Posted inଖେଳ

ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍:‌ ଦ୍ୱିତୀୟ ସ୍ଥାନରେ ରାହୁଲ ସ୍ଥିର, କୋହଲିଙ୍କ ଉନ୍ନତି

ଦୁବାଇ,୪।୩(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଦ୍ୱିତୀୟ ସ୍ଥାନ ବଜାୟ ରଖିଥିବା ବେଳେ ଅଧିନାୟକ ବିରାଟ କୋହଲି ଗୋଟିଏ ସ୍ଥାନ ଉପରକୁ ଉଠି ଷଷ୍ଠ ସ୍ଥାନ ଅଧିକାର କରିଛନ୍ତି। ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ରାହୁଲ ୮୧୬ ପଏଣ୍ଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଇଂଲଣ୍ଡର ଡେଭିଡ୍‌ ମଲାନ ୯୧୫ ପଏଣ୍ଟ ହାସଲ କରି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନରେ ରହିଛନ୍ତି। ତେବେ କୋହଲି ୬୯୭ ପଏଣ୍ଟ ହାସଲ କରିଛନ୍ତି। ପାକିସ୍ତାନ ଅଧିନାୟକ ବାବର ଆଜମ ଗୋଟିଏ ସ୍ଥାନ ଉପରକୁ ଉଠି ତୃତୀୟରେ ରହିଛନ୍ତି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ ଚତୁର୍ଥ ସ୍ଥାନକୁ ଖସିଛନ୍ତି। ଦକ୍ଷିଣ ଆଫ୍ରିକାର ଭାନ ଡେର ଡୁସେନ ଗୋଟିଏ ସ୍ଥାନ ଉପରକୁ ଉଠି ପଞ୍ଚମରେ ରହିଛନ୍ତି।
ପ୍ରଥମ ଦୁଇଟି ଟି୨୦ ମ୍ୟାଚ୍‌ ପରେ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ଖେଳାଳିମାନେ ର଼୍ୟାଙ୍କିଙ୍ଗ୍‌ରେ ଆଖିଦୃଶିଆ ଉନ୍ନତି କରିଛନ୍ତି। ନ୍ୟୁଜିଲାଣ୍ଡ ବାମହାତୀ ବ୍ୟାଟ୍ସମ୍ୟାନ ଡେଭନ କନ୍‌ଓ୍ବେ ଦମ୍‌ଦାର ପ୍ରଦର୍ଶନ କରି ୪୬ଟି ସ୍ଥାନ ଉପରକୁ ଉଠି ୧୭ତମ ସ୍ଥାନରେ ରହିଛନ୍ତି। ଅଭିଜ୍ଞ ମାର୍ଟିନ ଗୁପ୍ଟିଲ ୩ଟି ସ୍ଥାନ ଉପରକୁ ଉଠି ୧୧ତମ ସ୍ଥାନରେ ରହିଛନ୍ତି।
ଅଷ୍ଟ୍ରେଲିଆର ମାର୍କସ ଷ୍ଟୋଇନିସ୍‌ ୭୭ଟି ସ୍ଥାନ ଉପରକୁ ଉଠି ୧୧୦ତମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ମାଥ୍ୟୁ ଓ୍ବେଡ୍‌ ୧୧୮ ତମ ସ୍ଥାନକୁ ଉନ୍ନତି କରିଛନ୍ତି। ବୋଲିଂ ର଼୍ୟାଙ୍କିଙ୍ଗ୍‌ରେ ଶ୍ରେଷ୍ଠ ୫ଟି ସ୍ଥାନରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆଫଗାନ ସ୍ପିନର ରସିଦ୍‌ ଖାଁ ୭୩୬ ପଏଣ୍ଟ ପାଇ ଶୀର୍ଷରେ ରହିଛନ୍ତି। ଦକ୍ଷିଣ ଆଫ୍ରିକାର ତାବରେଜ ସାମ୍‌ସି, ଆଫଗାନିସ୍ତାନର ମୁଜିବ ଉର ରହମାନ, ଇଂଲଣ୍ଡର ଆଦିଲ ରସିଦ ଓ ଅଷ୍ଟ୍ରେଲିଆର ଆଡାମ ଜାମ୍ପା ପ୍ରଥମ ୫ଟି ସ୍ଥାନ ଅଧିକାର କରିଛନ୍ତି। ବୋଲିଂ ତାଲିକାର ଟପ୍‌-୧୦ରେ କୌଣସି ଭାରତୀୟ ସ୍ଥାନ ପାଇନାହାନ୍ତି। ନ୍ୟୁଜିଲାଣ୍ଡ ଅଭିଜ୍ଞ ଦ୍ରୁତ ବୋଲର ଟିମ୍‌ ସୌଦି ଗୋଟିଏ ସ୍ଥାନ ଉପରକୁ ଉଠି ଷଷ୍ଠରେ ରହିଛନ୍ତି। ସେହିପରି ମିଚେଲ ସାଣ୍ଟନର ୨ଟି ସ୍ଥାନ ଉପରକୁ ଉଠି ସପ୍ତମ, ଇସ୍‌ ସୋଧି ୩ଟି ସ୍ଥାନ ଉପରକୁ ଉଠି ୧୧ ଓ ଟ୍ରେଣ୍ଟ ବୋଲ୍ଟ ୨୪ଟି ସ୍ଥାନ ଉପରକୁ ଉଠି ୪୯ତମ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆର ଝେ ରିଚାର୍ଡସନ ଟପ୍‌ ୧୧୫ରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri