Posted inଖେଳ

ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍:‌ ଦ୍ୱିତୀୟ ସ୍ଥାନରେ ରାହୁଲ ସ୍ଥିର, କୋହଲିଙ୍କ ଉନ୍ନତି

ଦୁବାଇ,୪।୩(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଦ୍ୱିତୀୟ ସ୍ଥାନ ବଜାୟ ରଖିଥିବା ବେଳେ ଅଧିନାୟକ ବିରାଟ କୋହଲି ଗୋଟିଏ ସ୍ଥାନ ଉପରକୁ ଉଠି ଷଷ୍ଠ ସ୍ଥାନ ଅଧିକାର କରିଛନ୍ତି। ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ରାହୁଲ ୮୧୬ ପଏଣ୍ଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଇଂଲଣ୍ଡର ଡେଭିଡ୍‌ ମଲାନ ୯୧୫ ପଏଣ୍ଟ ହାସଲ କରି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନରେ ରହିଛନ୍ତି। ତେବେ କୋହଲି ୬୯୭ ପଏଣ୍ଟ ହାସଲ କରିଛନ୍ତି। ପାକିସ୍ତାନ ଅଧିନାୟକ ବାବର ଆଜମ ଗୋଟିଏ ସ୍ଥାନ ଉପରକୁ ଉଠି ତୃତୀୟରେ ରହିଛନ୍ତି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ ଚତୁର୍ଥ ସ୍ଥାନକୁ ଖସିଛନ୍ତି। ଦକ୍ଷିଣ ଆଫ୍ରିକାର ଭାନ ଡେର ଡୁସେନ ଗୋଟିଏ ସ୍ଥାନ ଉପରକୁ ଉଠି ପଞ୍ଚମରେ ରହିଛନ୍ତି।
ପ୍ରଥମ ଦୁଇଟି ଟି୨୦ ମ୍ୟାଚ୍‌ ପରେ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ଖେଳାଳିମାନେ ର଼୍ୟାଙ୍କିଙ୍ଗ୍‌ରେ ଆଖିଦୃଶିଆ ଉନ୍ନତି କରିଛନ୍ତି। ନ୍ୟୁଜିଲାଣ୍ଡ ବାମହାତୀ ବ୍ୟାଟ୍ସମ୍ୟାନ ଡେଭନ କନ୍‌ଓ୍ବେ ଦମ୍‌ଦାର ପ୍ରଦର୍ଶନ କରି ୪୬ଟି ସ୍ଥାନ ଉପରକୁ ଉଠି ୧୭ତମ ସ୍ଥାନରେ ରହିଛନ୍ତି। ଅଭିଜ୍ଞ ମାର୍ଟିନ ଗୁପ୍ଟିଲ ୩ଟି ସ୍ଥାନ ଉପରକୁ ଉଠି ୧୧ତମ ସ୍ଥାନରେ ରହିଛନ୍ତି।
ଅଷ୍ଟ୍ରେଲିଆର ମାର୍କସ ଷ୍ଟୋଇନିସ୍‌ ୭୭ଟି ସ୍ଥାନ ଉପରକୁ ଉଠି ୧୧୦ତମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ମାଥ୍ୟୁ ଓ୍ବେଡ୍‌ ୧୧୮ ତମ ସ୍ଥାନକୁ ଉନ୍ନତି କରିଛନ୍ତି। ବୋଲିଂ ର଼୍ୟାଙ୍କିଙ୍ଗ୍‌ରେ ଶ୍ରେଷ୍ଠ ୫ଟି ସ୍ଥାନରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆଫଗାନ ସ୍ପିନର ରସିଦ୍‌ ଖାଁ ୭୩୬ ପଏଣ୍ଟ ପାଇ ଶୀର୍ଷରେ ରହିଛନ୍ତି। ଦକ୍ଷିଣ ଆଫ୍ରିକାର ତାବରେଜ ସାମ୍‌ସି, ଆଫଗାନିସ୍ତାନର ମୁଜିବ ଉର ରହମାନ, ଇଂଲଣ୍ଡର ଆଦିଲ ରସିଦ ଓ ଅଷ୍ଟ୍ରେଲିଆର ଆଡାମ ଜାମ୍ପା ପ୍ରଥମ ୫ଟି ସ୍ଥାନ ଅଧିକାର କରିଛନ୍ତି। ବୋଲିଂ ତାଲିକାର ଟପ୍‌-୧୦ରେ କୌଣସି ଭାରତୀୟ ସ୍ଥାନ ପାଇନାହାନ୍ତି। ନ୍ୟୁଜିଲାଣ୍ଡ ଅଭିଜ୍ଞ ଦ୍ରୁତ ବୋଲର ଟିମ୍‌ ସୌଦି ଗୋଟିଏ ସ୍ଥାନ ଉପରକୁ ଉଠି ଷଷ୍ଠରେ ରହିଛନ୍ତି। ସେହିପରି ମିଚେଲ ସାଣ୍ଟନର ୨ଟି ସ୍ଥାନ ଉପରକୁ ଉଠି ସପ୍ତମ, ଇସ୍‌ ସୋଧି ୩ଟି ସ୍ଥାନ ଉପରକୁ ଉଠି ୧୧ ଓ ଟ୍ରେଣ୍ଟ ବୋଲ୍ଟ ୨୪ଟି ସ୍ଥାନ ଉପରକୁ ଉଠି ୪୯ତମ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆର ଝେ ରିଚାର୍ଡସନ ଟପ୍‌ ୧୧୫ରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri