Posted inଖେଳ

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍‌: ଭାରତ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ, ୧୨।୩(ପି.ଟି.)- ବୁଧବାର ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଭାରତର ପଏଣ୍ଟ ୨୬୮ରେ ପହଞ୍ଚତ୍ଥିବାବେଳେ ୭ ପଏଣ୍ଟ ଆଗରେ ରହି ଇଂଲଣ୍ଡ ଶୀର୍ଷସ୍ଥାନ ବଜାୟ ରଖିଛି। ର଼୍ୟାଙ୍କିଙ୍ଗ୍‌ର ଦୁଇ ଶୀର୍ଷ ସ୍ଥାନୀୟ ଦଳ ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଆସନ୍ତା ଶୁକ୍ରବାରଠାରୁ ଆରମ୍ଭ ହେବ। ନିକଟରେ ନ୍ୟୁଜିଲାଣ୍ଡଠାରୁ ୨-୩ରେ ସିରିଜ ହାରିଥିବା ଅଷ୍ଟ୍ରେଲିଆ ତୃତୀୟ ସ୍ଥାନକୁ ଖସି ଆସିଛି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମାତ୍ର ୧ ପଏଣ୍ଟର ବ୍ୟବଧାନ ରହିଛି। ୨୬୦ ପଏଣ୍ଟ ସହିତ ପାକିସ୍ତାନ ୪ର୍ଥ ଓ ୨୫୩ ପଏଣ୍ଟ ପାଇ ନ୍ୟୁଜିଲାଣ୍ଡ ୫ମ ସ୍ଥାନରେ ରହିଛି।
ଟି୨୦ ବ୍ୟାଟିଂ ତାଲିକାରେ ଭାରତର ଲୋକେଶ ରାହୁଲ ଗୋଟିଏ ସ୍ଥାନ ତଳକୁ ଖସି ୩ୟରେ ପହଞ୍ଚତ୍ଥିବାବେଳେ ଅଧିନାୟକ ବିରାଟ କୋହଲି କିନ୍ତୁ ୬ଷ୍ଠ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ଇଂଲଣ୍ଡର ଦାଓ୍ବିଦ ମଲନ ୯୧୫ ଓ ଅଷ୍ଟ୍ରେଲିଆର ଆରୋନ ଫିଞ୍ଚ୍‌ ୮୩୦ ପଏଣ୍ଟ ସହିତ ପ୍ରଥମ ଦୁଇସ୍ଥାନ ଅଧିକାର କରିଛନ୍ତି। ରାହୁଲ ୮୧୬ ପଏଣ୍ଟ ପାଇଛନ୍ତି। କୋହଲିଙ୍କ ପଏଣ୍ଟ ସଂଖ୍ୟା ୬୯୭ ରହିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଶେଷ ୩ଟି ଟି୨୦ରେ ବିସ୍ଫୋରକ ପ୍ରଦର୍ଶନ ପାଇଁ ଫିଞ୍ଚ୍‌ ୨ଟି ସ୍ଥାନ ଉପରକୁ ଉଠିଛନ୍ତି। ଏହି ତିନୋଟି ମ୍ୟାଚରେ ସେ ଯଥାକ୍ରମେ ୬୯, ୭୯ ଓ ୩୬ ରନ କରିଥିଲେ। ନ୍ୟୁଜିଲାଣ୍ଡର ମାର୍ଟିନ ଗୁପ୍‌ଟିଲ ୩ଟି ସ୍ଥାନ ଉପରକୁ ଉଠି ୮ମରେ ପହଞ୍ଚତ୍ଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜରେ ସେ ୨ଟି ଅର୍ଦ୍ଧଶତକ ସହ ୨୧୮ ରନ କରିଥିଲେ।
ଅଷ୍ଟ୍ରେଲିଆର ଆଷ୍ଟନ ଅଗର ଓ ନ୍ୟୁଜିଲାଣ୍ଡର ଇଶ୍‌ ସୋଧି ଯଥାକ୍ରମେ ୧୩ ଏବଂ ୮ଟି ଉଇକେଟ ନେଇଥିବାରୁ ବୋଲିଂ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ଫାଇଦା ପାଇଛନ୍ତି। ଅଗର ୪ ସ୍ଥାନ ଉପରକୁ ଉଠି ୪ର୍ଥ ଏବଂ ସୋଧି ୩ ସ୍ଥାନ ଲମ୍ଫମାରି ୮ମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ତେବେ ଟିମ୍‌ ସୌଥି ୩ ସ୍ଥାନ ତଳକୁ ଖସି ୯ମ ଓ ଆଡାମ ଜାମ୍ପା ଗୋଟିଏ ସ୍ଥାନ ହରାଇ ୬ଷ୍ଠକୁ ଖସିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ୬ ଉଇକେଟ ନେଇଥିବା ଶ୍ରୀଲଙ୍କାର ବାମହାତୀ ସ୍ପିନର ଲକ୍ଷଣ ସନ୍ଦକନ ୯ଟି ସ୍ଥାନ ଉପରକୁ ଉଠି ୧୦ମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?