Posted inଖେଳ

ଆଇସିସି ଟି୨୦: କୋହଲି, ରୋହିତଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି

ଦୁବାଇ, ୨୫।୩(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଉପ ଅଧିନାୟକ ରୋହିତ ଶର୍ମାଙ୍କ ଉନ୍ନତି ହୋଇଛି। କୋହଲି ଗୋଟିଏ ସ୍ଥାନ ଉପରକୁ ଉଠି ୪ର୍ଥରେ ପହଞ୍ଚତ୍ଥିବାବେଳେ ରୋହିତ ୩ ସ୍ଥାନ ଫାଇଦାରେ ରହି ୧୪ରେ ପହଞ୍ଚତ୍ଛନ୍ତି। ଇଂଲଣ୍ଡ ବିପକ୍ଷ ସିରିଜର ଶେଷ ଟି୨୦ ମ୍ୟାଚରେ ଇନିଂସ ଓପନିଂ କରିବାକୁ ଆସିଥିବା କୋହଲି ୫୨ ବଲ୍‌ରୁ ୮୦ ରନ କରି ଅପରାଜିତ ରହିଥିଲେ। ରୋହିତ ସେହି ମ୍ୟାଚରେ ୩୪ ବଲ୍‌ରୁ ୬୪ ରନ କରିଥିଲେ। ଅନ୍ୟ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଲୋକେଶ ରାହୁଲ ୫ମ ସ୍ଥାନକୁ ଖସିଛନ୍ତି। ଶ୍ରେୟାସ ଆୟାର ୫ ସ୍ଥାନ ଉପରକୁ ଉଠି କ୍ୟାରିୟର ଶ୍ରେଷ୍ଠ ୨୬ତମ ସ୍ଥାନରେ ପହଞ୍ଚତ୍ଥିବାବେଳେ ସୂର୍ଯ୍ୟକୁମାର ଯାଦବ ଓ ରିଷଭ ପନ୍ତ ମଧ୍ୟ ଫାଇଦାରେ ରହିଛନ୍ତି। ପଦାର୍ପଣ ମ୍ୟାଚରେ ବ୍ୟାଟିଂ ସୁଯୋଗ ପାଇ ନ ଥିବାରୁ ପଏଣ୍ଟ ଶୂନ୍ୟ ରହିଥିବା ସୂର୍ଯ୍ୟକୁମାର ପରବର୍ତ୍ତୀ ୨ ମ୍ୟାଚରେ ଯଥାକ୍ରମେ ୫୭ ଓ ୩୨ ରନ କରି ୬୬ତମ ସ୍ଥାନରେ ପହଞ୍ଚତ୍ ଯାଇଛନ୍ତି। ସେହିପରି ପନ୍ତ ୧୧ ସ୍ଥାନ ଲମ୍ଫମାରି ୬୯ତମ ସ୍ଥାନରେ ପହଞ୍ଚତ୍ଛନ୍ତି। ଭାରତୀୟ ବୋଲରଙ୍କ ମଧ୍ୟରେ ଭୁବନେଶ୍ୱର କୁମାର ଓ ହାର୍ଦ୍ଦିକ ପାଣ୍ଡ୍ୟା ବଡ଼ ଫାଇଦା ପାଇଛନ୍ତି। ଇଂଲଣ୍ଡ ବିପକ୍ଷ ଶେଷ ଟି୨୦ରେ ୧୫ ରନ ଦେଇ ୨ଟି ଉଇକେଟ ନେଇଥିବା ଭୁବନେଶ୍ୱର ୨୧ଟି ସ୍ଥାନ ଉପରକୁ ଉଠି ୨୪ ଏବଂ ହାର୍ଦ୍ଦିକ ୭୮ରୁ ଉପରକୁ ଉଠି ୪୭ତମ ସ୍ଥାନରେ ପହଞ୍ଚତ୍ ଯାଇଛନ୍ତି। ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ବିରାଟ କୋହଲି ଶୀର୍ଷସ୍ଥାନ ବଜାୟ ରଖିଛନ୍ତି। ରୋହିତ ଶର୍ମା ୩ୟ ସ୍ଥାନରେ ରହିଛନ୍ତି। ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ମ୍ୟାଚ ବିଜୟୀ ୯୮ ରନର ଇନିଂସ ଖେଳିଥିବା ଶିଖର ଧାଓ୍ବନ ୨ଟି ସ୍ଥାନ ଉପରକୁ ଉଠି ୧୫ରେ ପହଞ୍ଚତ୍ଥିବାବେଳେ ବୋଲର ଭୁବନେଶ୍ୱର କୁମାର ୫ ସ୍ଥାନ ଫାଇଦାରେ ରହି ଟପ୍‌-୨୦ରେ ପ୍ରବେଶ କରିଛନ୍ତି। ଭାରତୀୟ ବୋଲରଙ୍କ ମଧ୍ୟରେ ଏକମାତ୍ର ଯଶପ୍ରୀତ ବୁମ୍‌ରା ଟପ୍‌-୧୦ ଅର୍ଥାତ୍‌ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri