Posted inଖେଳ

ପ୍ଲେୟର ଅଫ ଦ ମନ୍ଥ ପାଇଁ ଏହି ୩ ଖେଳାଳିଙ୍କୁ ମନୋନୀତ କଲା ଆଇସିସି

ନୂଆଦିଲ୍ଲୀ,୬।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଫେବୃଆରୀ ୬ ମଙ୍ଗଳବାର ପୁରୁଷ େଖେଳାଳିଙ୍କ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡ ପାଇଁ ମନୋନୀତ ଖେଳାଳିଙ୍କ ନାମ ପ୍ରକାଶ କରିଛି। ଜାନୁଆରୀ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଖେଳାଳିଙ୍କ ମଧ୍ୟରେ ଅଷ୍ଟ୍ରେଲିଆର ଦ୍ରୁତ ବୋଲର ଜୋସ ହାଜଲେଉଡ, ୱେଷ୍ଟଇଣ୍ଡିଜ ଯୁବ ଫାଷ୍ଟ ବୋଲର ଶାମର ଜୋସେଫ ଏବଂ ଇଂଲଣ୍ଡର ବ୍ୟାଟର ଓଲି ପୋପ ଅଛନ୍ତି।

ୱେଷ୍ଟଇଣ୍ଡିଜ୍ର ଯୁବ ଦ୍ରୁତ ବୋଲର ଶାମର ଜୋସେଫ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ଡେବ୍ୟୁ କରିଛନ୍ତି। ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚରେ ଅଷ୍ଟ୍ରେଲିଆର ଦ୍ୱିତୀୟ ଇନିଂସରେ ଶାମର ହଇଚଇ ସୃଷ୍ଟି କରିଥିଲେ। ବ୍ୟାଟିଂ ବେଳେ ଗୋଡରେ ଆଘାତ ଲାଗିଥିବା ସତ୍ତ୍ୱେ ଶାମର ବୋଲିଂ କରିବାକୁ ପଡ଼ିଆକୁ ଆସିଥିଲେ ଏବଂ ଅଷ୍ଟ୍ରେଲୀୟ ବ୍ୟାଟର୍‌ଙ୍କ ନିଜ ହଜାଇ ୮ ରନରେ ବ୍ରିସବେନ୍‌ର ଗାବାରେ ୱେଷ୍ଟଇଣ୍ଡିଜକୁ ବିଜୟୀ କରିଥିଲେ। ସେ ନିଜର ଚମତ୍କାର ବୋଲିଂ ସହ ଗାବାରେ ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିଥିଲେ। ଏ୨ ମ୍ୟାଚ ଟେଷ୍ଟ ସିରିଜରେ ଶାମର ମୋଟ ୧୩ ଉଇକେଟ୍‌ ନେଇଥିଲେ। ତାଙ୍କର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ତାଙ୍କୁ ପ୍ଲେୟାର ଅଫ ଦ ସିରିଜ ପୁରସ୍କାର ମଧ୍ୟ ଦିଆଯାଇଥିଲା । ଜାନୁଆରୀ ଅଷ୍ଟ୍ରେଲିଆର ତାରକା ଦ୍ରୁତ ବୋଲର ଜୋଶ ହାଜଲେଉଡଙ୍କ ପାଇଁ ମଧ୍ୟ ବହୁତ ଭଲ ଥିଲା। ଚଳିତ ମାସରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ ଟେଷ୍ଟ ସିରିଜରେ ସେ ୧୪ ଉଇକେଟ୍‌ ଶିକାର କରିଥିଲେ। ପ୍ଲେୟାର ଅଫ ଦ ମନ୍ଥ ପାଇଁ ଇଂଲଣ୍ଡ ବ୍ୟାଟର୍‌ ଓଲି ପୋପ ମଧ୍ୟ ମନୋନୀତ ହୋଇଛନ୍ତି। ଭାରତ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ହାଇଦ୍ରାବାଦରେ ଖେଳୁଥିବାବେଳେ ସେ ଦ୍ୱିତୀୟ ଇନିଂସରେ ୧୯୬ ରନ ସଂଗ୍ରହ କରିଥିଲେ। ତାଙ୍କ ଇନିଂସର ଶକ୍ତିରେ ଇଂଲଣ୍ଡ ଇତିହାସ ସୃଷ୍ଟି କରିଥିଲା ଏବଂ ପ୍ରଥମ ମ୍ୟାଚରେ ଭାରତକୁ ୨୮ ରନରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri