍ନେ ୧୦ମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା...

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି...

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ...

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌...

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି...

ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ,୧୬।୫: ଅନ୍ତର୍ଜାତୀୟ ଫୁଟ୍‌ବଲରୁ ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ। ଜୁନ୍‌ରେ କୁଏତ ବିପକ୍ଷ ଫିଫା ବିଶ୍ୱକପ୍‌ ଯୋଗ୍ୟତା ମ୍ୟାଚ୍‌ ପରେ ସେ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲିଙ୍କ ଦବ୍‌ଦବା ଜାରି: ପର୍ପଲ କ୍ୟାପ୍‌କୁ ନେଇ ଏହି ୨ ବୋଲରଙ୍କ ମଧ୍ୟରେ ଲଢେଇ

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ ୨୦୨୪ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ୫ଟି ମ୍ୟାଚ ପରେ ଟୁର୍ନାମେଣ୍ଟରେ ପ୍ଲେ ଅଫ ମ୍ୟାଚ ଆରମ୍ଭ ହେବ। ଅରେଞ୍ଜ୍‌ ଏବଂ ପର୍ପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri