Posted inଖେଳ

ଆଇସିସି ଟି୨୦ ର଼୍ୟାଙ୍କିଂ: ଦୁଇ ମାସରେ ୨୬ ସ୍ଥାନରୁ ସିଧା ଟପ୍‌-୧୦ରେ କୋହଲିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୨୬।୧୦: ଆଇସିସି ପକ୍ଷରୁ ବୁଧବାର ନୂତନ ଟି୨୦ ର଼୍ୟାଙ୍କିଙ୍ଗ ଜାରି କରାଯାଇଛି। ଏଥିରେ ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ୬ ସ୍ଥାନ ଉପରକୁ ଉଠି ୯ମ ସ୍ଥାନରେ ପହଞ୍ଚିଛନ୍ତି। ନିକଟରେ କୋହଲି ପାକିସ୍ତାନ ବିପକ୍ଷ ମୁକାବିଲାରେ ଅପରାଜିତ ୮୨ରନ୍‌ର ଇନିଂସ କରିଥିଲେ। ଏହାର ପରିଣାମସ୍ବରୂପ ତାଙ୍କ ର଼୍ୟାଙ୍କିଂରେ ପରିବର୍ତ୍ତନ ଘଟିଛି।

ବ୍ୟାଟିଂ ର଼୍ୟାଙ୍କିଂରେ ପାକିସ୍ତାନର ମହମ୍ମଦ ରିଜଓ୍ବାନ ଶୀର୍ଷ ସ୍ଥାନରେ ରହିଛନ୍ତି। ଭାରତୀୟ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବ ଗୋଟିଏ ସ୍ଥାନ ତଳକୁ ଖସି ତୃତୀୟ ସ୍ଥାନରେ ପହଞ୍ଚିଛନ୍ତି। ତାଙ୍କ ସ୍ଥାନରେ ନ୍ୟୁଜିଲାଣ୍ଡର ଓପନର ଡିଭନ୍‌ କନଓ୍ବେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ପରେ ପାକିସ୍ତାନ ଅଧିନାୟକ ବାବର ଆଜମ ଚତୁର୍ଥ, ଦକ୍ଷିଣ ଆଫ୍ରିକାର ଆଡେନ ମାର୍କ୍ରାମ ପଞ୍ଚମ ସ୍ଥାନରେ ଅଛନ୍ତି।

ସେହିଭଳି ବୋଲିଂ ର଼୍ୟାଙ୍କିଂରେ ବଡ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଫଗାନିସ୍ତାନ ସ୍ପିନର ରଶିଦ ଖାଁ ହୋଶ ହେଜଲଉଡ୍‌ଙ୍କୁ ପଛରେ ପକାଇ ଶୀର୍ଷରେ ପହଞ୍ଚିଛନ୍ତି। ଶ୍ରୀଲଙ୍କା ସ୍ପିନର ଓ୍ବାନିନ୍ଦୁ ହାସରଙ୍ଗା ଷଷ୍ଠ, ଇଂଲଣ୍ଡ ପେସର ସାମ କୁରାନ ୮ମ, ଭୁବନେଶ୍ୱର କୁମାର ତାଲିକାର ୧୦ମ ସ୍ଥାନରେ ଅଛନ୍ତି।

ଅଲରାଉଣ୍ଡର ର଼୍ୟାଙ୍କିଂରେ ଭାରତୀୟ ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଭ ମିଳିଛି। ସେ ଏବେ ତାଲିକାର ତୃତୀୟ ସ୍ଥାନରେ ପହଞ୍ଚିଛନ୍ତିି। ବାଲାଂଦେଶ ଅଧିନାୟକ ଶାକିବ ଅଲ ହସନ ଶୀର୍ଷରେ ଅଛନ୍ତି। ସେହିଭଳି ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବୀ ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri