Posted inଖେଳ

ଭାରତୀୟ ଦଳ ପାଇଁ ଖୁସି ଖବର

ଦୁବାଇ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳ ଲଜ୍ଜାଜନକ ପରାଜୟ ବରଣ କରିଛି। ଦଳ ପାଇଁ ଗୋଟିଏ ଭଲ ଖବର ହେଲା ଅଧିନାୟକ ବିରାଟ କୋହଲି ଟପ୍‌ ର଼୍ୟାଙ୍କଧାରୀ ଷ୍ଟିଭ୍‌ ସ୍ମିଥଙ୍କ ନିକଟତର ହୋଇଛନ୍ତି। ଆଡିଲେଡ୍‌ ଟେଷ୍ଟର ପ୍ରଥମ ଇନିଂସରେ କୋହଲି ୭୪ ରନ୍‌ର ଇନିଂସ ଖେଳିଥିଲେ। ଏହି ଅର୍ଦ୍ଧଶତକ ସହ କୋହଲିଙ୍କ ରେଟିଂ ପଏଣ୍ଟରେ ଯୋଡ଼ି ହୋଇଛି ୨ ଅଙ୍କ। ଏଥି ସହ ଟିମ୍‌ ଇଣ୍ଡିଆ ଅଧିନାୟକଙ୍କ ରେଟିଂ ପଏଣ୍ଟ ୮୮୮ରେ ପହଞ୍ଚିଛି। ଅନ୍ୟପକ୍ଷରେ ଉଭୟ ଇନିଂସରେ ମାତ୍ର ୨ ରନ୍‌ କରିବାକୁ ସକ୍ଷମ ହୋଇଥିବା ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ସ୍ମିଥଙ୍କୁ ୧୦ ପଏଣ୍ଟ ହରାଇବାକୁ ପଡ଼ିଛି।

ଏବେ କୋହଲି ଓ ନମ୍ବର ଓ୍ବାନ ପୋଜିଶନରେ ଥିବା ସ୍ମିଥ(୯୦୧)ଙ୍କ ମଧ୍ୟରେ ରହିଛି ମାତ୍ର ୧୩ ପଏଣ୍ଟର ଗ୍ୟାପ୍‌। ତେବେ ଚଳିତ ସିରିଜ୍‌ରେ ସ୍ମିଥଙ୍କୁ ଅତିକ୍ରମ କରିପାରିବେ ନାହିଁ କୋହଲି । କାରଣ ପ୍ରଥମ ଥର ବାପା ହେବାକୁ ଯାଉଥିବା କୋହଲି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ସେ ପରବର୍ତ୍ତୀ ମ୍ୟାଚ୍‌ ଖେଳିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri