Posted inଖେଳ

କେପ୍‌ଟାଉନ୍‌ର ନ୍ୟୁଲାଣ୍ଡ୍ସ ପିଚ୍‌କୁ ନେଇ ଅସନ୍ତୋଷ ବ୍ୟକ୍ତ କଲା ଆଇସିସି

ଦୁବାଇ, ୯ା୧: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ  ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳାଯାଇଥିବା ନ୍ୟୁଲାଣ୍ଡ୍ସ ପିଚ୍‌ର ଲକ୍ଷଣକୁ ନେଇ ଅସନ୍ତୋଷ ପ୍ରକାଶ କରିଛି। ମ୍ୟାଚଟି ୫ଟି ସେସନ ଭିତରେ ସୀମିତ ରହଥିଲା।  ଟେଷ୍ଟ କ୍ରିକେଟ ଇତିହାସରେ  ସବୁଠାରୁ କମ୍‌ ସମୟରେ ଶେଷ ହୋଇଥିବା ଏହି ଟେଷ୍ଟ ମ୍ୟାଚରେ ଭାରତ ଆୟୋଜକ ଦେଶକୁ ୭ ଉଇକେଟରେ ପରାସ୍ତ କରିଥିଲା। ଏହି ବିଜୟ ଦ୍ୱାରା ଭାରତ ୨ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ରେ ବରାବର କରିବାରେ ସକ୍ଷମ ହୋଇଛି।
ଆଇସିସି ପିଚ୍‌ ଓ ଆଉଟଫିଲ୍ଡ ପ୍ରୋସେସ ଅଧୀନରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ମ୍ୟାଚରେ ମାତ୍ର ୬୪୨ଟି ବଲ୍‌   ପକାଯାଇପାରଥିଲା। ତେବେ ନ୍ୟୁଲାଣ୍ଡ୍ସ ପିଚ୍‌ରେ ବଲ୍‌ ଶୀଘ୍ର ବାଉନ୍ସ କରୁଥିଲା।  ବିପଜ୍ଜନକ ବଲ୍‌ ଯୋଗୁ ବ୍ୟାଟିଂ କରିବା ସହଜ ନ ଥିଲା ବୋଲି ମ୍ୟାଚ ରେଫରି କ୍ରିସ ବ୍ରଡ୍‌ ଆଇସିସି ନିକଟକୁ ପଠାଇଥିବା ତାଙ୍କ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ବହୁ ବ୍ୟାଟରଙ୍କ ଗ୍ଲୋଭ୍‌ରେ ବଲ୍‌ ବାଜଥିଲା। ଅଜବ ପ୍ରକାର ବାଉନ୍ସ ଯୋଗୁ ବହୁ ଉଇକେଟର ପତନ ଘଟିଥିଲା ବୋଲି ବ୍ରଡ ତାଙ୍କ ରିପୋର୍ଟରେ ଉଲ୍ଲେଖ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri