Posted inଖେଳ

କୋହଲିଙ୍କୁ ଟପିଲେ ଗିଲ୍‌

ଦୁବାଇ,୨୨ା୩: ଆଇସିସି ଦିନିକିଆ ବୋଲର ର଼୍ୟାଙ୍କିଙ୍ଗ୍‌ରେ ପ୍ରଥମ ସ୍ଥାନରେ ରହିଥିବା ମହମ୍ମଦ ସିରାଜ ତୃତୀୟ ସ୍ଥାନକୁ ଖସିଛନ୍ତି। ଅଷ୍ଟ୍ରେଲିଆର ଜୋଶ ହେଜେଲଉଡ୍‌ ଆଇସିସି ର଼୍ୟାଙ୍କିଙ୍ଗ୍‌ରେ ପ୍ରଥମ ସ୍ଥାନକୁ ଉଠିଛନ୍ତି। ଅନ୍ୟତମ ଅଷ୍ଟ୍ରେଲୀୟ ବୋଲର ମିଚେଲ୍‌ ଷ୍ଟାର୍କ ପ୍ରଥମ ଦୁଇ ଦିନିକିଆରେ ୮ ଉଇକେଟ ଅକ୍ତିଆର କରିବା ସହିତ ଯୁଗ୍ମ ତୃତୀୟ ସ୍ଥାନ ହାସଲ କରିଛନ୍ତି। ପ୍ରଥମ ଦିନିକିଆରେ ସିରାଜ ୩/୨୯ର ଫିଗର ହାସଲ କରିଥିବା ବେଳେ ଦ୍ୱିତୀୟ ଦିନିକିଆରେ ୩ ଓଭରରେ ୩୭ ରନ୍‌ ବ୍ୟୟ କରିବା ସହ ପ୍ରଥମ ସ୍ଥାନ ହରାଇଥିଲେ। ଜାନୁୟାରୀ ମାସରେ ପ୍ରଥମ ଥର ପାଇଁ ସିରାଜ ଏକ ନମ୍ବର ବୋଲରର ମାନ୍ୟତା ହାସଲ କରିଥିଲେ। ଭାରତ ବିପକ୍ଷ ଦିନିକିଆ ସିରିଜରୁ ବାଦ୍‌ ପଡିଥିବା ହେଜେଲଉଡଙ୍କର ଏହା କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ। ଜୁନ୍‌ ୨୦୧୭ରେ ପ୍ରଥମ ଥର ପାଇଁ ଆଇସିସି ର଼୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନ ହାସଲ କରିଥିଲେ। ୨୦୨୨ ଯାଏ ସେ ଏହି ର଼୍ୟାଙ୍କିଙ୍ଗ ବଜାୟ ରଖିଥିବା ବେଳେ କ୍ୟାରିୟରରେ ପ୍ରଥମ ଥର ପାଇଁ ଏକ ନମ୍ବରରେ ପହଞ୍ଚିଛନ୍ତି। ଭାରତୀୟ ବୋଲର ମହମ୍ମଦ ଶାମି ୫ସ୍ଥାନ ଉପରକୁ ଉଠି ୨୮ତମ ସ୍ଥାନରେ ପହଞ୍ଚିଛନ୍ତି।
ପ୍ରଥମ ଦିନିକିଆରେ ଅପରାଜିତ ୭୫ ରନ୍‌ର ଇନିଂସ ଖେଳିଥିବା ଲୋକେଶ ରାହୁଲ ୩ ସ୍ଥାନ ଉପରକୁ ଉଠି ୩୯ ତମ ସ୍ଥାନରେ ପହଞ୍ଚିଛନ୍ତି। ଶୁବମାନ ଗିଲ୍‌ ଶ୍ରେଷ୍ଠ ଭାରତୀୟ ଭାବେ ପଞ୍ଚମ ସ୍ଥାନରେ ରହିଥିବା ବେଳେ ବିରାଟ କୋହଲି ସପ୍ତମ ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନ୍‌ ଟେଷ୍ଟ ବ୍ୟାଟରଙ୍କ ର଼୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷରେ ସେ ୧, ୧୨୧ ଓ ୨୧୫ ରନ୍‌ର ଇନିଂସ ଖେଳିଥିଲେ। ମାର୍ନସ ଲାବୁଶେନ୍‌ ପ୍ରଥମ ସ୍ଥାନ ବଜାୟ ରଖିଥିବା ବେଳେ ଷ୍ଟିଭ୍‌ ସ୍ମିଥ୍‌ ତୃତୀୟ ସ୍ଥାନକୁ ଖସିଛନ୍ତି। ଦ୍ୱିଶତକ ହାସଲ କରିଥିବା ହେନରୀ ନିକୋଲ୍ସ ୨୦ ସ୍ଥାନ ଉପରକୁ ଉଠି ୨୭ ତମ ସ୍ଥାନରେ ପହଞ୍ଚିଥିବା ବେଳେ ଶ୍ରୀଲଙ୍କା ଅଧିନାୟକ ଦିମୁଥ କରୁଣାରତ୍ନେ ୧୦ମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?